ପ୍ରମୂଖ ଖବର
  • ମୋହନା : ଭାରସାମ୍ୟ ହରାଇ ଓଲଟିଲା ଅଟୋ, ୧୨ ଯାତ୍ରୀ ଆହତ
  • ||
  • ସୁନ୍ଦରଗଡ଼ : ଚଳନ୍ତା ଟ୍ରେଲରରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର ଓ ହେଲପର୍‌
  • ||
  • ବ୍ରହ୍ମପୁର: CBI ଜାଲରେ EPFO ଅଧିକାରୀ, ଡିଜିଟାଲ୍‌ ଦସ୍ତଖତ ପାଇଁ ୧୦ ହଜାର ନେଲା ବେଳେ ଧରାପଡିଲେ
  • ||
  • ସମ୍ବଲପୁର ଜିଲ୍ଲା ଗୋବିନ୍ଦପୁର ଥାନା ଗଡ଼ପୋଷ ଫାଣ୍ଡି ଅଧିନ ମୁଣ୍ଡଲେଷା ଗାଁରେ ହତ୍ୟା, ସ୍ତ୍ରୀକୁ ହାଣିଦେଲା ନୃଶଂସ ସ୍ଵାମୀ
  • ||
  • କଟକ : ଟ୍ରକ୍‌ ପଛରେ ପିଟିହେଲା ବାଇକ୍‌, ଚାଳକ ମୃତ
  • ||
  • ବଲାଙ୍ଗୀର : ବିଦ୍ୟୁତ୍‌ ବିଭାଗର ଅବହେଳା, ଚାଷ ଜମିରୁ ୬ ଫୁଟ ଉଚ୍ଚରେ ଝୁଲୁଛି ଉଚ୍ଚ ସମ୍ପନ୍ନ ବିଦ୍ୟୁତ୍‌ ତାର
  • ||
  • କରିସ୍ମା କପୁରଙ୍କ ପୂର୍ବ ସ୍ୱାମୀ ସଞ୍ଜୟଙ୍କ ଦେହାନ୍ତ, ପୋଲୋ ଖେଳିବା ବେଳେ ହୃଦଘାତ
  • ||
  • ଇରାନ ଉପରେ ଇସ୍ରାଏଲ୍‌ର ଏୟାର ଷ୍ଟ୍ରାଇକ୍‌,ମିଲିଟାରୀ ଏବଂ ନ୍ୟୁକ୍ଲିୟର ବେସ୍ ନଷ୍ଟ,ଅନେକ ବୈଜ୍ଞାନିକ ଏବଂ କମାଣ୍ଡର ମୃତ
  • ||
  • ଭୁବନେଶ୍ୱର : ସାନିଟାରୀ ଦୋକାନରୁ ଲିଟ୍‌, ୨ ଲକ୍ଷ ଟଙ୍କାର ସାମଗ୍ରୀ ନେଇଗଲେ ଦୁର୍ବୃତ୍ତ
  • ||
  • ମୌସୁମୀ ପାଇଁ ରାଜ୍ୟରେ ପାଗ ଅନୁକୂଳ: ୬ ଦିନ ଯାଏ ପ୍ରବଳ ବର୍ଷା ସମ୍ଭାବନା, ୧୫ରୁ ଅଧିକ ବର୍ଷା
  • ||

ବରଗଡ଼ ପଞ୍ଚାୟତ କଲେଜ ପଛପଟୁ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

Published By : Harapriya Sethi | June 7, 2025 11:49 AM

ବରଗଡ,୦୭/୦୬: ବରଗଡ଼ ପଞ୍ଚାୟତ କଲେଜ ପଛପଟୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ପାରିପାର୍ଶ୍ଵିକ ସ୍ଥିତିରୁ ଯୁବକଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି । ମୃତ ଯୁବକ ଜଣକ ହେଲେ କଲେଜ ପାଖ ପାଣ୍ଡ୍ରିପଥର ଅଞ୍ଚଳର ୪୫ ବର୍ଷୀୟ ଦେବରାଜ ପାଣିଗ୍ରାହୀ । 

ସୂଚନା ମୁତାବକ, ବରଗଡ଼ ପଞ୍ଚାୟତ କଲେଜ ପଛପଟୁ ଜଣେ ୪୫ ବର୍ଷୀୟ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତଦେହ ନିକଟରେ ଇଟା ଓ ପଥର ପଡିଥିବାରୁ କେହି ପଥରରେ ଛେଚି ଛେଚି ହତ୍ୟା କରିଥିବା ପୁଲିସ୍ ସନ୍ଦେହ କରୁଛି । ମୃତଦେହକୁ ମାଟିରେ ଅଧା ଢାଙ୍କି ଦିଆଯାଇଥିବା ବେଳେ ଉପରକୁ ଅଧା ଦେଖାଯାଉଥିବାରୁ ହତ୍ୟା ସନ୍ଦେହ ଆହୁରି ବଢିଯାଇଛି । ଯୁବକଙ୍କ ମୃତ୍ୟୁ ପଛର କାରଣ ଅସ୍ପଷ୍ଟ ରହିଥିବାରୁ ଘଟଣାସ୍ଥଳରେ ସନ୍ଧାନୀ କୁକୁର ସହ ତଦନ୍ତ ଜାରି ରଖିଛି ଗ୍ରାମାଞ୍ଚଳ ଥାନା ପୁଲିସ । ସମ୍ବଲପୁରରୁ ସାଇଣ୍ଟିଫିକ ଟିମ୍‌ ଆସିଲା ପରେ ପରବର୍ତ୍ତୀ ପଦକ୍ଷେପ ନିଆଯିବ ବୋଲି ଗ୍ରାମାଞ୍ଚଳ ଥାନାଧିକାରୀ ସୂଚନା ଦେଇଛନ୍ତି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.