ପ୍ରମୂଖ ଖବର
  • ଭାରତ ପାଇଁ ଐତିହାସିକ ଦିନ, ଲଞ୍ଚ ହେଲା ଆକ୍ସିଓମ୍‌ -୪ ମିଶନ୍‌, ମହାକାଶ ଗଲେ ଶୁଭାଂଶୁ ଶୁକ୍ଲା
  • ||
  • ଅନୁଗୁଳ : ହାତୀସ୍କ୍ଵାଡ୍ କର୍ମଚାରୀଙ୍କୁ କଚାଡି ମାରିଲା ହାତୀ, କ୍ଷତିପୂରଣ ଦାବି
  • ||
  • ବୌଦ୍ଧ : ବାର୍‌ହା ମାଂସ ଖାଇ ସୋସିଆଲ ମିଡିଆରେ ଭିଡିଓ ପୋଷ୍ଟ କରିବା ପଡ଼ିଲା ମହଙ୍ଗା, ଯୁବକ ଗିରଫ
  • ||
  • ଆକ୍ସିଅମ୍-୪ ମିଶନ୍, ଆଜି ମହାକାଶକୁ ଯିବେ କ୍ୟାପ୍ଟେନ୍ ଶୁଭାଂଶୁ ଶୁକ୍ଳା
  • ||
  • ବାଲେଶ୍ୱର : ଦିନକ ପରେ ହୋଇଥାନ୍ତା ବାହାଘର, ଟ୍ରକ୍‌ ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ
  • ||
  • ୨୮ ଯାଏଁ ରାଜ୍ୟରେ ବଡ଼ ବର୍ଷା, ଆଜି ପାଇଁ ୩ ଜିଲ୍ଲାକୁ ଆଲର୍ଟ
  • ||

ଅନ୍ତର୍ଜାତୀୟ ଯୋଗ ଦିବସ, ସୂର୍ଯ୍ୟମନ୍ଦିରରେ ଯୋଗ ମୁଦ୍ରାରେ ଉପମୁଖମନ୍ତ୍ରୀ

Published By : Harapriya Sethi | June 21, 2025 9:21 AM

କୋଣାର୍କ,୨୧/୦୬: କୋଣାର୍କ ସୂର୍ଯ୍ୟମନ୍ଦିର ପରିସରରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି । ଜିଲ୍ଲା ପ୍ରଶାସନ, ଏଏସଆଇ ପକ୍ଷରୁ ସୂର୍ଯ୍ୟମନ୍ଦିର ସମ୍ମୁଖରେ ସକାଳ ୭ଟାରେ ବିଭିନ୍ନ ସଂଗଠନ,ମହିଳା ସଂଗଠନ, ଶିକ୍ଷାବିତ, ସ୍ୱେଚ୍ଛାସେବୀ, ଛାତ୍ରଛାତ୍ରୀ ପ୍ରମୁଖ ସାମିଲ ହୋଇ ସମୁହ ଯୋଗ ଅଭ୍ୟାସ କରିଥିଲେ। ଏହି କାର୍ଯ୍ୟକ୍ରମରେ ଅତିଥି ଭାବେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଯୋଗଦେଇ ଯୋଗ ନିୟମିତ ଅଭ୍ୟାସ କରିବା ଦରକାର । ଯୋଗ ଶରୀରକୁ ସୁସ୍ଥ ରଖିଥାଏ। ଯୋଗ ଅଭ୍ୟାସ ଦ୍ୱାରା ଆମେ ସମସ୍ତେ ସୁସ୍ଥ ରହିବା ବୋଲି କହିଥିଲେ।  

ଅନ୍ୟମାନଙ୍କ ମଧ୍ୟରେ କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ, ପୁରୀ ସାଂସଦ ସମ୍ବିତ ପାତ୍ର, ପଦ୍ମଶ୍ରୀ ସୁଦର୍ଶନ ସାହୁ, ଜଗତସିଂହପୁର ସାଂସଦ ବିଭୁପ୍ରସାଦ ତରାଇ,ଏଏସଆଇ ସର୍କଲ ସୁପରିଟେଣ୍ଡେଣ୍ଟ ଡିବି ଗଡ଼ନାୟକ ପ୍ରମୁଖ ପ୍ରଶାସନିକ ଅଧିକାରୀମାନେ ଉପସ୍ଥିତ ଥିଲେ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.