ପ୍ରମୂଖ ଖବର
  • ମୋହନା : ଭାରସାମ୍ୟ ହରାଇ ଓଲଟିଲା ଅଟୋ, ୧୨ ଯାତ୍ରୀ ଆହତ
  • ||
  • ସୁନ୍ଦରଗଡ଼ : ଚଳନ୍ତା ଟ୍ରେଲରରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର ଓ ହେଲପର୍‌
  • ||
  • ବ୍ରହ୍ମପୁର: CBI ଜାଲରେ EPFO ଅଧିକାରୀ, ଡିଜିଟାଲ୍‌ ଦସ୍ତଖତ ପାଇଁ ୧୦ ହଜାର ନେଲା ବେଳେ ଧରାପଡିଲେ
  • ||
  • ସମ୍ବଲପୁର ଜିଲ୍ଲା ଗୋବିନ୍ଦପୁର ଥାନା ଗଡ଼ପୋଷ ଫାଣ୍ଡି ଅଧିନ ମୁଣ୍ଡଲେଷା ଗାଁରେ ହତ୍ୟା, ସ୍ତ୍ରୀକୁ ହାଣିଦେଲା ନୃଶଂସ ସ୍ଵାମୀ
  • ||
  • କଟକ : ଟ୍ରକ୍‌ ପଛରେ ପିଟିହେଲା ବାଇକ୍‌, ଚାଳକ ମୃତ
  • ||
  • ବଲାଙ୍ଗୀର : ବିଦ୍ୟୁତ୍‌ ବିଭାଗର ଅବହେଳା, ଚାଷ ଜମିରୁ ୬ ଫୁଟ ଉଚ୍ଚରେ ଝୁଲୁଛି ଉଚ୍ଚ ସମ୍ପନ୍ନ ବିଦ୍ୟୁତ୍‌ ତାର
  • ||
  • କରିସ୍ମା କପୁରଙ୍କ ପୂର୍ବ ସ୍ୱାମୀ ସଞ୍ଜୟଙ୍କ ଦେହାନ୍ତ, ପୋଲୋ ଖେଳିବା ବେଳେ ହୃଦଘାତ
  • ||
  • ଇରାନ ଉପରେ ଇସ୍ରାଏଲ୍‌ର ଏୟାର ଷ୍ଟ୍ରାଇକ୍‌,ମିଲିଟାରୀ ଏବଂ ନ୍ୟୁକ୍ଲିୟର ବେସ୍ ନଷ୍ଟ,ଅନେକ ବୈଜ୍ଞାନିକ ଏବଂ କମାଣ୍ଡର ମୃତ
  • ||
  • ଭୁବନେଶ୍ୱର : ସାନିଟାରୀ ଦୋକାନରୁ ଲିଟ୍‌, ୨ ଲକ୍ଷ ଟଙ୍କାର ସାମଗ୍ରୀ ନେଇଗଲେ ଦୁର୍ବୃତ୍ତ
  • ||
  • ମୌସୁମୀ ପାଇଁ ରାଜ୍ୟରେ ପାଗ ଅନୁକୂଳ: ୬ ଦିନ ଯାଏ ପ୍ରବଳ ବର୍ଷା ସମ୍ଭାବନା, ୧୫ରୁ ଅଧିକ ବର୍ଷା
  • ||

