ପ୍ରମୂଖ ଖବର
  • ଭାରତ ପାଇଁ ଐତିହାସିକ ଦିନ, ଲଞ୍ଚ ହେଲା ଆକ୍ସିଓମ୍‌ -୪ ମିଶନ୍‌, ମହାକାଶ ଗଲେ ଶୁଭାଂଶୁ ଶୁକ୍ଲା
  • ||
  • ଅନୁଗୁଳ : ହାତୀସ୍କ୍ଵାଡ୍ କର୍ମଚାରୀଙ୍କୁ କଚାଡି ମାରିଲା ହାତୀ, କ୍ଷତିପୂରଣ ଦାବି
  • ||
  • ବୌଦ୍ଧ : ବାର୍‌ହା ମାଂସ ଖାଇ ସୋସିଆଲ ମିଡିଆରେ ଭିଡିଓ ପୋଷ୍ଟ କରିବା ପଡ଼ିଲା ମହଙ୍ଗା, ଯୁବକ ଗିରଫ
  • ||
  • ଆକ୍ସିଅମ୍-୪ ମିଶନ୍, ଆଜି ମହାକାଶକୁ ଯିବେ କ୍ୟାପ୍ଟେନ୍ ଶୁଭାଂଶୁ ଶୁକ୍ଳା
  • ||
  • ବାଲେଶ୍ୱର : ଦିନକ ପରେ ହୋଇଥାନ୍ତା ବାହାଘର, ଟ୍ରକ୍‌ ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ
  • ||
  • ୨୮ ଯାଏଁ ରାଜ୍ୟରେ ବଡ଼ ବର୍ଷା, ଆଜି ପାଇଁ ୩ ଜିଲ୍ଲାକୁ ଆଲର୍ଟ
  • ||

ଜମିଜମା ବିବାଦକୁ ନେଇ ବୁଲିଲା ଖଣ୍ଡା, ୩ ଗୁରୁତର

Published By : Suraj Kumar | June 21, 2025 5:18 PM

ଭୁବନେଶ୍ବର,୨୧।୬ ଜମିଜମା ବିବାଦକୁ ନେଇ ବୁଲିଲା ଖଣ୍ଡା। ୩ ଜଣ ଯୁବକଙ୍କୁ ଗୋଡେଇ ଗୋଡେଇ ହାଣିଲେ । ଭୁବନେଶ୍ୱର ଭରତପୁର ଥାନା ଅଂଚଳରେ ଘଟିଛି ଘଟଣା। ଆକ୍ରମଣରେ ବିଶୁ,ବାପି,ସଂଗ୍ରାମ ଗୁରୁତର ଆହତ ହୋଇଛନ୍ତି।

ଭରତପୁରର ୨୦ରୁ ୩୦ ଜଣ ଯୁବକ ସଂଘବଦ୍ଧ ଭାବରେ ଆସି ଖଣ୍ଡାରେ  ୩ ଜଣ ଯୁବକଙ୍କୁ  ଗୋଡାଇ ଗୋଡାଇ ଆକ୍ରମଣ କରିଥିଲେ। ଏଥିରେ ବିଶୁ,ବାପି,ସଂଗ୍ରାମ  ଗୁରୁତର ଆହତ ହୋଇଥିଲେ । ସେମାନଙ୍କୁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଘଟଣା ସ୍ଥଳରେ ଭରତପୁର ଥାନାଧିକାରୀ ପହଞ୍ଚି ତଦନ୍ତ କରୁଛନ୍ତି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.