ପ୍ରମୂଖ ଖବର
  • କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ସ୍ଥିତ ହୋଟେଲ ଓରିଅନ ନିକଟରେ ଦୁର୍ଘଟଣା, ଟ୍ରକ୍ ଧକ୍କାରେ ବୃଦ୍ଧଙ୍କ ମୃତ୍ୟୁ, ଅଟୋ ଚାଳକ ଗୁରୁତର
  • ||
  • ସ୍କୁଲ ଖୋଲିବାକୁ ନେଇ ହଟିଲା ଦ୍ୱନ୍ଦ୍ୱ: ଜୁନ୍ ୨୦ରେ ଖୋଲିବ ସ୍କୁଲ, ପ୍ରକାଶ ପାଇଲା ବିଜ୍ଞପ୍ତି
  • ||
  • ୨୦୨୭ ମାର୍ଚ୍ଚ ୧ରୁ ଦେଶରେ ଜନଗଣନା; ୨ଟି ପର୍ଯ୍ୟାୟରେ ହେବ, ଗେଜେଟ୍ ବିଜ୍ଞପ୍ତି ପ୍ରକାଶ
  • ||
  • ବାଲେଶ୍ୱର : ସ୍ତ୍ରୀ ଓ ପୁଅକୁ ହାଣି ବାପା ଫେରାର, ତଦନ୍ତ କରୁଛି ପୁଲିସ
  • ||
  • ଗଜପତି ମହାରାଜାଙ୍କ ଭାତୃ ବିୟୋଗ, ଚିକିତ୍ସାଧୀନ ଅବସ୍ଥାରେ ଶେଷ ନିଃଶ୍ଵାସ ତ୍ୟାଗ କଲେ ରଣାର୍ଣ୍ଣବ ଦେବ
  • ||
  • 'ଟ୍ରମ୍ପଙ୍କୁ ହତ୍ୟା କରିବାକୁ ଚାହୁଁଛି ଇରାନ୍',ଇସ୍ରାଏଲ ପ୍ରଧାନମନ୍ତ୍ରୀଙ୍କ ବଡ଼ ବୟାନ
  • ||
  • କେନ୍ଦୁଝର : ଶୈଲଙ୍ଗ ଗାଁରେ ଅଭାବନୀୟ ଘଟଣା, ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
  • ||
  • ଭୁବନେଶ୍ୱର : ଏନଏଚରେ ପଛକୁ ପଛ ପିଟି ହେଲା ୪ ଟ୍ରକ୍‌, ୩ ଡ୍ରାଇଭର ଆହତ
  • ||
  • ନରସିଂହପୁରରେ ଝାଡ଼ାବାନ୍ତି ନେଲା ମହିଳାଙ୍କ ଜୀବନ
  • ||
  • ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ; ୬ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା, ୨୪ ଘଣ୍ଟାରେ ସକ୍ରିୟ ହେବ ମୌସୁମୀ
  • ||

ଫିରିଙ୍ଗିଆରେ ବ୍ଲକସ୍ତରୀୟ ସୁଭଦ୍ରା ଶକ୍ତି ପାରମ୍ପରିକ ଖାଦ୍ୟ ପ୍ରତିଯୋଗିତା

Published By : Gurupada Nath | June 5, 2025 5:15 PM

ଫିରିଙ୍ଗିଆ,୫/୬ :  କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ପରିସରରେ ସୁଭଦ୍ରା ଶକ୍ତି ଅଧୀନରେ ସ୍ୱୟଂ ସହାୟକ ଗୋଷ୍ଠିର ମହିଳାମାନଙ୍କୁ ନେଇ ଏକ ପାରମ୍ପରିକ ଖାଦ୍ୟ ପ୍ରସ୍ତୁତି ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି I ଆଧୁନିକତାର ହଜି ଯାଉଥିବା ପାରମ୍ପରିକ ଖାଦ୍ୟ ଗୁଡ଼ିକୁ ପୁନଃଉଦ୍ଧାର କରିବା ଉଦ୍ଦେଶ୍ୟରେ ରାଜ୍ୟ ସରକାରଙ୍କ ନିର୍ଦେଶକ୍ରମେ ଏହି ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିବାବେଳେ ବ୍ଲକର ପ୍ରାୟ ୩୦ଟି ସ୍ୱୟଂ ସହାୟକ ଗୋଷ୍ଠି ଏଥିରେ ଭାଗ ନେଇ ବିଭିନ୍ନ ପ୍ରକାର ପାରମ୍ପରିକ ଖାଦ୍ୟ ପ୍ରସ୍ତୁତ କରିଥିଲେ I 

