ପ୍ରମୂଖ ଖବର
  • ଭାରତ ପାଇଁ ଐତିହାସିକ ଦିନ, ଲଞ୍ଚ ହେଲା ଆକ୍ସିଓମ୍‌ -୪ ମିଶନ୍‌, ମହାକାଶ ଗଲେ ଶୁଭାଂଶୁ ଶୁକ୍ଲା
  • ||
  • ଅନୁଗୁଳ : ହାତୀସ୍କ୍ଵାଡ୍ କର୍ମଚାରୀଙ୍କୁ କଚାଡି ମାରିଲା ହାତୀ, କ୍ଷତିପୂରଣ ଦାବି
  • ||
  • ବୌଦ୍ଧ : ବାର୍‌ହା ମାଂସ ଖାଇ ସୋସିଆଲ ମିଡିଆରେ ଭିଡିଓ ପୋଷ୍ଟ କରିବା ପଡ଼ିଲା ମହଙ୍ଗା, ଯୁବକ ଗିରଫ
  • ||
  • ଆକ୍ସିଅମ୍-୪ ମିଶନ୍, ଆଜି ମହାକାଶକୁ ଯିବେ କ୍ୟାପ୍ଟେନ୍ ଶୁଭାଂଶୁ ଶୁକ୍ଳା
  • ||
  • ବାଲେଶ୍ୱର : ଦିନକ ପରେ ହୋଇଥାନ୍ତା ବାହାଘର, ଟ୍ରକ୍‌ ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ
  • ||
  • ୨୮ ଯାଏଁ ରାଜ୍ୟରେ ବଡ଼ ବର୍ଷା, ଆଜି ପାଇଁ ୩ ଜିଲ୍ଲାକୁ ଆଲର୍ଟ
  • ||

କଲମପୁର ବ୍ଲକ ଅଧ୍ୟକ୍ଷ ଉପନିର୍ବାଚନରେ ବିଜେପିର ବାଜିମାତ୍, ଜ୍ୟୋତି ନାଏକ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ

Published By : Rasmita Pradhan | June 18, 2025 2:15 PM

କୋକସରା, ୧୮/୬ : କଳାହାଣ୍ଡି ଜିଲ୍ଲା କଲମପୁର ବ୍ଲକ ଅଧ୍ୟକ୍ଷ ନିର୍ବାଚନରେ ନିଜେପିର ବାଜିମାତ୍। ପୂର୍ବତନ ଅଧ୍ୟକ୍ଷ ଅନାସ୍ଥାରେ ହାରିବା ପରେ ଆଜି ଅଧ୍ୟକ୍ଷ ପଦବୀ ପାଇଁ ଉପନିର୍ବାଚନ ଅନୁଷ୍ଠିତ ହୋଇଥିଲା। ବିଜେପି ସମର୍ଥନରେ ଏକମାତ୍ର ପ୍ରାର୍ଥୀ ଭାବେ କଲମପୁର ଗ୍ରାମପଞ୍ଚାୟତର ସମିତି ସଭ୍ୟ ଜ୍ୟୋତି ନାଏକ ଅଧ୍ୟକ୍ଷ ପଦ ପାଇଁ ନାମାଙ୍କନ ଭରିଥିଲେ। ନିର୍ଦ୍ଧାରିତ ସମୟ ମଧ୍ୟରେ କେହି ନାମାଙ୍କନ ନଭରିବାରୁ ଜ୍ୟୋତି ନାଏକ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। 


ସୂଚନାଯୋଗ୍ୟ ଯେ, ଗତ ଏପ୍ରିଲ ମାସରେ କଲମପୁର ବ୍ଲକର ପୂର୍ବତନ ଅଧ୍ୟକ୍ଷଙ୍କ ବିରୁଦ୍ଧରେ ଅନାସ୍ଥା ଆଗତ ହୋଇଥିଲା। ପରେ ସେ ଅନାସ୍ଥା ଭୋଟରେ ପଦ ହରେଇଥିଲେ।


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.