ପ୍ରମୂଖ ଖବର
  • ମୋହନା : ଭାରସାମ୍ୟ ହରାଇ ଓଲଟିଲା ଅଟୋ, ୧୨ ଯାତ୍ରୀ ଆହତ
  • ||
  • ସୁନ୍ଦରଗଡ଼ : ଚଳନ୍ତା ଟ୍ରେଲରରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର ଓ ହେଲପର୍‌
  • ||
  • ବ୍ରହ୍ମପୁର: CBI ଜାଲରେ EPFO ଅଧିକାରୀ, ଡିଜିଟାଲ୍‌ ଦସ୍ତଖତ ପାଇଁ ୧୦ ହଜାର ନେଲା ବେଳେ ଧରାପଡିଲେ
  • ||
  • ସମ୍ବଲପୁର ଜିଲ୍ଲା ଗୋବିନ୍ଦପୁର ଥାନା ଗଡ଼ପୋଷ ଫାଣ୍ଡି ଅଧିନ ମୁଣ୍ଡଲେଷା ଗାଁରେ ହତ୍ୟା, ସ୍ତ୍ରୀକୁ ହାଣିଦେଲା ନୃଶଂସ ସ୍ଵାମୀ
  • ||
  • କଟକ : ଟ୍ରକ୍‌ ପଛରେ ପିଟିହେଲା ବାଇକ୍‌, ଚାଳକ ମୃତ
  • ||
  • ବଲାଙ୍ଗୀର : ବିଦ୍ୟୁତ୍‌ ବିଭାଗର ଅବହେଳା, ଚାଷ ଜମିରୁ ୬ ଫୁଟ ଉଚ୍ଚରେ ଝୁଲୁଛି ଉଚ୍ଚ ସମ୍ପନ୍ନ ବିଦ୍ୟୁତ୍‌ ତାର
  • ||
  • କରିସ୍ମା କପୁରଙ୍କ ପୂର୍ବ ସ୍ୱାମୀ ସଞ୍ଜୟଙ୍କ ଦେହାନ୍ତ, ପୋଲୋ ଖେଳିବା ବେଳେ ହୃଦଘାତ
  • ||
  • ଇରାନ ଉପରେ ଇସ୍ରାଏଲ୍‌ର ଏୟାର ଷ୍ଟ୍ରାଇକ୍‌,ମିଲିଟାରୀ ଏବଂ ନ୍ୟୁକ୍ଲିୟର ବେସ୍ ନଷ୍ଟ,ଅନେକ ବୈଜ୍ଞାନିକ ଏବଂ କମାଣ୍ଡର ମୃତ
  • ||
  • ଭୁବନେଶ୍ୱର : ସାନିଟାରୀ ଦୋକାନରୁ ଲିଟ୍‌, ୨ ଲକ୍ଷ ଟଙ୍କାର ସାମଗ୍ରୀ ନେଇଗଲେ ଦୁର୍ବୃତ୍ତ
  • ||
  • ମୌସୁମୀ ପାଇଁ ରାଜ୍ୟରେ ପାଗ ଅନୁକୂଳ: ୬ ଦିନ ଯାଏ ପ୍ରବଳ ବର୍ଷା ସମ୍ଭାବନା, ୧୫ରୁ ଅଧିକ ବର୍ଷା
  • ||

ହାଇୱେରେ ଠିଆ ହୋଇଥିବା ଟ୍ରକ୍‌କୁ ପଛପଟୁ ପିଟିଲା କାର୍, ଚାଳକ ମୃତ

Published By : Rasmita Pradhan | May 31, 2025 1:02 PM

ବରଗଡ଼, ୩୧/୦୫ : ହାଇୱେରେ ଠିଆ ହୋଇଥିବା ଟ୍ରକ୍‌କୁ ପଛପଟୁ ଧକ୍କା ଦେଲା କାର୍।  ଚାଳକ ମୃତ। ବରଗଡ଼ ଜିଲ୍ଲା ସୋହେଲା ବ୍ଲକ ଦଶମାଇଲ୍ ନିକଟରେ ଏହି ଦୁର୍ଘଟଣା ଘଟିଛି। ମୃତକ ଜଣଙ୍କ ବରଗଡ଼ ବାସିନ୍ଦା ତଥା ଧନୁଯାତ୍ରା ସାଂସ୍କୃତିକ କମିଟିର ସକ୍ରିୟ ସଦସ୍ୟ ଇଂ. ତୁଷାର ଭଦ୍ର ବୋଲି ଜଣାପଡ଼ିଛି। 

ସୂଚନାନୁଯାୟୀ, ବରଗଡ଼ ବାସିନ୍ଦା ଇଂ. ତୁଷାର ଭଦ୍ର ସୋହେଲା ବ୍ଲକରେ କାମ କରନ୍ତି। ଶନିବାର ସକାଳେ ତୁଷାର ତାଙ୍କ କାର୍ ଯୋଗେ ବରଗଡ଼ରୁ ସୋହେଲାକୁ ଯାଉଥିବା ସମୟରେ ଦଶମାଇଲ୍ ନିକଟରେ ହାଇୱେ ଉପରେ ଠିଆ ହୋଇଥିବା ଏକ ଟ୍ରକ୍‌କୁ ପଛପଟୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ତୁଷାରଙ୍କର ମୃତ୍ୟୁ ହୋଇଛି। ସଦର ଥାନା ପୁଲିସ ମୃତଦେହ ଉଦ୍ଧାର କରି ଶବ ବ୍ୟବଚ୍ଛେଦ ପାଇଁ ପଠାଇଛି। ଏନେଇ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି। ତୁଷାର ବରଗଡ଼ ଧନୁଯାତ୍ରା ସମେତ ଅନେକ ଅନୁଷ୍ଠାନ ସହ ଜଡ଼ିତ ଥିଲେ। ତେଣୁ ତାଙ୍କର ଅକାଳ ବିୟୋଗ ହେବାରୁ ବରଗଡ଼ରେ ଗଭୀର ଶୋକ ପ୍ରକାଶ ପାଇଛି।   


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.