ପ୍ରମୂଖ ଖବର
  • ଭାରତ ପାଇଁ ଐତିହାସିକ ଦିନ, ଲଞ୍ଚ ହେଲା ଆକ୍ସିଓମ୍‌ -୪ ମିଶନ୍‌, ମହାକାଶ ଗଲେ ଶୁଭାଂଶୁ ଶୁକ୍ଲା
  • ||
  • ଅନୁଗୁଳ : ହାତୀସ୍କ୍ଵାଡ୍ କର୍ମଚାରୀଙ୍କୁ କଚାଡି ମାରିଲା ହାତୀ, କ୍ଷତିପୂରଣ ଦାବି
  • ||
  • ବୌଦ୍ଧ : ବାର୍‌ହା ମାଂସ ଖାଇ ସୋସିଆଲ ମିଡିଆରେ ଭିଡିଓ ପୋଷ୍ଟ କରିବା ପଡ଼ିଲା ମହଙ୍ଗା, ଯୁବକ ଗିରଫ
  • ||
  • ଆକ୍ସିଅମ୍-୪ ମିଶନ୍, ଆଜି ମହାକାଶକୁ ଯିବେ କ୍ୟାପ୍ଟେନ୍ ଶୁଭାଂଶୁ ଶୁକ୍ଳା
  • ||
  • ବାଲେଶ୍ୱର : ଦିନକ ପରେ ହୋଇଥାନ୍ତା ବାହାଘର, ଟ୍ରକ୍‌ ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ
  • ||
  • ୨୮ ଯାଏଁ ରାଜ୍ୟରେ ବଡ଼ ବର୍ଷା, ଆଜି ପାଇଁ ୩ ଜିଲ୍ଲାକୁ ଆଲର୍ଟ
  • ||

ମୁଖ୍ୟମନ୍ତ୍ରୀଙ୍କୁ ଏକ ବର୍ଷର ସଫଳତା ପାଇଁ ପ୍ରଶଂସା କଲେ ରାଜ୍ୟପାଳ

Published By : Suraj Kumar | June 24, 2025 10:04 PM

ଭୁବନେଶ୍ୱର,୨୪।୬ :  ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପାଟି ମଙ୍ଗଳବାର ମୁଖ୍ୟମନ୍ତ୍ରୀଙ୍କୁ ତାଙ୍କ ବାସଭବନରେ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ରାଜ୍ୟ ସରକାରଙ୍କ ପ୍ରଥମ ବର୍ଷର ସଫଳତା ଓ ଅନ୍ୟାନ୍ୟ ବିକାଶମୂଳକ  କାର୍ଯ୍ୟକ୍ରମ ସମ୍ପର୍କରେ ଆଲୋଚନା କରିଛନ୍ତି।

ଏହି ଅବସରରେ ରାଜ୍ୟପାଳ ଶ୍ରୀ କମ୍ଭମପାଟି କହିଥିଲେ ଯେ, ପ୍ରଧାନମନ୍ତ୍ରୀଙ୍କ ମାର୍ଗ ଦର୍ଶନରେ ମୁଖ୍ୟମନ୍ତ୍ରୀ ରାଜ୍ୟ ପ୍ରଶାସନର ନେତୃତ୍ୱ ନେଇ ପ୍ରଥମ ବର୍ଷରେ ଅନେକ ଲୋକାଭିମୁଖୀ ଯୋଜନା ସଫଳତାର ସହ କାର୍ଯ୍ୟକାରୀ କରିଛନ୍ତି। ରାଜ୍ୟ ସରକାରଙ୍କ ଉଲ୍ଲେଖନୀୟ ସଫଳତା ପାଇଁ ରାଜ୍ୟପାଳ ମୁଖ୍ୟମନ୍ତ୍ରୀଙ୍କୁ ଅଭିନନ୍ଦନ ଜଣାଇଥିଲେ। ରାଜ୍ୟର ଅନେକ ବିକାଶମୂଳକ ଯୋଜନା ସମ୍ପର୍କରେ ମଧ୍ୟ ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଥିଲା।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ରାଜ୍ୟପାଳଙ୍କୁ ଓଡିଶା ଭିଜନ- ୨୦୩୬ ଓ ୨୦୪୭ ପ୍ରଦାନ କରିଥିଲେ ଏବଂ ସମୃଦ୍ଧ ଓଡିଶା ଗଠନ ପାଇଁ ସରକାରଙ୍କ ରୋଡମ୍ୟାପ ସମ୍ପର୍କରେ ରାଜ୍ୟପାଳଙ୍କୁ ଅବଗତ କରାଇଥିଲେ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.