ପ୍ରମୂଖ ଖବର
  • ଭାରତ ପାଇଁ ଐତିହାସିକ ଦିନ, ଲଞ୍ଚ ହେଲା ଆକ୍ସିଓମ୍‌ -୪ ମିଶନ୍‌, ମହାକାଶ ଗଲେ ଶୁଭାଂଶୁ ଶୁକ୍ଲା
  • ||
  • ଅନୁଗୁଳ : ହାତୀସ୍କ୍ଵାଡ୍ କର୍ମଚାରୀଙ୍କୁ କଚାଡି ମାରିଲା ହାତୀ, କ୍ଷତିପୂରଣ ଦାବି
  • ||
  • ବୌଦ୍ଧ : ବାର୍‌ହା ମାଂସ ଖାଇ ସୋସିଆଲ ମିଡିଆରେ ଭିଡିଓ ପୋଷ୍ଟ କରିବା ପଡ଼ିଲା ମହଙ୍ଗା, ଯୁବକ ଗିରଫ
  • ||
  • ଆକ୍ସିଅମ୍-୪ ମିଶନ୍, ଆଜି ମହାକାଶକୁ ଯିବେ କ୍ୟାପ୍ଟେନ୍ ଶୁଭାଂଶୁ ଶୁକ୍ଳା
  • ||
  • ବାଲେଶ୍ୱର : ଦିନକ ପରେ ହୋଇଥାନ୍ତା ବାହାଘର, ଟ୍ରକ୍‌ ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ
  • ||
  • ୨୮ ଯାଏଁ ରାଜ୍ୟରେ ବଡ଼ ବର୍ଷା, ଆଜି ପାଇଁ ୩ ଜିଲ୍ଲାକୁ ଆଲର୍ଟ
  • ||

ନୀଳଗିରିରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

Published By : Anindita Ratha | June 21, 2025 9:25 AM

ନୀଳଗିରି,୨୧/୬: ଯୋଗମୟ ସମଗ୍ର ବିଶ୍ବ।  ଆଜି ଅନ୍ତର୍ଜାତୀୟ ଯୋଗ ଦିବସ ପାଳୁଛି ସାରା ବିଶ୍ୱ। ଏହି ଅବସରରେ ବାଲେଶ୍ଵର ଜିଲ୍ଲା ନୀଳଗିରି ଇଣ୍ଡୋର ଷ୍ଟାଡିୟମ ପରିସରରେ ବିଶ୍ୱ ଯୋଗ ଦିବସ ପାଳନ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ସ୍ଥାନୀୟ ବିଧାୟକ ସନ୍ତୋଷ ଖଟୁଆ,ବିଡ଼ିଓ, ଏନଏସି ନିର୍ବାହୀ ଅଧିକାରୀ,ବିଭିନ୍ନ ବିଭାଗର ଅଧିକାରୀ,କର୍ମଚାରୀ,ଅଞ୍ଚଳବାସୀ ଏହି ଦିବସରେ ସାମିଲ ହୋଇଥିଲେ। 

ଯୋଗଗୁରୁ ଯୋଗ କିଭଳି କରିବାକୁ ହୁଏ ସୂଚନା ଦେଇଥିବା ବେଳେ ବିଧାୟକ ସୁସ୍ଥ ଶରୀର ଗଠନ କରିବାକୁ ହେଲେ ଯୋଗ ସମସ୍ତେ କରିବା ଦରକାର ବୋଲି କହିଥିଲେ ।ତେବେ ପ୍ରକାଶ ଥାଉକି, ଯୋଗ ଦିବସ ପାଇଁ ପ୍ରତିବର୍ଷ ଏକ ଭିନ୍ନ ଥିମ୍ ସ୍ଥିର ହୋଇଥାଏ । ଚଳିତ ବର୍ଷର ଥିମ୍ ହେଉଛି "ଏକ ପୃଥିବୀ, ଏକ ସ୍ୱାସ୍ଥ୍ୟ ପାଇଁ ଯୋଗ"।୨୦୧୫ ମସିହା ଜୁନ ୨୧ରେ ପ୍ରଥମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ ହୋଇଥିଲା। 




Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.