ପ୍ରମୂଖ ଖବର
  • ମୋହନା : ଭାରସାମ୍ୟ ହରାଇ ଓଲଟିଲା ଅଟୋ, ୧୨ ଯାତ୍ରୀ ଆହତ
  • ||
  • ସୁନ୍ଦରଗଡ଼ : ଚଳନ୍ତା ଟ୍ରେଲରରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର ଓ ହେଲପର୍‌
  • ||
  • ବ୍ରହ୍ମପୁର: CBI ଜାଲରେ EPFO ଅଧିକାରୀ, ଡିଜିଟାଲ୍‌ ଦସ୍ତଖତ ପାଇଁ ୧୦ ହଜାର ନେଲା ବେଳେ ଧରାପଡିଲେ
  • ||
  • ସମ୍ବଲପୁର ଜିଲ୍ଲା ଗୋବିନ୍ଦପୁର ଥାନା ଗଡ଼ପୋଷ ଫାଣ୍ଡି ଅଧିନ ମୁଣ୍ଡଲେଷା ଗାଁରେ ହତ୍ୟା, ସ୍ତ୍ରୀକୁ ହାଣିଦେଲା ନୃଶଂସ ସ୍ଵାମୀ
  • ||
  • କଟକ : ଟ୍ରକ୍‌ ପଛରେ ପିଟିହେଲା ବାଇକ୍‌, ଚାଳକ ମୃତ
  • ||
  • ବଲାଙ୍ଗୀର : ବିଦ୍ୟୁତ୍‌ ବିଭାଗର ଅବହେଳା, ଚାଷ ଜମିରୁ ୬ ଫୁଟ ଉଚ୍ଚରେ ଝୁଲୁଛି ଉଚ୍ଚ ସମ୍ପନ୍ନ ବିଦ୍ୟୁତ୍‌ ତାର
  • ||
  • କରିସ୍ମା କପୁରଙ୍କ ପୂର୍ବ ସ୍ୱାମୀ ସଞ୍ଜୟଙ୍କ ଦେହାନ୍ତ, ପୋଲୋ ଖେଳିବା ବେଳେ ହୃଦଘାତ
  • ||
  • ଇରାନ ଉପରେ ଇସ୍ରାଏଲ୍‌ର ଏୟାର ଷ୍ଟ୍ରାଇକ୍‌,ମିଲିଟାରୀ ଏବଂ ନ୍ୟୁକ୍ଲିୟର ବେସ୍ ନଷ୍ଟ,ଅନେକ ବୈଜ୍ଞାନିକ ଏବଂ କମାଣ୍ଡର ମୃତ
  • ||
  • ଭୁବନେଶ୍ୱର : ସାନିଟାରୀ ଦୋକାନରୁ ଲିଟ୍‌, ୨ ଲକ୍ଷ ଟଙ୍କାର ସାମଗ୍ରୀ ନେଇଗଲେ ଦୁର୍ବୃତ୍ତ
  • ||
  • ମୌସୁମୀ ପାଇଁ ରାଜ୍ୟରେ ପାଗ ଅନୁକୂଳ: ୬ ଦିନ ଯାଏ ପ୍ରବଳ ବର୍ଷା ସମ୍ଭାବନା, ୧୫ରୁ ଅଧିକ ବର୍ଷା
  • ||

କାରଖାନାରେ ଅଘଟଣ, ୧୫ ଫୁଟ ଉଚ୍ଚରୁ ପଡ଼ି ଶ୍ରମିକ ମୃତ୍ୟୁ ଅଭିଯୋଗ

Published By : Harapriya Sethi | June 8, 2025 12:14 PM

ଅନୁଗୁଳ,୦୮/୦୬(ଜଗଦୀଶ ନାୟକ): ଅନୁଗୁଳ ଜିଲ୍ଲା ନିଶା ଶିଳ୍ପାଞ୍ଚଳ ଶ୍ରୀମେଟାଲିକ୍ କାରଖାନାରେ ଅଘଟଣ । ୧୫ ଫୁଟ ଉଚ୍ଚରୁ ପଡ଼ି ଶ୍ରମିକଙ୍କ ମୃତ୍ୟୁ ଅଭିଯୋଗ । ମୃତକ ହେଲେ ନାଲକୋ ଥାନା ଅନ୍ତର୍ଗତ ଅଞ୍ଚଳର କନ୍ୟାବେଡା ଗାଁର ବିକାଶ ଦାଶ(୩୦ ବର୍ଷ) । 

ସୂଚନା ମୁତାବକ, ବିକାଶ ରବିବାର ସକାଳେ ଏ' ସିଫ୍ଟ ଡ୍ୟୁଟି ପାଇଁ ଶ୍ରୀମେଟାଲିକ୍ କାରଖାନାକୁ ଯାଇଥିଲେ । ୧୫ ଫୁଟର ଉଚ୍ଚରେ ଲୁହା ପ୍ଲେଟ ଡ୍ରିଲ୍ ମାରୁଥିବା ବେଳେ କୌଣସି କାରଣବଶତଃ ଖସି ପଡିଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଯୁବକଙ୍କ ମୃତ୍ୟୁ ପରେ ମେଡିକାଲ୍‌ରେ ଉତ୍ତେଜନା ଦେଖିବାକୁ ମିଳିଥିଲା । ଏ ସମ୍ପର୍କରେ ଖବର ପାଇ ପୁଲିସ୍ ଡାକ୍ତରଖାନାରେ ପହଞ୍ଚି ମୃତକଙ୍କ ପରିବାରକୁ ବୁଝାସୁଝା କରୁଥିବା ଜଣାପଡିଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.