ପ୍ରମୂଖ ଖବର
  • ଭାରତ ପାଇଁ ଐତିହାସିକ ଦିନ, ଲଞ୍ଚ ହେଲା ଆକ୍ସିଓମ୍‌ -୪ ମିଶନ୍‌, ମହାକାଶ ଗଲେ ଶୁଭାଂଶୁ ଶୁକ୍ଲା
  • ||
  • ଅନୁଗୁଳ : ହାତୀସ୍କ୍ଵାଡ୍ କର୍ମଚାରୀଙ୍କୁ କଚାଡି ମାରିଲା ହାତୀ, କ୍ଷତିପୂରଣ ଦାବି
  • ||
  • ବୌଦ୍ଧ : ବାର୍‌ହା ମାଂସ ଖାଇ ସୋସିଆଲ ମିଡିଆରେ ଭିଡିଓ ପୋଷ୍ଟ କରିବା ପଡ଼ିଲା ମହଙ୍ଗା, ଯୁବକ ଗିରଫ
  • ||
  • ଆକ୍ସିଅମ୍-୪ ମିଶନ୍, ଆଜି ମହାକାଶକୁ ଯିବେ କ୍ୟାପ୍ଟେନ୍ ଶୁଭାଂଶୁ ଶୁକ୍ଳା
  • ||
  • ବାଲେଶ୍ୱର : ଦିନକ ପରେ ହୋଇଥାନ୍ତା ବାହାଘର, ଟ୍ରକ୍‌ ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ
  • ||
  • ୨୮ ଯାଏଁ ରାଜ୍ୟରେ ବଡ଼ ବର୍ଷା, ଆଜି ପାଇଁ ୩ ଜିଲ୍ଲାକୁ ଆଲର୍ଟ
  • ||

ବୃଦ୍ଧାଙ୍କୁ ମରଣାନ୍ତକ ଆକ୍ରମଣ, ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି

Published By : Rasmita Pradhan | June 19, 2025 2:46 PM

ପାଟଣାଗଡ଼, ୧୯/୬ : ବୃଦ୍ଧଙ୍କୁ ମରଣାନ୍ତକ ଆକ୍ରମଣ। ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି। ବଲାଙ୍ଗୀର ଜିଲ୍ଲା ପାଟଣାଗଡ଼ ଥାନା ଗୁହୁରିଆମୁଣ୍ଡା ଗାଁରେ ଜଣେ ବୃଦ୍ଧଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି। ବୃଦ୍ଧଙ୍କୁ ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ପରିବାର ଲୋକେ ଉଦ୍ଧାର କରି ଭୀମଭୋଇ ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରିଛନ୍ତି।

ସୂଚନାନୁଯାୟୀ, ବୁଧବାର ସନ୍ଧ୍ୟାରେ ଗୁହୁରିଆମୁଣ୍ଡା ଗାଁର ଭୀମ ସୁନା ବିଲରୁ କାମ ସାରି ଘର ପାଖରେ ଥିବା ଆମ୍ବ ଗଛ ତଳେ ବିଶ୍ରାମ କରୁଥିଲେ। ଏହି ସମୟରେ ଗାଁର ଜଣେ ଯୁବକ ଏକ ଟାଙ୍ଗିଆ ସହାୟତାରେ ବୃଦ୍ଧଙ୍କ ମୁଣ୍ଡ ଏବଂ ବେକକୁ ଚୋଟ ମାରିଥିଲେ। ବୃଦ୍ଧଙ୍କ ଚିତ୍କାର ଶୁଣି ପରିବାର ଲୋକେ ଧାଇଁ ଆସିବାରୁ ଯୁବକ ଜଣଙ୍କ ସେଠାରୁ ଫେରାର୍ ହୋଇଯାଇଥିଲେ। ଭୀମଙ୍କୁ ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ଉଦ୍ଧାର କରି ପରିବାର ଲୋକେ ପ୍ରଥମେ ପାଟଣାଗଡ଼ ଡ଼ାକ୍ତରଖାନାରେ ଭର୍ତ୍ତି କରିଥିଲେ। ପ୍ରାଥମିକ ଚିକିତ୍ସା ପରେ ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ଭୀମଭୋଇ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ଖବର ଲେଖା ହେବା ସୁଦ୍ଧା ଏନେଇ ପାଟଣାଗଡ଼ ଥାନାରେ ପରିବାର ପକ୍ଷରୁ କେହି ଅଭିଯୋଗ କରିନଥିବା ଥାନା ଅଧିକାରୀ ହରିବନ୍ଧୁ ଗଡତ୍ୟାଙ୍କ ଠାରୁ ଜଣାପଡିଛି। 


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.