ପ୍ରମୂଖ ଖବର
  • ଭାରତ ପାଇଁ ଐତିହାସିକ ଦିନ, ଲଞ୍ଚ ହେଲା ଆକ୍ସିଓମ୍‌ -୪ ମିଶନ୍‌, ମହାକାଶ ଗଲେ ଶୁଭାଂଶୁ ଶୁକ୍ଲା
  • ||
  • ଅନୁଗୁଳ : ହାତୀସ୍କ୍ଵାଡ୍ କର୍ମଚାରୀଙ୍କୁ କଚାଡି ମାରିଲା ହାତୀ, କ୍ଷତିପୂରଣ ଦାବି
  • ||
  • ବୌଦ୍ଧ : ବାର୍‌ହା ମାଂସ ଖାଇ ସୋସିଆଲ ମିଡିଆରେ ଭିଡିଓ ପୋଷ୍ଟ କରିବା ପଡ଼ିଲା ମହଙ୍ଗା, ଯୁବକ ଗିରଫ
  • ||
  • ଆକ୍ସିଅମ୍-୪ ମିଶନ୍, ଆଜି ମହାକାଶକୁ ଯିବେ କ୍ୟାପ୍ଟେନ୍ ଶୁଭାଂଶୁ ଶୁକ୍ଳା
  • ||
  • ବାଲେଶ୍ୱର : ଦିନକ ପରେ ହୋଇଥାନ୍ତା ବାହାଘର, ଟ୍ରକ୍‌ ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ
  • ||
  • ୨୮ ଯାଏଁ ରାଜ୍ୟରେ ବଡ଼ ବର୍ଷା, ଆଜି ପାଇଁ ୩ ଜିଲ୍ଲାକୁ ଆଲର୍ଟ
  • ||

ପାରିକିଥି ଘାଟିରେ ମର୍ମନ୍ତୁଦ ଦୁର୍ଘଟଣା, ମହିଳା ମୃତ

Published By : Harapriya Sethi | May 29, 2025 9:01 AM

ଗୁଣପୁର,୨୯/୦୫: ରାୟଗଡା ଜିଲ୍ଲା ରାମନାଗୁଡାରୁ ରାୟଗଡା ଯିବା ରାସ୍ତାର ପାରିକିଥି ଘାଟିରେ ମର୍ମନ୍ତୁଦ ଦୁର୍ଘଟଣା । ବାଇକ୍‌କୁ ପିଟିଲା ଟ୍ରକ୍‌ । ଦୁର୍ଘଟଣାରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବା ବେଳେ ୨ ଜଣ ବାଇକ୍‌ ଆରୋହୀ ଆହତ ହୋଇଥିଲେ । ମୃତ ମହିଳାଙ୍କ ପରିଚୟ ବର୍ତ୍ତମାନ ଅସୁସ୍ଥ ରହିଥିବା ବେଳେ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି ପୁଲିସ ।

ସୂଚନା ମୁତାବକ, ରାୟଗଡା ଜିଲ୍ଲାରେ ଝିପି ଝିପି ବର୍ଷା ଲାଗି ରହିଥିବା ବେଳେ ପାରିକିଥି ଘାଟି ରାସ୍ତାରେ ଏକ ଟ୍ରକ୍ ଛିଡା ହୋଇଥିଲା । ବଳକା ଅଣ ଓସାରିଆ ରାସ୍ତାରେ ତାଣ୍ଡି କଣା ଛକ ପଟରୁ ଦୁଇଟି ବାଇକ୍ ଆସୁଥିଲେ । ଏହି ସମୟରେ ରାମନାଗୁଡା ପଟକୁ ଯାଉଥିବା ଏକ ଟ୍ରକ୍‌ ବାଇକ୍‌କୁ ଧକ୍କା ଦେଇଥିଲା । ଫଳରେ ଦୁଇଟି ବାଇକ୍ ଦୁର୍ଘଟଣାଗ୍ରସ୍ତ ହୋଇଥିଲେ । ଏହି ଦୁର୍ଘଟଣାରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବା ବେଳେ ୨ ଜଣ ବାଇକ୍‌ ଆରୋହୀ ଆହତ ହୋଇଥିଲେ । ଏସମ୍ପର୍କରେ ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛି । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.