ପ୍ରମୂଖ ଖବର
  • ଭାରତ ପାଇଁ ଐତିହାସିକ ଦିନ, ଲଞ୍ଚ ହେଲା ଆକ୍ସିଓମ୍‌ -୪ ମିଶନ୍‌, ମହାକାଶ ଗଲେ ଶୁଭାଂଶୁ ଶୁକ୍ଲା
  • ||
  • ଅନୁଗୁଳ : ହାତୀସ୍କ୍ଵାଡ୍ କର୍ମଚାରୀଙ୍କୁ କଚାଡି ମାରିଲା ହାତୀ, କ୍ଷତିପୂରଣ ଦାବି
  • ||
  • ବୌଦ୍ଧ : ବାର୍‌ହା ମାଂସ ଖାଇ ସୋସିଆଲ ମିଡିଆରେ ଭିଡିଓ ପୋଷ୍ଟ କରିବା ପଡ଼ିଲା ମହଙ୍ଗା, ଯୁବକ ଗିରଫ
  • ||
  • ଆକ୍ସିଅମ୍-୪ ମିଶନ୍, ଆଜି ମହାକାଶକୁ ଯିବେ କ୍ୟାପ୍ଟେନ୍ ଶୁଭାଂଶୁ ଶୁକ୍ଳା
  • ||
  • ବାଲେଶ୍ୱର : ଦିନକ ପରେ ହୋଇଥାନ୍ତା ବାହାଘର, ଟ୍ରକ୍‌ ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ
  • ||
  • ୨୮ ଯାଏଁ ରାଜ୍ୟରେ ବଡ଼ ବର୍ଷା, ଆଜି ପାଇଁ ୩ ଜିଲ୍ଲାକୁ ଆଲର୍ଟ
  • ||

ସୁନ୍ଦରଗଡ଼ରେ ଲୁଟେରାଙ୍କ ଆତଙ୍କରାଜ, ବନ୍ଧୁକ ଦେଖାଇ ନେଇଗଲେ ଅଳଙ୍କାର ଓ ନଗଦ ଟଙ୍କା

Published By : Harapriya Sethi | June 15, 2025 10:11 AM

ସୁନ୍ଦରଗଡ଼, ୧୫/୦୬: ସୁନ୍ଦରଗଡ଼ ସଦର ଥାନା କନ୍ଦାବାହଲରେ ଲୁଟେରାଙ୍କ ଆତଙ୍କରାଜ । ବିଳମ୍ବିତ ରାତିରେ ବନ୍ଧୁକ ଦେଖାଇ ପ୍ରଦିପ ପଟେଇଙ୍କ ଘରୁ ଲୁଟିନେଲେ ଲକ୍ଷାଧିକ ଟଙ୍କାର ଅଳଙ୍କାର ସହ ନଗଦ ଏକ ଲକ୍ଷ ଟଙ୍କା । ଖବର ପାଇ ସାଇଷ୍ଟିଫିକ ଟିମ୍‌ ଓ ସନ୍ଧାନୀ କୁକୁର ସହ ଘଟଣାସ୍ଥଳରେ ତଦନ୍ତ କରୁଛି ପୁଲିସ । 

ସୂଚନା ମୁତାବକ, ଶନିବାର ବିଳମ୍ୱିତ ରାତିରେ ସୁନ୍ଦରଗଡ଼ ସଦର ଥାନା କନ୍ଦାବାହଲର ପ୍ରଦିପ ପଟେଇଙ୍କ ଘରେ ୫ରୁ ୭ଜଣ ଦୁର୍ବୃତ୍ତ ପଶି ଆସିଥିଲେ । ଏକ ଘରେ ପ୍ରଦୀପ ଓ ତାଙ୍କ ପରିବାରକୁ ବାନ୍ଧିବା ସହ ପ୍ରଦୀପଙ୍କୁ ବନ୍ଧୁକ ଦେଖାଇ ମାଡ଼ ମାରିଥିଲେ । ଏହା ପରେ ଘରର ଆଲମାରୀ ଭାଙ୍ଗି ଲକ୍ଷାଧିକ ଟଙ୍କାର ଅଳଙ୍କାର ସହ ନଗଦ ଏକ ଲକ୍ଷ ଟଙ୍କା ଲୁଟି ନେଇଥିଲେ । ଏନେଇ ଖବର ପାଇବା ପରେ ପୁଲିସ ଘଟଣାସ୍ଥଳରେ ପହଞ୍ଚିଛି । ଲୁଟେରା ଗ୍ୟାଙ୍ଗକୁ ଧରିବା ପାଇଁ ସାଇଣ୍ଟିଫିକ ଟିମ୍‌ ଏବଂ ସନ୍ଧାନୀ କୁକୁର ସହ ଛାନଭିନ୍‌ କରୁଛି ପୁଲିସ । 

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.