ପ୍ରମୂଖ ଖବର
  • ଭାରତ ପାଇଁ ଐତିହାସିକ ଦିନ, ଲଞ୍ଚ ହେଲା ଆକ୍ସିଓମ୍‌ -୪ ମିଶନ୍‌, ମହାକାଶ ଗଲେ ଶୁଭାଂଶୁ ଶୁକ୍ଲା
  • ||
  • ଅନୁଗୁଳ : ହାତୀସ୍କ୍ଵାଡ୍ କର୍ମଚାରୀଙ୍କୁ କଚାଡି ମାରିଲା ହାତୀ, କ୍ଷତିପୂରଣ ଦାବି
  • ||
  • ବୌଦ୍ଧ : ବାର୍‌ହା ମାଂସ ଖାଇ ସୋସିଆଲ ମିଡିଆରେ ଭିଡିଓ ପୋଷ୍ଟ କରିବା ପଡ଼ିଲା ମହଙ୍ଗା, ଯୁବକ ଗିରଫ
  • ||
  • ଆକ୍ସିଅମ୍-୪ ମିଶନ୍, ଆଜି ମହାକାଶକୁ ଯିବେ କ୍ୟାପ୍ଟେନ୍ ଶୁଭାଂଶୁ ଶୁକ୍ଳା
  • ||
  • ବାଲେଶ୍ୱର : ଦିନକ ପରେ ହୋଇଥାନ୍ତା ବାହାଘର, ଟ୍ରକ୍‌ ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ
  • ||
  • ୨୮ ଯାଏଁ ରାଜ୍ୟରେ ବଡ଼ ବର୍ଷା, ଆଜି ପାଇଁ ୩ ଜିଲ୍ଲାକୁ ଆଲର୍ଟ
  • ||

ଗଛକୁ ଧକ୍କାଦେଇ ଓଲଟିଲା ଆମ୍ବୁଲାନ୍ସ, ୫ଆହତ

Published By : Harapriya Sethi | June 18, 2025 11:16 AM

ହାଟଡିହି, ୧୮/୦୬: ରୋଗୀ ଧରି ଡାକ୍ତରଖାନା ଯାଉଥିବା ବେଳେ ଗଛକୁ ଧକ୍କା ଦେଇ ଓଲଟିଲା ୧୦୮ ଆମ୍ବୁଲାନ୍ସ । ଏହି ଦୁର୍ଘଟଣାରେ ଚାଳକ ଓ ଫାର୍ମାସିଷ୍ଟଙ୍କ ସମେତ ରୋଗୀ ଏବଂ ତାଙ୍କର ୨ଜଣ ସମ୍ପର୍କୀୟ ଆହତ ହୋଇଛନ୍ତି । କେନ୍ଦୁଝର ଜିଲ୍ଲା ହାଟଡିହି ଅଞ୍ଚଳର ଟୁକୁଣା ନିକଟରେ ଏହି ଦୁର୍ଘଟଣା ଘଟିଛି ।

ସୂଚନା ମୁତାବକ, ବୁଧବାର ଭୋର ୪ଟାରେ ନସିରପୁର ଗ୍ରାମରୁ ସାଗର ଦାସ ନାମକ ଜଣେ ରୋଗୀ ଓ ତାଙ୍କର ଦୁଇ ସମ୍ପର୍କୀୟ ନିରାକାର ଦାସ, ସରୋଜିନୀ ଦାସଙ୍କୁ ନେଇ ଆମ୍ବୁଲାନ୍ସ ଡାକ୍ତରଖାନା ଆସୁଥିଲା । ଆମ୍ବୁଲାନ୍ସଟି ଟୁକୁଣା ନିକଟରେ ଗଛକୁ ଧକ୍କା ଦେଇ ଓଲଟି ପଡିଥିଲା। ଫଳରେ ଆମ୍ବୁଲାନ୍ସରେ ଥିବା ସମସ୍ତେ ଆହତ ହୋଇଥିଲେ। ୧୧୨ଯୋଗେ ରୋଗୀ ଓ ତାଙ୍କ ସମ୍ପର୍କୀୟଙ୍କୁ ଭଦ୍ରକ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ବେଳେ ଡ୍ରାଇଭର ଓ ଫାର୍ମାସିଷ୍ଟଙ୍କୁ ଆନନ୍ଦପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.