ଅହମ୍ମଦାବାଦରେ ପ୍ରଧାନମନ୍ତ୍ରୀ; ବିମାନ ଦୁର୍ଘଟଣାସ୍ଥଳ ବୁଲି ସ୍ଥିତି ସମୀକ୍ଷା କଲେ ମୋଦି

Published By : Anindita Ratha | June 13, 2025 10:42 AM

ନୂଆଦିଲ୍ଲୀ,୧୩/୦୬:ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣା ସ୍ଥିତିର ସମୀକ୍ଷା ପାଇଁ ବର୍ତ୍ତମାନ ଘଟଣାସ୍ଥଳରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସେ ଦୁର୍ଘଟଣାସ୍ଥଳ ଏବଂ ଆହତମାନଙ୍କୁ ଭର୍ତ୍ତି କରାଯାଇଥିବା ହସ୍ପିଟାଲ ପରିଦର୍ଶନ କରିଛନ୍ତି। ତାଙ୍କ ସହ ଗୁଜୁରାଟ ମୁଖ୍ୟମନ୍ତ୍ରୀ ଭୁପେନ୍ଦ୍ର ପଟେଲ୍ ଓ କେନ୍ଦ୍ର ବିମାନ ଚଳାଚଳ ମନ୍ତ୍ରୀ ରାମ ମୋହନ ନାଇଡୁ ମଧ୍ୟ ଉପସ୍ଥିତ ଅଛନ୍ତି । ତେବେ ଏହାପରେ ମୋଦି ଏହି ବିମାନରେ ଯାତ୍ରା କରୁଥିବା  ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟ ରୂପାନୀଙ୍କ ପରିବାରଙ୍କୁ ମଧ୍ୟ ଭେଟିବେ ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅହମ୍ମଦାବାଦ ଗସ୍ତ ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ଏହି ପରିପ୍ରେକ୍ଷୀରେ,ପୋଲିସ ସିଭିଲ୍ ହସ୍ପିଟାଲରେ କଡ଼ା ସୁରକ୍ଷା ବ୍ୟବସ୍ଥା କରିଛି। ସୂଚନା ଅନୁଯାୟୀ,ଆହତମାନଙ୍କୁ ଚିକିତ୍ସା କରାଯାଉଥିବା ମହଲାରେ କଡ଼ା ସୁରକ୍ଷା ବ୍ୟବସ୍ଥା ବୃଦ୍ଧି କରାଯାଇଛି। ସେପଟେ ଏକ ଫୋରେନସିକ୍ ଦଳ ମଧ୍ୟ ଦୁର୍ଘଟଣାସ୍ଥଳରେ ଯାଞ୍ଚ ଆରମ୍ଭ କରିଛି । ଗତକାଲି ଗୃହମନ୍ତ୍ରୀ ଅମିତ ଶାହ ମଧ୍ୟ ଘଟଣାସ୍ଥଳରେ ପହଞ୍ଚି ପରିସ୍ଥିତିର ସମୀକ୍ଷା କରିଥିଲେ । ଏହି ସମୟରେ, ବିମାନ ଦୁର୍ଘଟଣାର ତଦନ୍ତ ମଧ୍ୟ ଜୋରଦାର ହୋଇଛି । ତଦନ୍ତ ପାଇଁ ସରକାର ଏକ ଉଚ୍ଚସ୍ତରୀୟ କମିଟି ଗଠନ କରିଛନ୍ତି। ତେବେ ସାମ୍ପ୍ରତିକ ଇତିହାସର ସବୁଠାରୁ ଭୟଙ୍କର ବିମାନ ଦୁର୍ଘଟଣା ମଧ୍ୟରୁ ଗୋଟିଏ ହେଉଛି, ଗୁରୁବାର ଅପରାହ୍ନରେ ଘଟିଥିବା ଅହମ୍ମଦାବାଦ ବିମାନ ଦୁର୍ଘଟଣା । ବିମାନବନ୍ଦରରୁ ଉଡ଼ାଣ ଭରିବା ପରେ ଲଣ୍ଡନ ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହେବା ଫଳରେ ଏପର୍ଯ୍ୟନ୍ତ ୨୬୫ ଜଣଙ୍କ ମୃତ୍ୟୁ ନିଶ୍ଚିତ ହୋଇଛି । ହେଲେ ଭାଗ୍ୟବଶତଃ ଦୁର୍ଘଟଣାରୁ କେବଳ ଜଣେ ଯାତ୍ରୀ ବଞ୍ଚି ଯାଇଛନ୍ତି।  ଜଣେ ଦର୍ଶକଙ୍କ ଦ୍ୱାରା କଏଦ ହୋଇଥିବା ଫୁଟେଜରେ ଦେଖାଯାଇଛି ଯେ ବିମାନଟି ଉଚ୍ଚତା ହରାଇବା ସହିତ ଉପରକୁ ଉଠିବା ପାଇଁ ସଂଘର୍ଷ କରୁଥିଲା ଏବଂ ଧକ୍କା ହେବା ପରେ ଅଗ୍ନିଗୁଳାରେ ପରିଣତ ହୋଇଥିଲା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ଘଟଣାକୁ ଦୁଃଖଦ ବୋଲି କହିଛନ୍ତି। ସେପଟେ ଏୟାର ଇଣ୍ଡିଆର କମ୍ପାନୀ ଟାଟା ଗ୍ରୁପ୍ ମୃତକଙ୍କ ପରିବାର ପାଇଁ ୧ କୋଟି ଟଙ୍କା କ୍ଷତିପୂରଣ ଦେବା ନେଇ ଘୋଷଣା କରିଛି ।




Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.