ତେବେ କାର୍ଯ୍ୟକ୍ରମକୁ ଓଡ଼ିଶା ଜୀବିକା ମିଶନ ଆୟୋଜନ କରିଥିବାବେଳେ ଫିରିଙ୍ଗିଆ ଗୋଷ୍ଠି ଉନ୍ନୟନ ଅଧିକାରୀ ଅନୁପ ଅଭିଷେକ ବେହେରା ମୁଖ୍ୟ ଅତିଥି ଭାବରେ ଉପସ୍ଥିତ ରହି ଅନୁଷ୍ଠାନିକ ଭାବରେ କାର୍ଯ୍ୟକ୍ରମକୁ ଉଦଘାଟନ କରିଥିବାବେଳେ ଅନ୍ୟମାନଙ୍କ ମଧ୍ୟରେ ସାଂସଦ ପ୍ରତିନିଧି ଗୋଲକ ବିହାରୀ କହଁର ଓ ବିଧାୟକ ପ୍ରତିନିଧି ପ୍ରଶାନ୍ତ କମ୍ପ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ I ଏହି କାର୍ଯ୍ୟକ୍ରମରେ ମହିଳା ଓ ଶିଶୁ ବିକାଶ ଅଧିକାରୀ  ନିବେଦିତା ପ୍ରଧାନ, ମଙ୍ଗଳ ସମ୍ପ୍ରସାରଣ ଅଧିକାରୀ ଇପ୍ସିତା ଜେନା, ଫିରିଙ୍ଗିଆ ଭ୍ରାମ୍ୟମାଣ ଚିକିତ୍ସା ଟିମର ମୁଖ୍ୟ ଡାକ୍ତର ଯତୀନ ପାଢ଼ୀ, ଖାଦ୍ୟ ଓ ଯୋଗାଣ ଅଧିକାରୀ ସଞ୍ଜୟ ଦାସ ପ୍ରମୁଖ ବିଚାରକ ଭାବେ ଯୋଗ ଦେଇଥିଲେ I ଏହି କାର୍ଯ୍ୟକ୍ରମକୁ ଜୀବିକା ମିସନର ସଂଯୋଜକ ସଂଗ୍ରାମ କେଶରୀ ସାହୁଙ୍କ ସହ ରତିକାନ୍ତ ସାହୁ ପରିଚାଳନା କରିଥିଲେ I 

ଏହି କାର୍ଯ୍ୟକ୍ରମରେ ବିମଳା ସ୍ୱୟଂସହାୟକ ଗୋଷ୍ଠି ପ୍ରଥମ ସ୍ଥାନ ଅଧିକାର କରିଥିବାବେଳେ ମା’ଠାକୁରାଣୀ ଏସଏଚଜି କଷିନୀପଦର ଦ୍ଵିତୀୟ ଓ ମା’ମେଟକାନି ଏସଏଚଜି ଫିରିଙ୍ଗିଆ ତୃତୀୟ ସ୍ଥାନ ଅଧିକାର କରିଥିଲା I କାର୍ଯ୍ୟକ୍ରମ ଶେଷରେ ବ୍ଲକ ତରଫରୁ ସମସ୍ତ ଏସଏସଜି ଗ୍ରୁପକୁ ମାନପତ୍ର ପ୍ରଦାନ କରାଯାଇଥିଲା I କାର୍ଯ୍ୟକ୍ରମରେ ମଣ୍ଡା ପିଠା, ଚକୁଳି, ଆରିସା ପିଠା, ରସ ମଲେଇ, ଗୁଳାପ ଯମୁନ, ଏଣ୍ଡୁରି ପିଠା, ଦହି ଚଲା, ପୋଡ଼ ପିଠା, ଫେଣି, ରାଜ ଭୋଗ ଭଳି ବିଭିନ୍ନ ପରମ୍ପରିକ ଖାଦ୍ୟ ପ୍ରସ୍ତୁତ କରାଯାଇ ପ୍ରରିଦର୍ଶନ କରାଯାଇଥିଲା I

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.