ପ୍ରମୂଖ ଖବର
  • ଭାରତ ପାଇଁ ଐତିହାସିକ ଦିନ, ଲଞ୍ଚ ହେଲା ଆକ୍ସିଓମ୍‌ -୪ ମିଶନ୍‌, ମହାକାଶ ଗଲେ ଶୁଭାଂଶୁ ଶୁକ୍ଲା
  • ||
  • ଅନୁଗୁଳ : ହାତୀସ୍କ୍ଵାଡ୍ କର୍ମଚାରୀଙ୍କୁ କଚାଡି ମାରିଲା ହାତୀ, କ୍ଷତିପୂରଣ ଦାବି
  • ||
  • ବୌଦ୍ଧ : ବାର୍‌ହା ମାଂସ ଖାଇ ସୋସିଆଲ ମିଡିଆରେ ଭିଡିଓ ପୋଷ୍ଟ କରିବା ପଡ଼ିଲା ମହଙ୍ଗା, ଯୁବକ ଗିରଫ
  • ||
  • ଆକ୍ସିଅମ୍-୪ ମିଶନ୍, ଆଜି ମହାକାଶକୁ ଯିବେ କ୍ୟାପ୍ଟେନ୍ ଶୁଭାଂଶୁ ଶୁକ୍ଳା
  • ||
  • ବାଲେଶ୍ୱର : ଦିନକ ପରେ ହୋଇଥାନ୍ତା ବାହାଘର, ଟ୍ରକ୍‌ ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ
  • ||
  • ୨୮ ଯାଏଁ ରାଜ୍ୟରେ ବଡ଼ ବର୍ଷା, ଆଜି ପାଇଁ ୩ ଜିଲ୍ଲାକୁ ଆଲର୍ଟ
  • ||

ଅଜଣା ଗାଡ଼ି ଧକ୍କାରେ ସ୍ୱାମୀ ମୃତ, ସ୍ତ୍ରୀ ଗୁରୁତର

Published By : Harapriya Sethi | June 18, 2025 10:56 AM

ବିନିକା, ୧୮/୦୬: ବିଳମ୍ୱିତ ରାତିରେ ଧକ୍କା ଦେଲା ଅଜଣା ଗାଡ଼ି । ଦୁର୍ଘଟଣାରେ ସ୍ୱାମୀଙ୍କ ମୃତ୍ୟୁ ହୋଇଥିବା ବେଳେ ସ୍ତ୍ରୀ ଗୁରୁତର ହୋଇଛନ୍ତି । ମୃତକ ହେଳେ ବିନିକା ଦଣ୍ଡସେନା ପଡ଼ାର ସୁନୀଲ ସେଠି (୪୫ ବର୍ଷ) । ସୁବର୍ଣ୍ଣପୁର ଜିଲ୍ଲା ରାମପୁର ବିନିକା ମୁଖ୍ୟରାସ୍ତା ସଲମାଟିକ୍ରା ଛକ ପାଖରେ ଏଭଳି ଘଟଣା ଘଟିଛି । 

ସୂଚନା ମୁତାବକ, ସୁନୀଲ ସେଠି ଓ ତାଙ୍କ ସ୍ତ୍ରୀ ସିଂଘିଯୁବାଠାରେ ଥିବା ଦୋକାନ ବନ୍ଦ କରି ରାତିରେ ଏକ ବାଇକ୍‌ ଯୋଗେ ଘରକୁ ଫେରୁଥିଲେ । ରାମପୁର-ବିନିକା ମୁଖ୍ୟରାସ୍ତା ସଲମାଟିକ୍ରା ଛକ ପାଖରେ ଏକ ଅଜଣା ଗାଡ଼ି ତାଙ୍କୁ ଧକ୍କା ଦେଇ ଚାଲି ଯାଇଥିଲା । କିଛି ସ୍ଥାନୀୟ ଯୁବକ ସୁନୀଲଙ୍କ ସ୍ତ୍ରୀଙ୍କୁ ବିନିକା ଡାକ୍ତରଖାନା ଭର୍ତ୍ତି କରିଥିଲେ । ପରେ ତାଙ୍କୁ ଗୁରୁତର ବୁର୍ଲା ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଥିଲା । ଅନ୍ୟପଟେ  ସୁନୀଲଙ୍କୁ ୧୦୮ ଯୋଗେ ବିନିକା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ଅଣାଯାଇଥିଲା । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ବୁଧବାର ଶବ ବ୍ୟବଚ୍ଛେଦ ପରେ ପରିବାରଲୋକଙ୍କୁ ଶବ ହସ୍ତାନ୍ତର କରାଯିବ । ଘଟଣାସ୍ଥଳରେ ବିନିକା ପୁଲିସ ପହଞ୍ଚି ତଦନ୍ତ ଜାରି ରଖିଛି । 

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.