ପ୍ରମୂଖ ଖବର
  • ଭାରତ ପାଇଁ ଐତିହାସିକ ଦିନ, ଲଞ୍ଚ ହେଲା ଆକ୍ସିଓମ୍‌ -୪ ମିଶନ୍‌, ମହାକାଶ ଗଲେ ଶୁଭାଂଶୁ ଶୁକ୍ଲା
  • ||
  • ଅନୁଗୁଳ : ହାତୀସ୍କ୍ଵାଡ୍ କର୍ମଚାରୀଙ୍କୁ କଚାଡି ମାରିଲା ହାତୀ, କ୍ଷତିପୂରଣ ଦାବି
  • ||
  • ବୌଦ୍ଧ : ବାର୍‌ହା ମାଂସ ଖାଇ ସୋସିଆଲ ମିଡିଆରେ ଭିଡିଓ ପୋଷ୍ଟ କରିବା ପଡ଼ିଲା ମହଙ୍ଗା, ଯୁବକ ଗିରଫ
  • ||
  • ଆକ୍ସିଅମ୍-୪ ମିଶନ୍, ଆଜି ମହାକାଶକୁ ଯିବେ କ୍ୟାପ୍ଟେନ୍ ଶୁଭାଂଶୁ ଶୁକ୍ଳା
  • ||
  • ବାଲେଶ୍ୱର : ଦିନକ ପରେ ହୋଇଥାନ୍ତା ବାହାଘର, ଟ୍ରକ୍‌ ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ
  • ||
  • ୨୮ ଯାଏଁ ରାଜ୍ୟରେ ବଡ଼ ବର୍ଷା, ଆଜି ପାଇଁ ୩ ଜିଲ୍ଲାକୁ ଆଲର୍ଟ
  • ||

ରାଜଧାନୀରେ ବୁଲିଲା ଖଣ୍ଡା, ବାଇକ୍‌ ପାର୍କିଂକୁ ନେଇ ରକ୍ତପାତ

Published By : Harapriya Sethi | June 14, 2025 9:19 AM

ଭୁବନେଶ୍ୱର ୧୪/୦୬ : ରାଜଧାନୀରେ ପୁଣି ବୁଲିଲା ଖଣ୍ଡା । ଭୁବନେଶ୍ୱର ଧଉଳି ଥାନା ଲିଙ୍ଗିପୁର ଛକ ନିକଟରେ ଖଣ୍ଡା ବୁଲିଛି । ଯେଉଁଥିରେ ଦୁଇ ଜଣ ବ୍ୟକ୍ତି ଗୁରୁତର ହୋଇଥିବା ଜଣାପଡ଼ିଛି । ସେମାନଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରାଯାଇଛି । ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି ।

ସୂଚନା ମୁତାବକ, ଘର ଆଗରେ ବାଇକ୍‌ କାଢ଼ିବାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ବିବାଦ ସୃଷ୍ଟି ହୋଇଥିଲା । ଯାହାପରେ ୮ରୁ ୧୦ଜଣ ଦୁର୍ବୃତ୍ତ ଆସି ଖଣ୍ଡାରେ ଆକ୍ରମଣ କରିଥିଲେ । ଯେଉଁଥିରେ ଦୁଇ ଜଣ ବ୍ୟକ୍ତି ଗୁରୁତର ହୋଇଛନ୍ତି। ଗୁରୁତରଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ଏପିରିକି ଏହି ଗଣ୍ଡଗୋଳରେ କାର୍‌ର କାଚ ଭାଙ୍ଗିବା ସହ ଥଣ୍ଡା ବୋତଲରେ ଆକ୍ରମଣ ହୋଇଥିବା ସୂଚନା ମିଳିଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.