ପ୍ରମୂଖ ଖବର
  • ମୋହନା : ଭାରସାମ୍ୟ ହରାଇ ଓଲଟିଲା ଅଟୋ, ୧୨ ଯାତ୍ରୀ ଆହତ
  • ||
  • ସୁନ୍ଦରଗଡ଼ : ଚଳନ୍ତା ଟ୍ରେଲରରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର ଓ ହେଲପର୍‌
  • ||
  • ବ୍ରହ୍ମପୁର: CBI ଜାଲରେ EPFO ଅଧିକାରୀ, ଡିଜିଟାଲ୍‌ ଦସ୍ତଖତ ପାଇଁ ୧୦ ହଜାର ନେଲା ବେଳେ ଧରାପଡିଲେ
  • ||
  • ସମ୍ବଲପୁର ଜିଲ୍ଲା ଗୋବିନ୍ଦପୁର ଥାନା ଗଡ଼ପୋଷ ଫାଣ୍ଡି ଅଧିନ ମୁଣ୍ଡଲେଷା ଗାଁରେ ହତ୍ୟା, ସ୍ତ୍ରୀକୁ ହାଣିଦେଲା ନୃଶଂସ ସ୍ଵାମୀ
  • ||
  • କଟକ : ଟ୍ରକ୍‌ ପଛରେ ପିଟିହେଲା ବାଇକ୍‌, ଚାଳକ ମୃତ
  • ||
  • ବଲାଙ୍ଗୀର : ବିଦ୍ୟୁତ୍‌ ବିଭାଗର ଅବହେଳା, ଚାଷ ଜମିରୁ ୬ ଫୁଟ ଉଚ୍ଚରେ ଝୁଲୁଛି ଉଚ୍ଚ ସମ୍ପନ୍ନ ବିଦ୍ୟୁତ୍‌ ତାର
  • ||
  • କରିସ୍ମା କପୁରଙ୍କ ପୂର୍ବ ସ୍ୱାମୀ ସଞ୍ଜୟଙ୍କ ଦେହାନ୍ତ, ପୋଲୋ ଖେଳିବା ବେଳେ ହୃଦଘାତ
  • ||
  • ଇରାନ ଉପରେ ଇସ୍ରାଏଲ୍‌ର ଏୟାର ଷ୍ଟ୍ରାଇକ୍‌,ମିଲିଟାରୀ ଏବଂ ନ୍ୟୁକ୍ଲିୟର ବେସ୍ ନଷ୍ଟ,ଅନେକ ବୈଜ୍ଞାନିକ ଏବଂ କମାଣ୍ଡର ମୃତ
  • ||
  • ଭୁବନେଶ୍ୱର : ସାନିଟାରୀ ଦୋକାନରୁ ଲିଟ୍‌, ୨ ଲକ୍ଷ ଟଙ୍କାର ସାମଗ୍ରୀ ନେଇଗଲେ ଦୁର୍ବୃତ୍ତ
  • ||
  • ମୌସୁମୀ ପାଇଁ ରାଜ୍ୟରେ ପାଗ ଅନୁକୂଳ: ୬ ଦିନ ଯାଏ ପ୍ରବଳ ବର୍ଷା ସମ୍ଭାବନା, ୧୫ରୁ ଅଧିକ ବର୍ଷା
  • ||

ହୋଟେଲ କର୍ମଚାରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

Published By : Anindita Ratha | June 10, 2025 1:05 PM

ବରଗଡ଼ ,୧୦/୦୬: ବରଗଡ଼ ଆରଟିଓ ଅଫିସ ସାମ୍ନାରେ ଥିବା ଏକ ହୋଟେଲରୁ ଜଣେ ଷ୍ଟାଫଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ମୃତକ ହେଲେ ହୋଟେଲ କର୍ମଚାରୀ ବଲାଙ୍ଗୀର ଜିଲ୍ଲା ବୁଡ଼ି ସିଣ୍ଡୋଲ ଗାଁର ୨୧ ବର୍ଷୀୟ ରୁଜୁ ସେଠ୍ । ଏହି ଘଟଣାକୁ ନେଇ ଟାଉନ ଥାନା ପୁଲିସ  ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଥିବା ସୂଚନା ମିଳିଛି ।  

ତେବେ ଯୁବକ ଜଣକ ବରଗଡ଼ରେ ଥିବା ଏକ ହୋଟେଲରେ ହୋଟେଲ ବୟ ଭାବେ କାର୍ଯ୍ୟ କରୁଥିଲେ । ଗତକାଲି ରାତିରେ ଅନ୍ୟ ଷ୍ଟାଫଙ୍କ ସହ ହୋଟେଲରେ ବିଶ୍ରାମ ନେଉଥିଲେ ରୁଜୁ ସେଠ୍ । ହେଲେ ଆଜି ସକାଳୁ ଜଣେ ଷ୍ଟାଫ୍ ଉଠିଥିବା ବେଳେ ରୁଜୁଙ୍କ ଝୁଲନ୍ତା ମୃତଦେହ ଦେଖି ପାଟି କରି ଅନ୍ୟମାନଙ୍କୁ ଉଠାଇଥିଲା। ଏହାପରେ ସେମାନେ ତୁରନ୍ତ ହୋଟେଲ ମାଲିକଙ୍କୁ ଖବର ଦେବା ସହିତ ପୁଲିସକୁ ସୂଚନା ଦେଇଥିଲେ । ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଉଦ୍ଧାର କରିଥିଲା। ତେବେ ଏନେଇ ପୁଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଜିଲ୍ଲାମୁଖ୍ୟ ଚିକିତ୍ସାଳୟକୁ ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଇଛି ।


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.