ପ୍ରମୂଖ ଖବର
  • ଭାରତ ପାଇଁ ଐତିହାସିକ ଦିନ, ଲଞ୍ଚ ହେଲା ଆକ୍ସିଓମ୍‌ -୪ ମିଶନ୍‌, ମହାକାଶ ଗଲେ ଶୁଭାଂଶୁ ଶୁକ୍ଲା
  • ||
  • ଅନୁଗୁଳ : ହାତୀସ୍କ୍ଵାଡ୍ କର୍ମଚାରୀଙ୍କୁ କଚାଡି ମାରିଲା ହାତୀ, କ୍ଷତିପୂରଣ ଦାବି
  • ||
  • ବୌଦ୍ଧ : ବାର୍‌ହା ମାଂସ ଖାଇ ସୋସିଆଲ ମିଡିଆରେ ଭିଡିଓ ପୋଷ୍ଟ କରିବା ପଡ଼ିଲା ମହଙ୍ଗା, ଯୁବକ ଗିରଫ
  • ||
  • ଆକ୍ସିଅମ୍-୪ ମିଶନ୍, ଆଜି ମହାକାଶକୁ ଯିବେ କ୍ୟାପ୍ଟେନ୍ ଶୁଭାଂଶୁ ଶୁକ୍ଳା
  • ||
  • ବାଲେଶ୍ୱର : ଦିନକ ପରେ ହୋଇଥାନ୍ତା ବାହାଘର, ଟ୍ରକ୍‌ ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ
  • ||
  • ୨୮ ଯାଏଁ ରାଜ୍ୟରେ ବଡ଼ ବର୍ଷା, ଆଜି ପାଇଁ ୩ ଜିଲ୍ଲାକୁ ଆଲର୍ଟ
  • ||

ସୌରା ପାହାଡ଼ ଡବଲ ମର୍ଡର ମାମଲା, ୪ ଜଣଙ୍କୁ ଆଜୀବନ କାରାଦଣ୍ଡ

Published By : Suraj Kumar | June 18, 2025 5:48 PM

ଵ୍ରହ୍ମପୁର, ୧୮/୬ : ଗଞ୍ଜାମ ଜିଲ୍ଲା ବହୁ ଚର୍ଚ୍ଚିତ ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ପାଳଝାଢ଼ି ଗ୍ରାମର ବିଜେଡି ନେତା ସୁଦର୍ଶନ ସୁଆର ଓ ସୁଧୀର ପାତ୍ର  ହତ୍ୟା ମାମଲାର ଚୂଡାନ୍ତ ରାୟ ପ୍ରକାଶ ହୋଇଛି। ଵ୍ରହ୍ମପୁର ଏଡିଜେ-୩ ବିବସ୍ବତ ଗୌତମ ୪ ଜଣଙ୍କୁ ବୁଧବାର ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ସେମାନେ ହେଲେ ସଦର ଥାନା ଅନ୍ତର୍ଗତ କୁକୁଡ଼ାଖଣ୍ଡିର ବୁଡୁ ଦାସ, ଲାଠୀ ଗ୍ରାମର କୁନା ଗୌଡ଼, ମୁଖ୍ୟ ଅଭିଯୁକ୍ତ ଦିଗପହଣ୍ଡି ଥାନା ଅନ୍ତର୍ଗତ ପାଳଝାଡ଼ିଗରଣର ପ୍ରଶାନ୍ତ ଗୌଡ଼ ଓ ଚମାଖଣ୍ଡି ଥାନା ଅନ୍ତର୍ଗତ ଜଗନ୍ନାଥ ପୁରର ବି. ଦେବରାଜ ରେଡ୍ଡୀ। 

୨୦୨୨ ମସିହାରେ ଉକ୍ତ ଦୁଇ ବିଜେଡି ନେତାଙ୍କୁ ଉକ୍ତ ପାଳଝାଡ଼ି ଗ୍ରାମର ପ୍ରଶାନ୍ତ ଗୌଡ଼ ଓ ତାଙ୍କ ସହଯୋଗୀ ମାନେ ହତ୍ୟା କରିଥିଲେ।ଦିଗପହଣ୍ଡି ଥାନାରେ ଏନେଇ ଅଭିଯୋଗ ପରେ ପୋଲିସ ତଦନ୍ତ କରି ୮ଜଣଙ୍କୁ ଗିରଫ କରିଥିଲା। ୨୮ ଜଣ ସାକ୍ଷୀଙ୍କ ବୟାନ ଆଧାରରେ ଉପଯୁକ୍ତ ପ୍ରମାଣ ମିଳିଥିବାରୁ ଏଡିଜେ ଉକ୍ତ ରାୟ ପ୍ରକାଶ କରିଛନ୍ତି। ସରକାରଙ୍କ ପକ୍ଷରୁ ଏପିପି ରଜତ କୁମାର ଦାଶ ମକଦ୍ଦମା ପରିଚାଳନା କରିଥିଲେ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.