ପ୍ରମୂଖ ଖବର
  • ମୋହନା : ଭାରସାମ୍ୟ ହରାଇ ଓଲଟିଲା ଅଟୋ, ୧୨ ଯାତ୍ରୀ ଆହତ
  • ||
  • ସୁନ୍ଦରଗଡ଼ : ଚଳନ୍ତା ଟ୍ରେଲରରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର ଓ ହେଲପର୍‌
  • ||
  • ବ୍ରହ୍ମପୁର: CBI ଜାଲରେ EPFO ଅଧିକାରୀ, ଡିଜିଟାଲ୍‌ ଦସ୍ତଖତ ପାଇଁ ୧୦ ହଜାର ନେଲା ବେଳେ ଧରାପଡିଲେ
  • ||
  • ସମ୍ବଲପୁର ଜିଲ୍ଲା ଗୋବିନ୍ଦପୁର ଥାନା ଗଡ଼ପୋଷ ଫାଣ୍ଡି ଅଧିନ ମୁଣ୍ଡଲେଷା ଗାଁରେ ହତ୍ୟା, ସ୍ତ୍ରୀକୁ ହାଣିଦେଲା ନୃଶଂସ ସ୍ଵାମୀ
  • ||
  • କଟକ : ଟ୍ରକ୍‌ ପଛରେ ପିଟିହେଲା ବାଇକ୍‌, ଚାଳକ ମୃତ
  • ||
  • ବଲାଙ୍ଗୀର : ବିଦ୍ୟୁତ୍‌ ବିଭାଗର ଅବହେଳା, ଚାଷ ଜମିରୁ ୬ ଫୁଟ ଉଚ୍ଚରେ ଝୁଲୁଛି ଉଚ୍ଚ ସମ୍ପନ୍ନ ବିଦ୍ୟୁତ୍‌ ତାର
  • ||
  • କରିସ୍ମା କପୁରଙ୍କ ପୂର୍ବ ସ୍ୱାମୀ ସଞ୍ଜୟଙ୍କ ଦେହାନ୍ତ, ପୋଲୋ ଖେଳିବା ବେଳେ ହୃଦଘାତ
  • ||
  • ଇରାନ ଉପରେ ଇସ୍ରାଏଲ୍‌ର ଏୟାର ଷ୍ଟ୍ରାଇକ୍‌,ମିଲିଟାରୀ ଏବଂ ନ୍ୟୁକ୍ଲିୟର ବେସ୍ ନଷ୍ଟ,ଅନେକ ବୈଜ୍ଞାନିକ ଏବଂ କମାଣ୍ଡର ମୃତ
  • ||
  • ଭୁବନେଶ୍ୱର : ସାନିଟାରୀ ଦୋକାନରୁ ଲିଟ୍‌, ୨ ଲକ୍ଷ ଟଙ୍କାର ସାମଗ୍ରୀ ନେଇଗଲେ ଦୁର୍ବୃତ୍ତ
  • ||
  • ମୌସୁମୀ ପାଇଁ ରାଜ୍ୟରେ ପାଗ ଅନୁକୂଳ: ୬ ଦିନ ଯାଏ ପ୍ରବଳ ବର୍ଷା ସମ୍ଭାବନା, ୧୫ରୁ ଅଧିକ ବର୍ଷା
  • ||

ବୌଦ୍ଧ ଜିଲ୍ଲା ଛାତ୍ର କଂଗ୍ରେସ ପକ୍ଷରୁ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

Published By : Suraj Kumar | June 12, 2025 3:57 PM

ବୌଦ୍ଧ,୧୨/୬(ଆପ୍ର): ବୌଦ୍ଧ ଜିଲ୍ଲା ଛାତ୍ର କଂଗ୍ରେସ ପକ୍ଷରୁ ଜିଲ୍ଲା ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିବା ସହିତ ଏକ ଦାବୀପତ୍ର ଜିଲ୍ଲା ଆଞ୍ଚଳିକ ପରିବହନ ଅଧିକାରୀଙ୍କ ଜରିଆରେ ରାଜ୍ୟପାଳଙ୍କୁ ପ୍ରଦାନ କରିଥିଲେ ।

 ଉକ୍ତ ଦାବିପତ୍ରରେ ସରକାରୀ ବସରେ ଛାତ୍ର ଛାତ୍ରୀଙ୍କୁ ସମ୍ପୂର୍ଣ୍ଣ ବସଭଡା ଛାଡ ଓ ଘରୋଇ ବସରେ ଶତକଡା ୫୦ ଭାଗ ରିହାତି ଦେବାକୁ ଦାବି କରା ଯାଇଛି  । ଜିଲ୍ଲା ଛାତ୍ର କଂଗ୍ରେସ ସଂଯୋଜକ ପ୍ରତ୍ୟୁଷ ମହାନନ୍ଦଙ୍କ ନେତୃତ୍ଵ ରେ ଏକ ମୋଟର ସାଇକଲ ରାଲି ଜିଲ୍ଲା କଂଗ୍ରେସ କାର୍ଯ୍ୟାଳୟ ଠାରୁ ବାହାରି ସହର ପରିକ୍ରମା କରି ଆଞ୍ଚଳିକ ପରିବହନ କର୍ଯ୍ୟାଳୟ ଠାରେ ପହଞ୍ଚି ଥିଲା। କାର୍ଯ୍ୟକ୍ରମରେ  ସ୍ମୃତି ରଞ୍ଜନ ପାତ୍ର, ଆଶୁତୋଷ ସେଠୀ, ମାନସ ରଞ୍ଜନ କୁମ୍ଭାର, ରଘୁନାଥ କହଁର , ଜିତେନ୍ଦ୍ର ଦେହୁରୀ, ସଞ୍ଜୀବ ତାଣ୍ଡିଆ ପ୍ରମୁଖ ଯୋଗଦେଇ ଥିଲେ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.