ପ୍ରମୂଖ ଖବର
  • ମୋହନା : ଭାରସାମ୍ୟ ହରାଇ ଓଲଟିଲା ଅଟୋ, ୧୨ ଯାତ୍ରୀ ଆହତ
  • ||
  • ସୁନ୍ଦରଗଡ଼ : ଚଳନ୍ତା ଟ୍ରେଲରରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର ଓ ହେଲପର୍‌
  • ||
  • ବ୍ରହ୍ମପୁର: CBI ଜାଲରେ EPFO ଅଧିକାରୀ, ଡିଜିଟାଲ୍‌ ଦସ୍ତଖତ ପାଇଁ ୧୦ ହଜାର ନେଲା ବେଳେ ଧରାପଡିଲେ
  • ||
  • ସମ୍ବଲପୁର ଜିଲ୍ଲା ଗୋବିନ୍ଦପୁର ଥାନା ଗଡ଼ପୋଷ ଫାଣ୍ଡି ଅଧିନ ମୁଣ୍ଡଲେଷା ଗାଁରେ ହତ୍ୟା, ସ୍ତ୍ରୀକୁ ହାଣିଦେଲା ନୃଶଂସ ସ୍ଵାମୀ
  • ||
  • କଟକ : ଟ୍ରକ୍‌ ପଛରେ ପିଟିହେଲା ବାଇକ୍‌, ଚାଳକ ମୃତ
  • ||
  • ବଲାଙ୍ଗୀର : ବିଦ୍ୟୁତ୍‌ ବିଭାଗର ଅବହେଳା, ଚାଷ ଜମିରୁ ୬ ଫୁଟ ଉଚ୍ଚରେ ଝୁଲୁଛି ଉଚ୍ଚ ସମ୍ପନ୍ନ ବିଦ୍ୟୁତ୍‌ ତାର
  • ||
  • କରିସ୍ମା କପୁରଙ୍କ ପୂର୍ବ ସ୍ୱାମୀ ସଞ୍ଜୟଙ୍କ ଦେହାନ୍ତ, ପୋଲୋ ଖେଳିବା ବେଳେ ହୃଦଘାତ
  • ||
  • ଇରାନ ଉପରେ ଇସ୍ରାଏଲ୍‌ର ଏୟାର ଷ୍ଟ୍ରାଇକ୍‌,ମିଲିଟାରୀ ଏବଂ ନ୍ୟୁକ୍ଲିୟର ବେସ୍ ନଷ୍ଟ,ଅନେକ ବୈଜ୍ଞାନିକ ଏବଂ କମାଣ୍ଡର ମୃତ
  • ||
  • ଭୁବନେଶ୍ୱର : ସାନିଟାରୀ ଦୋକାନରୁ ଲିଟ୍‌, ୨ ଲକ୍ଷ ଟଙ୍କାର ସାମଗ୍ରୀ ନେଇଗଲେ ଦୁର୍ବୃତ୍ତ
  • ||
  • ମୌସୁମୀ ପାଇଁ ରାଜ୍ୟରେ ପାଗ ଅନୁକୂଳ: ୬ ଦିନ ଯାଏ ପ୍ରବଳ ବର୍ଷା ସମ୍ଭାବନା, ୧୫ରୁ ଅଧିକ ବର୍ଷା
  • ||

ସରିଲା ନିଲମ୍ବନ ଅବଧି, ଶ୍ରୀମନ୍ଦିରକୁ ପ୍ରବେଶ କଲେ ରାମକୃଷ୍ଣ ଦାସ ମହାପାତ୍ର

Published By : Prameya | June 10, 2025 10:30 AM

ପୁରୀ ୧୦/୦୬: ବରିଷ୍ଠ ଦଇତାପତି ନିଯୋଗ ସମ୍ପାଦକ ଶ୍ରୀ ରାମକୃଷ୍ଣ ଦାସ ମହାପାତ୍ରଙ୍କ ସରିଲା ନିଲମ୍ବନ ଅବଧି। ମାସେ ପରେ ଶ୍ରୀମନ୍ଦିରକୁ ଫେରିଲେ ରାମକୃଷ୍ଣ ଦାସ ମହାପାତ୍ର। ଆସନ୍ତାକାଲି ଦେବସ୍ନାନ ପୂର୍ଣ୍ଣିମା ଥିବାରୁ ଆଜି ଦଇତାପତି ସେବା କାର୍ଯ୍ୟରେ ଯୋଗ ଦେଇଛନ୍ତି। ଶ୍ରୀଜିଉଙ୍କ ସେନାପଟା ଲାଗି ନୀତିରେ ସାମିଲ ହୋଇଛନ୍ତି। 


ସୂଚନା ଅନୁଯାୟୀ,  ଗତ ମେ’ ମାସ ୧୧ ତାରିଖରେ ଶ୍ରୀମନ୍ଦିର ପରମ୍ପରା ବିରୋଧୀ କାର୍ଯ୍ୟ ଯୋଗୁ ୩୦ ଦିନ ପାଇଁ ରାମକୃଷ୍ଣ ଦାସ ମହାପାତ୍ର ନିଲମ୍ବନ‌ ହୋଇଥିଲେ । ଶ୍ରୀମନ୍ଦିର ପ୍ରବେଶ ଉପରେ ମଧ୍ୟ ଲାଗିଥିଲା କଟକଣା। ଦୀଘା ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ଉତ୍ସବରେ ଯୋଗ ଦେଇ ବିବାଦକୁ ଆସିଥିଲେ। ବଳକା ଦାରୁରେ ବିଗ୍ରହ ନିର୍ମାଣ ଏବଂ ଦୀଘା ଜଗନ୍ନାଥ ମନ୍ଦିରକୁ ଜଗନ୍ନାଥ ଧାମ ନାମକରଣକୁ ପ୍ରତିବାଦ କରିନଥିବାରୁ ନିଆଯାଇଥିଲା ଆକ୍ସନ। ତେବେ ଆଜି ନିଲମ୍ବନ ଅବଧି ସରିବା ପରେ ଦେଇତାପତି ସେବା କାର୍ଯ୍ୟ ଶ୍ରୀ ରାମକୃଷ୍ଣ ଦାସ ମହାପାତ୍ର ସାମିଲ ହୋଇଛନ୍ତି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.