ପ୍ରମୂଖ ଖବର
  • ମୋହନା : ଭାରସାମ୍ୟ ହରାଇ ଓଲଟିଲା ଅଟୋ, ୧୨ ଯାତ୍ରୀ ଆହତ
  • ||
  • ସୁନ୍ଦରଗଡ଼ : ଚଳନ୍ତା ଟ୍ରେଲରରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର ଓ ହେଲପର୍‌
  • ||
  • ବ୍ରହ୍ମପୁର: CBI ଜାଲରେ EPFO ଅଧିକାରୀ, ଡିଜିଟାଲ୍‌ ଦସ୍ତଖତ ପାଇଁ ୧୦ ହଜାର ନେଲା ବେଳେ ଧରାପଡିଲେ
  • ||
  • ସମ୍ବଲପୁର ଜିଲ୍ଲା ଗୋବିନ୍ଦପୁର ଥାନା ଗଡ଼ପୋଷ ଫାଣ୍ଡି ଅଧିନ ମୁଣ୍ଡଲେଷା ଗାଁରେ ହତ୍ୟା, ସ୍ତ୍ରୀକୁ ହାଣିଦେଲା ନୃଶଂସ ସ୍ଵାମୀ
  • ||
  • କଟକ : ଟ୍ରକ୍‌ ପଛରେ ପିଟିହେଲା ବାଇକ୍‌, ଚାଳକ ମୃତ
  • ||
  • ବଲାଙ୍ଗୀର : ବିଦ୍ୟୁତ୍‌ ବିଭାଗର ଅବହେଳା, ଚାଷ ଜମିରୁ ୬ ଫୁଟ ଉଚ୍ଚରେ ଝୁଲୁଛି ଉଚ୍ଚ ସମ୍ପନ୍ନ ବିଦ୍ୟୁତ୍‌ ତାର
  • ||
  • କରିସ୍ମା କପୁରଙ୍କ ପୂର୍ବ ସ୍ୱାମୀ ସଞ୍ଜୟଙ୍କ ଦେହାନ୍ତ, ପୋଲୋ ଖେଳିବା ବେଳେ ହୃଦଘାତ
  • ||
  • ଇରାନ ଉପରେ ଇସ୍ରାଏଲ୍‌ର ଏୟାର ଷ୍ଟ୍ରାଇକ୍‌,ମିଲିଟାରୀ ଏବଂ ନ୍ୟୁକ୍ଲିୟର ବେସ୍ ନଷ୍ଟ,ଅନେକ ବୈଜ୍ଞାନିକ ଏବଂ କମାଣ୍ଡର ମୃତ
  • ||
  • ଭୁବନେଶ୍ୱର : ସାନିଟାରୀ ଦୋକାନରୁ ଲିଟ୍‌, ୨ ଲକ୍ଷ ଟଙ୍କାର ସାମଗ୍ରୀ ନେଇଗଲେ ଦୁର୍ବୃତ୍ତ
  • ||
  • ମୌସୁମୀ ପାଇଁ ରାଜ୍ୟରେ ପାଗ ଅନୁକୂଳ: ୬ ଦିନ ଯାଏ ପ୍ରବଳ ବର୍ଷା ସମ୍ଭାବନା, ୧୫ରୁ ଅଧିକ ବର୍ଷା
  • ||

ପୁଣି ଦାଦନ ଦୁଃଖ, ବିଶାଖାପାଟଣାରେ ଶ୍ରମିକର ମୃତ୍ୟୁ...

Published By : Ladu Kishor | June 1, 2025 10:26 PM

ରାୟଗଡ଼ (ଗଜପତି) ୦୧/୬ : ପୁଣି ଦାଦନ ଦେଇଛି ଦୁଃଖ I ଆନ୍ଧ୍ରପ୍ରଦେଶକୁ ଦାଦନ ଖଟିବାକୁ ଯାଇଥିବା ଜଣେ ଶ୍ରମିକର ମୃତ୍ୟୁ ହୋଇଥିବା ଜଣାପଡିଛି l ମୃତକ ହେଲେ ଗଜପତି ଜିଲ୍ଲା ରାୟଗଡ଼ ବ୍ଲକ ଜିରାଙ୍ଗ ପଞ୍ଚାୟତର ରଘୁନାଥପୁର ଗ୍ରାମର ସୁବାଷ ବଡ଼ରଇତଙ୍କ ବଡ଼ ପୁଅ ସହଦେବ ବଡ଼ ରଇତ (୨୨)। ସେ ଆନ୍ଧ୍ରପ୍ରଦେଶର ବିଶାଖାପାଟଣାକୁ ଦାଦନ ଖଟିବାକୁ ଯାଇଥିବା ବେଳେ ସେଠାରେ ତାର ମୃତ୍ୟୁ ହୋଇଥିବା ଜଣାପଡିଛି l ସେ ଘରର ବଡ଼ ପୁଅ ହୋଇଥିବାରୁ ପରିବାରର ଆର୍ଥିକ ଅବସ୍ଥା କିଛି ଭଲ ନଥିବା ଦେଖି ସେଠାକୁ ଦାଦନ ଖଟି ରୋଜଗାର କରିବାକୁ ଯାଇଥିଲେ। ଶନିବାର ଦିନ ତାଙ୍କ ସେଠାରେ ତାଙ୍କର ମୃତ୍ୟୁ ହୋଇଥିବା ବେଳେ ରୋଜଗାରିଆ ପୁଅକୁ ହରାଇ ପରିବାର ଲୋକେ ମିୟମ୍ରାଣ ହୋଇପଡ଼ିଛନ୍ତି। 

ପ୍ରକାଶ ଯେ,  ସହଦେବ ଚଳିତ ବର୍ଷ ଏପ୍ରିଲ ମାସରେ ବିଶାଖାପାଟଣାକୁ ଦାଦନ ଖଟିବାକୁ ଯାଇ ଏକ ଘରୋଇ ସଂସ୍ଥାର ସିମେଣ୍ଟ ଢଳେଇ କାମରେ ନିୟୋଜିତ ଥିଲେ । ସେଠାରେ କାମ କରିବା ସମୟରେ ହଠାତ୍ ଦେହ ଅସୁସ୍ଥ ହୋଇଥିବାରୁ ଗିତଏମ୍ ନାମକ ଏକ ଘୋରେଇ ମେଡିକାଲରେ ଚିକିତ୍ସା କରାଯାଉ ଥିବା ବେଳେ ସେଠାରେ ତାର ମୃତ୍ୟୁ ହୋଇଥିବା ଜଣାପଡିଛି l ଏହି ଘଟଣାକୁ ନେଇ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି l ମୃତକଙ୍କ ପରିବାରର ଆର୍ଥିକ ଅବସ୍ଥା ଶୋଚନୀୟ ହୋଇପଡିଥିବାରୁ ସରକାରଙ୍କ ତରଫରୁ ପରିବାରକୁ ଆର୍ଥିକ ସହାୟତା ପ୍ରଦାନ କରିବା ପାଇଁ ଅଞ୍ଚଳବାସୀ ଦାବି କରିଛନ୍ତି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.