ପ୍ରମୂଖ ଖବର
  • ମୋହନା : ଭାରସାମ୍ୟ ହରାଇ ଓଲଟିଲା ଅଟୋ, ୧୨ ଯାତ୍ରୀ ଆହତ
  • ||
  • ସୁନ୍ଦରଗଡ଼ : ଚଳନ୍ତା ଟ୍ରେଲରରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର ଓ ହେଲପର୍‌
  • ||
  • ବ୍ରହ୍ମପୁର: CBI ଜାଲରେ EPFO ଅଧିକାରୀ, ଡିଜିଟାଲ୍‌ ଦସ୍ତଖତ ପାଇଁ ୧୦ ହଜାର ନେଲା ବେଳେ ଧରାପଡିଲେ
  • ||
  • ସମ୍ବଲପୁର ଜିଲ୍ଲା ଗୋବିନ୍ଦପୁର ଥାନା ଗଡ଼ପୋଷ ଫାଣ୍ଡି ଅଧିନ ମୁଣ୍ଡଲେଷା ଗାଁରେ ହତ୍ୟା, ସ୍ତ୍ରୀକୁ ହାଣିଦେଲା ନୃଶଂସ ସ୍ଵାମୀ
  • ||
  • କଟକ : ଟ୍ରକ୍‌ ପଛରେ ପିଟିହେଲା ବାଇକ୍‌, ଚାଳକ ମୃତ
  • ||
  • ବଲାଙ୍ଗୀର : ବିଦ୍ୟୁତ୍‌ ବିଭାଗର ଅବହେଳା, ଚାଷ ଜମିରୁ ୬ ଫୁଟ ଉଚ୍ଚରେ ଝୁଲୁଛି ଉଚ୍ଚ ସମ୍ପନ୍ନ ବିଦ୍ୟୁତ୍‌ ତାର
  • ||
  • କରିସ୍ମା କପୁରଙ୍କ ପୂର୍ବ ସ୍ୱାମୀ ସଞ୍ଜୟଙ୍କ ଦେହାନ୍ତ, ପୋଲୋ ଖେଳିବା ବେଳେ ହୃଦଘାତ
  • ||
  • ଇରାନ ଉପରେ ଇସ୍ରାଏଲ୍‌ର ଏୟାର ଷ୍ଟ୍ରାଇକ୍‌,ମିଲିଟାରୀ ଏବଂ ନ୍ୟୁକ୍ଲିୟର ବେସ୍ ନଷ୍ଟ,ଅନେକ ବୈଜ୍ଞାନିକ ଏବଂ କମାଣ୍ଡର ମୃତ
  • ||
  • ଭୁବନେଶ୍ୱର : ସାନିଟାରୀ ଦୋକାନରୁ ଲିଟ୍‌, ୨ ଲକ୍ଷ ଟଙ୍କାର ସାମଗ୍ରୀ ନେଇଗଲେ ଦୁର୍ବୃତ୍ତ
  • ||
  • ମୌସୁମୀ ପାଇଁ ରାଜ୍ୟରେ ପାଗ ଅନୁକୂଳ: ୬ ଦିନ ଯାଏ ପ୍ରବଳ ବର୍ଷା ସମ୍ଭାବନା, ୧୫ରୁ ଅଧିକ ବର୍ଷା
  • ||

ଭିଜିଲାନ୍ସ ଜାଲରେ ଗାଇସିଲେଟ କନିଷ୍ଠ ଯନ୍ତ୍ରୀ, ୮ ହଜାର ଲାଞ୍ଚ ନେବା ବେଳେ ଧରାପଡ଼ିଲେ ସୁସ୍ମିତା ଓରାମ

Published By : Prameya | June 10, 2025 12:16 PM

ବରଗଡ଼ ୧୦/୦୬: ଭିଜିଲାନ୍ସ ଜାଲରେ ଗାଇସିଲେଟ କନିଷ୍ଠ ଯନ୍ତ୍ରୀ। ୮ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡ଼ିଲେ ଡାଙ୍ଗବାହାଲ ପଞ୍ଚାୟତର କନିଷ୍ଠ ଯନ୍ତ୍ରୀ ସୁସ୍ମିତା ଓରାମ। ତାଙ୍କ ନିକଟରୁ ନଗଦ ୮ ହଜାର ଟଙ୍କା ଜବତ ହୋଇଛି। କନିଷ୍ଠ ଯନ୍ତ୍ରୀଙ୍କୁ ପଚରାଉଚରା କରାଯାଉଛି।

ବରଗଡ଼ ଜିଲ୍ଲା ଗାଇସିଲେଟ ବ୍ଲକ ଡ଼ାଙ୍ଗବାହାଲ ପଞ୍ଚାୟତ କନିଷ୍ଠ ଯନ୍ତ୍ରୀ ସୁସ୍ମିତା ଓରାମ ସିସି ରୋଡ଼ କଂକ୍ରିଟ ରାସ୍ତା ତିଆରିର ବିଲ ବାବଦକୁ ଠିକାଦାର ପ୍ରଦୀପ ସାହୁଙ୍କୁ ଲାଞ୍ଚ ମାଗିଥିଲେ। ଏନେଇ ଠିକାଦାର ଭିଜିଲାନ୍ସ ନିକଟରେ ଅଭିଯୋଗ କରିଥିଲେ। ଅଭିଯୋଗକୁ ଆଧାର କରି ଭିଜିଲାନ୍ସ ଟିମ୍ ପୂର୍ବ ଯୋଜନା ମୁତାବିକ ଡାଙ୍ଗବାହାଲ ପଞ୍ଚାୟତରେ ଚଢ଼ାଉ କରିଥିଲେ। ସୁସ୍ମିତା ୮ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଟିମ୍ ମାଡ଼ି ବସିଥିଲା। ତାଙ୍କ ନିକଟରୁ ଟଙ୍କା ଜବତ ହୋଇଥିବା ବେଳେ ଅଧିକ ପଚରାଉଚରା କରାଯାଉଥିବା ଜଣାପଡିଛି। ଏନେଇ ଭିଜିଲାନ୍ସ ଇନ୍ସପେକ୍ଟର ତୁଷାର ମହାପାତ୍ର ସୂଚନା ଦେଇଛନ୍ତି।


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.