ପ୍ରମୂଖ ଖବର
  • ଭାରତ ପାଇଁ ଐତିହାସିକ ଦିନ, ଲଞ୍ଚ ହେଲା ଆକ୍ସିଓମ୍‌ -୪ ମିଶନ୍‌, ମହାକାଶ ଗଲେ ଶୁଭାଂଶୁ ଶୁକ୍ଲା
  • ||
  • ଅନୁଗୁଳ : ହାତୀସ୍କ୍ଵାଡ୍ କର୍ମଚାରୀଙ୍କୁ କଚାଡି ମାରିଲା ହାତୀ, କ୍ଷତିପୂରଣ ଦାବି
  • ||
  • ବୌଦ୍ଧ : ବାର୍‌ହା ମାଂସ ଖାଇ ସୋସିଆଲ ମିଡିଆରେ ଭିଡିଓ ପୋଷ୍ଟ କରିବା ପଡ଼ିଲା ମହଙ୍ଗା, ଯୁବକ ଗିରଫ
  • ||
  • ଆକ୍ସିଅମ୍-୪ ମିଶନ୍, ଆଜି ମହାକାଶକୁ ଯିବେ କ୍ୟାପ୍ଟେନ୍ ଶୁଭାଂଶୁ ଶୁକ୍ଳା
  • ||
  • ବାଲେଶ୍ୱର : ଦିନକ ପରେ ହୋଇଥାନ୍ତା ବାହାଘର, ଟ୍ରକ୍‌ ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ
  • ||
  • ୨୮ ଯାଏଁ ରାଜ୍ୟରେ ବଡ଼ ବର୍ଷା, ଆଜି ପାଇଁ ୩ ଜିଲ୍ଲାକୁ ଆଲର୍ଟ
  • ||

ବଲାଙ୍ଗୀର ସହର ଭିତରେ ଦୁର୍ଘଟଣା, ରାସ୍ତାକଡ଼ ଦୋକାନକୁ ପଶିଗଲା କଣ୍ଟେନର

Published By : Rasmita Pradhan | June 17, 2025 9:07 AM

ବଲାଙ୍ଗିର, ୧୭/୦୬ : ବଲାଙ୍ଗିର ଜିଲ୍ଲା ଦେଇ ଯାଇଥିବା ୨୬ ନଂ ଜାତୀୟ ରାଜପଥର ସ୍ଥାନୀୟ ପେଲେସଲାଇନ୍ ଠାରେ ଦୁର୍ଘଟଣା। ଭାରସାମ୍ୟ ହରାଇ ରାସ୍ତା କଡ଼ ଦୋକାନ ଘରକୁ ପଶିଗଲା କଣ୍ଟେନର। ବଲାଙ୍ଗୀର ସହର ଜିଲ୍ଲାପରିଷଦ କାର୍ଯ୍ୟାଳୟ ସମ୍ମୁଖରେ ଏହି ଦୁର୍ଘଟଣା ଘଟିଛି। 

ସୂଚନାନୁଯାୟୀ, ସୋମବାର ରାତିରେ ଟିଟଲାଗଡ଼ ପଟରୁ ଏକ କଣ୍ଟେନର ଆସୁଥିବା ବେଳେ ପ୍ରାୟ ୩ଟା ୪୫ରେ ଭାରସାମ୍ୟ ହରାଇ ବଲାଙ୍ଗୀର ସହର ଜିଲ୍ଲାପରିଷଦ କାର୍ଯ୍ୟାଳୟ ସମ୍ମୁଖରେ ଏକ ଦୋକାନ ଭିତରକୁ ପଶି ଯାଇଛି। ଟ୍ରକ୍‌ର ସମ୍ମୁଖ ଭାଗ ଗଛରେ ପିଟିହୋଇ ଦୋକାନରେ ପଶିଯାଇ ସମ୍ପୂର୍ଣ୍ଣ ଭାବରେ ଭାଙ୍ଗି ଚୁରମାର ହୋଇଯାଇଛି। ଏହି ଦୁର୍ଘଟଣାରେ କେହି ମୃତାହତ ହୋଇନାହାଁନ୍ତି। ଘଟଣାସ୍ଥଳରେ ଟାଉନ ଥାନା ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ସିସିଟିଭି ଭିଡିଓରେ ଦୁର୍ଘଟଣା ବେଳର ଦୃଶ୍ୟ କଏଦ ହୋଇଛି। ଟ୍ରକର ସମ୍ମୁଖ ଭାଗର ଚକ ଫାଟିବା ଯୋଗୁଁ ଏଭଳି ଦୁର୍ଘଟଣା ଘଟିଥିବା ସନ୍ଦେହ କରାଯାଉଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.