ପ୍ରମୂଖ ଖବର
  • ଭାରତ ପାଇଁ ଐତିହାସିକ ଦିନ, ଲଞ୍ଚ ହେଲା ଆକ୍ସିଓମ୍‌ -୪ ମିଶନ୍‌, ମହାକାଶ ଗଲେ ଶୁଭାଂଶୁ ଶୁକ୍ଲା
  • ||
  • ଅନୁଗୁଳ : ହାତୀସ୍କ୍ଵାଡ୍ କର୍ମଚାରୀଙ୍କୁ କଚାଡି ମାରିଲା ହାତୀ, କ୍ଷତିପୂରଣ ଦାବି
  • ||
  • ବୌଦ୍ଧ : ବାର୍‌ହା ମାଂସ ଖାଇ ସୋସିଆଲ ମିଡିଆରେ ଭିଡିଓ ପୋଷ୍ଟ କରିବା ପଡ଼ିଲା ମହଙ୍ଗା, ଯୁବକ ଗିରଫ
  • ||
  • ଆକ୍ସିଅମ୍-୪ ମିଶନ୍, ଆଜି ମହାକାଶକୁ ଯିବେ କ୍ୟାପ୍ଟେନ୍ ଶୁଭାଂଶୁ ଶୁକ୍ଳା
  • ||
  • ବାଲେଶ୍ୱର : ଦିନକ ପରେ ହୋଇଥାନ୍ତା ବାହାଘର, ଟ୍ରକ୍‌ ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ
  • ||
  • ୨୮ ଯାଏଁ ରାଜ୍ୟରେ ବଡ଼ ବର୍ଷା, ଆଜି ପାଇଁ ୩ ଜିଲ୍ଲାକୁ ଆଲର୍ଟ
  • ||

ଗୋପାଳପୁର ଗଣଦୁଷ୍କର୍ମ ଘଟଣାସ୍ଥଳକୁ ଗସ୍ତ କଲା ଏଆଇସିସି ତଥ୍ୟ ଅନୁଧ୍ୟାନ କମିଟି

Published By : Harapriya Sethi | June 21, 2025 11:47 AM

ଭୁବନେଶ୍ୱର, ୨୧/୦୬: ଗୋପାଳପୁର ଗଣଦୁଷ୍କର୍ମ ଘଟଣାସ୍ଥଳକୁ ଗସ୍ତ କଲା ଏଆଇସିସି ତଥ୍ୟ ଅନୁଧ୍ୟାନ କମିଟି । ୪ ଦିନିଆ ଗସ୍ତରେ ଆସିଥିବା ଏଆଇସିସି ତଥ୍ୟ ଅନୁଧ୍ୟାନ କମିଟିର ଆବାହକ ଓ ସଦସ୍ୟଙ୍କ ସହ ପିସିସି ସଭାପତି ଭକ୍ତ ଚରଣ ଦାସ ଶନିବାର ସକାଳ ୯ଟା ୩୦ରେ କଂଗ୍ରେସ ଭବନରୁ ବାହାରି ଗୋପାଳପୁର ଗଣଦୁଷ୍କର୍ମ ଘଟଣାସ୍ଥଳକୁ ଗସ୍ତ କରିଛନ୍ତି । 

ଏହି କମିଟିରେ ପୂର୍ବତନ ମହିଳା କଂଗ୍ରେସ ସଭାନେତ୍ରୀ ଦିପା ଦାସମୁନସୀ ଆବାହକ ଥିବା ବେଳେ, ସାଂସଦ ରଞ୍ଜିତ ରଞ୍ଜନ, ପ୍ରଣିତୀ ସିନ୍ଦେ, ଏସ ଯୋଥୁମନି ଓ ପୂର୍ତନ ଜାତୀୟ ମହିଳା କଂଗ୍ରେସ ସଭାନେତ୍ରୀ ଶୋଭା ଓଝା ରହିଛନ୍ତି । କମିଟି ଶନିବାରରୁ ୩ ଦିନିଆ ଓଡ଼ିଶା ଗସ୍ତରେ ଆସିଛି । କମିଟି ଗସ୍ତ କରିବା ପରେ ସବିଶେଷ ତଥ୍ୟ ସହ ଏଆଇସିସିକୁ ରିପୋର୍ଟ ଦାଖଲ କରିବ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.