ପ୍ରମୂଖ ଖବର
  • ଭାରତ ପାଇଁ ଐତିହାସିକ ଦିନ, ଲଞ୍ଚ ହେଲା ଆକ୍ସିଓମ୍‌ -୪ ମିଶନ୍‌, ମହାକାଶ ଗଲେ ଶୁଭାଂଶୁ ଶୁକ୍ଲା
  • ||
  • ଅନୁଗୁଳ : ହାତୀସ୍କ୍ଵାଡ୍ କର୍ମଚାରୀଙ୍କୁ କଚାଡି ମାରିଲା ହାତୀ, କ୍ଷତିପୂରଣ ଦାବି
  • ||
  • ବୌଦ୍ଧ : ବାର୍‌ହା ମାଂସ ଖାଇ ସୋସିଆଲ ମିଡିଆରେ ଭିଡିଓ ପୋଷ୍ଟ କରିବା ପଡ଼ିଲା ମହଙ୍ଗା, ଯୁବକ ଗିରଫ
  • ||
  • ଆକ୍ସିଅମ୍-୪ ମିଶନ୍, ଆଜି ମହାକାଶକୁ ଯିବେ କ୍ୟାପ୍ଟେନ୍ ଶୁଭାଂଶୁ ଶୁକ୍ଳା
  • ||
  • ବାଲେଶ୍ୱର : ଦିନକ ପରେ ହୋଇଥାନ୍ତା ବାହାଘର, ଟ୍ରକ୍‌ ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ
  • ||
  • ୨୮ ଯାଏଁ ରାଜ୍ୟରେ ବଡ଼ ବର୍ଷା, ଆଜି ପାଇଁ ୩ ଜିଲ୍ଲାକୁ ଆଲର୍ଟ
  • ||

ରଥଯାତ୍ରା ପାଇଁ ରାଜ୍ୟପାଳଙ୍କୁ ନିମନ୍ତ୍ରଣ କଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

Published By : Suraj Kumar | June 17, 2025 7:11 PM

ଭୁବନେଶ୍ୱର, ୧୭।୬ : ବିଶ୍ୱ ପ୍ରସିଦ୍ଧ ପୁରୀ ରଥଯାତ୍ରାରେ ଯୋଗ ଦେବା ପାଇଁ ରାଜ୍ୟପାଳ ଡ଼ ହରି ବାବୁ କମ୍ଭମପତିଙ୍କୁ ନିମନ୍ତ୍ରଣ କରିଛନ୍ତି ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନର ମୁଖ୍ୟ ପ୍ରଶାସକ ଡ଼. ଅରବିନ୍ଦ କୁମାର ପାଢୀ I ମଙ୍ଗଳବାର ମୁଖ୍ୟ ପ୍ରଶାସକ ଶ୍ରୀ ପାଢୀ ରାଜଭବନରେ ରାଜ୍ୟପାଳଙ୍କୁ ଭେଟି ପୁରୀରେ ରଥଯାତ୍ରାରେ ଯୋଗ ଦେବାକୁ ନିମନ୍ତ୍ରଣ କରିଥିଲେ।

ଏହି ଅବସରରେ ଶ୍ରୀ ପାଢୀ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରାର ସୁଗମ ଏବଂ ନିରାପଦ ପରିଚାଳନା ପାଇଁ ଚାଲିଥିବା ବିସ୍ତୃତ ପ୍ରସ୍ତୁତି ବିଷୟରେ ରାଜ୍ୟପାଳଙ୍କୁ ଅବଗତ କରାଇଥିଲେ। ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ପ୍ରସିଦ୍ଧ   ରଥଯାତ୍ରା ଦେଖିବା ପାଇଁ ଦେଶ ଏବଂ ବିଦେଶରୁ ଲକ୍ଷ ଲକ୍ଷ ଭକ୍ତ ଏବଂ ଶ୍ରଦ୍ଧାଳୁଙ୍କ ଆଗମନ ଦୃଷ୍ଟିରୁ ଏହାର ଯଥାଯଥ ପରିଚାଳନା କରିବା ପାଇଁ ଗ୍ରହଣ କରାଯାଉଥିବା ବ୍ୟାପକ ବ୍ୟବସ୍ଥା ଉପରେ ଶ୍ରୀ ପାଢ଼ୀ ରାଜ୍ୟପାଳଙ୍କୁ ଅବଗତ କରାଇଥିଲେ। ଏ ଦିଗରେ ଶ୍ରୀ ମନ୍ଦିର ପ୍ରଶାସନର ପ୍ରୟାସକୁ ରାଜ୍ୟପାଳ ପ୍ରଶଂସା କରିଛନ୍ତି ଏବଂ ରଥଯାତ୍ରାର ସଫଳ ଆୟୋଜନ ଏବଂ ଶାନ୍ତିପୂର୍ଣ୍ଣ ପାଳନ ପାଇଁ ଶୁଭକାମନା ଜଣାଇଛନ୍ତି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.