ପ୍ରମୂଖ ଖବର
  • ଭାରତ ପାଇଁ ଐତିହାସିକ ଦିନ, ଲଞ୍ଚ ହେଲା ଆକ୍ସିଓମ୍‌ -୪ ମିଶନ୍‌, ମହାକାଶ ଗଲେ ଶୁଭାଂଶୁ ଶୁକ୍ଲା
  • ||
  • ଅନୁଗୁଳ : ହାତୀସ୍କ୍ଵାଡ୍ କର୍ମଚାରୀଙ୍କୁ କଚାଡି ମାରିଲା ହାତୀ, କ୍ଷତିପୂରଣ ଦାବି
  • ||
  • ବୌଦ୍ଧ : ବାର୍‌ହା ମାଂସ ଖାଇ ସୋସିଆଲ ମିଡିଆରେ ଭିଡିଓ ପୋଷ୍ଟ କରିବା ପଡ଼ିଲା ମହଙ୍ଗା, ଯୁବକ ଗିରଫ
  • ||
  • ଆକ୍ସିଅମ୍-୪ ମିଶନ୍, ଆଜି ମହାକାଶକୁ ଯିବେ କ୍ୟାପ୍ଟେନ୍ ଶୁଭାଂଶୁ ଶୁକ୍ଳା
  • ||
  • ବାଲେଶ୍ୱର : ଦିନକ ପରେ ହୋଇଥାନ୍ତା ବାହାଘର, ଟ୍ରକ୍‌ ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ
  • ||
  • ୨୮ ଯାଏଁ ରାଜ୍ୟରେ ବଡ଼ ବର୍ଷା, ଆଜି ପାଇଁ ୩ ଜିଲ୍ଲାକୁ ଆଲର୍ଟ
  • ||

ଭେଉଁରିଆ ଗାଁରେ ଅଭାବନୀୟ ଘଟଣା, ସ୍ତ୍ରୀକୁ ଟାଙ୍ଗିଆରେ ହାଣି ଝୁଲିପଡ଼ିଲା ସ୍ୱାମୀ

Published By : Harapriya Sethi | June 14, 2025 11:26 AM

ପଦମପୁର, ୧୪/୦୬ : ବରଗଡ଼ ଜିଲ୍ଲା ପଦ୍ମପୁର ଥାନା ଭେଉଁରିଆ ଗାଁରେ ଅଭାବନୀୟ ଘଟଣା। ସ୍ତ୍ରୀକୁ ଟାଙ୍ଗିଆରେ ହାଣି ଝୁଲିପଡ଼ିଲା ସ୍ୱାମୀ । ଗୁରୁତର ଅବସ୍ଥାରେ ସ୍ତ୍ରୀକୁ ବୁର୍ଲା ମେଡିକାଲରେ ଭର୍ତ୍ତି କରାଯାଇଛି । ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ସୂଚନା ମୁତାବକ, ଭେଉଁରିଆ ଗାଁର ଶ୍ୟାମସୁନ୍ଦର ଭୋଇ ତାଙ୍କ ସ୍ତ୍ରୀ ରତ୍ନୀ ଭୋଇଙ୍କୁ ଧାରୁଆ ଅସ୍ତ୍ରରେ ଆକ୍ରମଣ କରିଥିଲେ । ଏହାପରେ ସ୍ବାମୀ ଶ୍ୟାମସୁନ୍ଦର ଭୋଇ ନିଜ ଘରେ ଝୁଲି ଆତ୍ମହତ୍ୟା କରିଥିଲେ। ତେବେ ଏହି ଘଟଣା ପରେ ପରିବାର ଲୋକ ତୁରନ୍ତ ସ୍ତ୍ରୀ ରତ୍ନୀଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ । ସେଠାରେ ପ୍ରାଥମିକ ଚିକିତ୍ସା ପରେ ବୁର୍ଲା ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି । ତେବେ କେଉଁ କାରଣରୁ ସ୍ତ୍ରୀଙ୍କୁ ଆକ୍ରମଣ କରି ନିଜେ ଆତ୍ମହତ୍ୟା କରିଛନ୍ତି । ତାହା ଏବେ ଯାଏଁ ଅସ୍ପଷ୍ଟ ରହିଛି । ପଦ୍ମପୁର ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.