ପ୍ରମୂଖ ଖବର
  • ମୋହନା : ଭାରସାମ୍ୟ ହରାଇ ଓଲଟିଲା ଅଟୋ, ୧୨ ଯାତ୍ରୀ ଆହତ
  • ||
  • ସୁନ୍ଦରଗଡ଼ : ଚଳନ୍ତା ଟ୍ରେଲରରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର ଓ ହେଲପର୍‌
  • ||
  • ବ୍ରହ୍ମପୁର: CBI ଜାଲରେ EPFO ଅଧିକାରୀ, ଡିଜିଟାଲ୍‌ ଦସ୍ତଖତ ପାଇଁ ୧୦ ହଜାର ନେଲା ବେଳେ ଧରାପଡିଲେ
  • ||
  • ସମ୍ବଲପୁର ଜିଲ୍ଲା ଗୋବିନ୍ଦପୁର ଥାନା ଗଡ଼ପୋଷ ଫାଣ୍ଡି ଅଧିନ ମୁଣ୍ଡଲେଷା ଗାଁରେ ହତ୍ୟା, ସ୍ତ୍ରୀକୁ ହାଣିଦେଲା ନୃଶଂସ ସ୍ଵାମୀ
  • ||
  • କଟକ : ଟ୍ରକ୍‌ ପଛରେ ପିଟିହେଲା ବାଇକ୍‌, ଚାଳକ ମୃତ
  • ||
  • ବଲାଙ୍ଗୀର : ବିଦ୍ୟୁତ୍‌ ବିଭାଗର ଅବହେଳା, ଚାଷ ଜମିରୁ ୬ ଫୁଟ ଉଚ୍ଚରେ ଝୁଲୁଛି ଉଚ୍ଚ ସମ୍ପନ୍ନ ବିଦ୍ୟୁତ୍‌ ତାର
  • ||
  • କରିସ୍ମା କପୁରଙ୍କ ପୂର୍ବ ସ୍ୱାମୀ ସଞ୍ଜୟଙ୍କ ଦେହାନ୍ତ, ପୋଲୋ ଖେଳିବା ବେଳେ ହୃଦଘାତ
  • ||
  • ଇରାନ ଉପରେ ଇସ୍ରାଏଲ୍‌ର ଏୟାର ଷ୍ଟ୍ରାଇକ୍‌,ମିଲିଟାରୀ ଏବଂ ନ୍ୟୁକ୍ଲିୟର ବେସ୍ ନଷ୍ଟ,ଅନେକ ବୈଜ୍ଞାନିକ ଏବଂ କମାଣ୍ଡର ମୃତ
  • ||
  • ଭୁବନେଶ୍ୱର : ସାନିଟାରୀ ଦୋକାନରୁ ଲିଟ୍‌, ୨ ଲକ୍ଷ ଟଙ୍କାର ସାମଗ୍ରୀ ନେଇଗଲେ ଦୁର୍ବୃତ୍ତ
  • ||
  • ମୌସୁମୀ ପାଇଁ ରାଜ୍ୟରେ ପାଗ ଅନୁକୂଳ: ୬ ଦିନ ଯାଏ ପ୍ରବଳ ବର୍ଷା ସମ୍ଭାବନା, ୧୫ରୁ ଅଧିକ ବର୍ଷା
  • ||

ଟ୍ରକ୍‌ ପଛରେ ପିଟିହେଲା ବାଇକ୍‌, ଚାଳକ ମୃତ

Published By : Harapriya Sethi | June 13, 2025 8:58 AM

ସାଲେପୁର, ୧୩/୦୬: କଟକ-ସାଲେପୁର ରାସ୍ତାର ନାନ୍ଦୋଳ ବଜାର ନିକଟରେ ମର୍ମନ୍ତୁଦ ଦୁର୍ଘଟଣା । ରାସ୍ତା କଡ଼ରେ ଠିଆ ହୋଇଥିବା ଟ୍ରକ୍ ପଛରେ ପିଟିହେଲା ବାଇକ୍‌ । ଏହି ଦୁର୍ଘଟଣାରେ ବାଇକ୍‌ ଚାଳକ ମୟୂରଭଞ୍ଜର ରାଇରଙ୍ଗପୁର ଅଞ୍ଚଳର ସୁନ୍ଦର ମୋହନ ସୋରେନଙ୍କ ମୃତ୍ୟୁ ହୋଇଛି । ଖବର ପାଇ ସାଲେପୁର ପୁଲିସ ଘଟଣାସ୍ଥଳରେ ପହଞ୍ଚି ଦୁର୍ଘଟଣାଗ୍ରସ୍ତ ଗାଡିକୁ ଜବତ କରି ତଦନ୍ତ ଚଳାଇଛି ।

ସୂଚନା ମୁତାବକ, ଶୁକ୍ରବାର ସକାଳ ପ୍ରାୟ ୭ଟା ବେଳେ କଟକ-ସାଲେପୁର ରାସ୍ତାର ନାନ୍ଦୋଳ ବଜାର ନିକଟରେ ରାସ୍ତା କଡ଼ରେ ଏକ ଟ୍ରକ୍‌ ଠିଆ ହୋଇଥିଲା । କଟକରୁ ସାଲେପୁର ଅଭିମୁଖେ ଯାଉଥିବା ଏକ ବାଇକ୍‌ ଦ୍ରୁତ ଗତିରେ ଆସି ଭାରସାମ୍ୟ ହରାଇ ଉକ୍ତ ଟ୍ରକ୍‌ ପଛରେ ପିଟି ହୋଇଥିଲା । ଫଳରେ ବାଇକ୍‌ ଚାଳକ ସୁନ୍ଦର ମୋହନ ସୋରେନ ଗୁରୁତର ହୋଇଥିଲେ । ଏହା ଦେଖି ସ୍ଥାନୀୟଲୋକେ ତାଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ସାଲେପୁର ଡାକ୍ତରଖାନାକୁ ପଠାଇଥିଲେ । ହେଲେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ । ଘଟଣା ସମ୍ପର୍କରେ ଖବର ପାଇ ସାଲେପୁର ପୁଲିସ ଘଟଣାସ୍ଥଳରେ ପହଞ୍ଚି ଦୁର୍ଘଟଣାଗ୍ରସ୍ତ ଗାଡିକୁ ଜବତ କରି ତଦନ୍ତ ଚଳାଇଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.