ପ୍ରମୂଖ ଖବର
  • ଭାରତ ପାଇଁ ଐତିହାସିକ ଦିନ, ଲଞ୍ଚ ହେଲା ଆକ୍ସିଓମ୍‌ -୪ ମିଶନ୍‌, ମହାକାଶ ଗଲେ ଶୁଭାଂଶୁ ଶୁକ୍ଲା
  • ||
  • ଅନୁଗୁଳ : ହାତୀସ୍କ୍ଵାଡ୍ କର୍ମଚାରୀଙ୍କୁ କଚାଡି ମାରିଲା ହାତୀ, କ୍ଷତିପୂରଣ ଦାବି
  • ||
  • ବୌଦ୍ଧ : ବାର୍‌ହା ମାଂସ ଖାଇ ସୋସିଆଲ ମିଡିଆରେ ଭିଡିଓ ପୋଷ୍ଟ କରିବା ପଡ଼ିଲା ମହଙ୍ଗା, ଯୁବକ ଗିରଫ
  • ||
  • ଆକ୍ସିଅମ୍-୪ ମିଶନ୍, ଆଜି ମହାକାଶକୁ ଯିବେ କ୍ୟାପ୍ଟେନ୍ ଶୁଭାଂଶୁ ଶୁକ୍ଳା
  • ||
  • ବାଲେଶ୍ୱର : ଦିନକ ପରେ ହୋଇଥାନ୍ତା ବାହାଘର, ଟ୍ରକ୍‌ ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ
  • ||
  • ୨୮ ଯାଏଁ ରାଜ୍ୟରେ ବଡ଼ ବର୍ଷା, ଆଜି ପାଇଁ ୩ ଜିଲ୍ଲାକୁ ଆଲର୍ଟ
  • ||

ବଢ଼ିଲା ମଧ୍ୟାହ୍ନ ଭୋଜନ ଖର୍ଚ୍ଚ, ପିଛିଲା ଭାବେ ମେ ୧ରୁ ହେବ ଲାଗୁ

Published By : Rasmita Pradhan | June 21, 2025 9:39 AM

ଭୁବନେଶ୍ୱର, ୨୧/୬ : ଛାତ୍ରଛାତ୍ରୀଙ୍କ ପୋଷଣକୁ ଗୁରୁତ୍ୱ ଦେଇ ମଧ୍ୟାହ୍ନ ଭୋଜନ ଖର୍ଚ୍ଚ ପୁଣି ଥରେ ବୃଦ୍ଧି କରାଯାଇଛି । ରାଜ୍ୟ ସରକାର ୨ ଟଙ୍କା ୯୨ ପଇସା ମଧ୍ୟାହ୍ନ ଭୋଜନ ଖର୍ଚ୍ଚ ବୃଦ୍ଧି କରିଛନ୍ତି । ଏହି ବର୍ଦ୍ଧିତ ମୂଲ୍ୟ ପରେ ପ୍ରାଥମିକ ଛାତ୍ରଛାତ୍ରୀଙ୍କ ପାଇଁ ମୁଣ୍ଡ ପିଛା ଦୈନିକ ୧୧ ଟଙ୍କା ୧୫ ପଇସା, ଉଚ୍ଚ ପ୍ରାଥମିକ ଶିକ୍ଷାର୍ଥୀଙ୍କ ପାଇଁ ମୁଣ୍ଡ ପିଛା ୧୪ ଟଙ୍କା ୭୪ ପଇସା ରନ୍ଧନ ସାମଗ୍ରୀ ଖର୍ଚ୍ଚ ପ୍ରଦାନ କରାଯିବ । ଏହାକୁ ପିଛିଲା ଭାବେ ମେ ୧ରୁ ଲାଗୁ କରାଯିବ । ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । 

ଚିଠିରେ କୁହାଯାଇଛି, ରାଜ୍ୟ ସରକାରଙ୍କ ଦ୍ୱାରା ଛାତ୍ରଛାତ୍ରୀଙ୍କ ପୋଷଣକୁ ଗୁରୁତ୍ୱ ଦେଇ ସପ୍ତାହକୁ ତିନୋଟି ପୁଷ୍ଟିକର ଲଡୁ ଓ ଗୋଟିଏ ଅତିରିକ୍ତ ଅଣ୍ଡା ୨୦୨୫-୨୬ ଶିକ୍ଷାବର୍ଷରୁ ପ୍ରଦାନ କରାଯାଉଛି । ଅତିରିକ୍ତ ପୁଷ୍ଟିସାରଯୁକ୍ତ ସାମଗ୍ରୀ ପ୍ରଦାନ ହେତୁ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦାଳୟର ଛାତ୍ରଛାତ୍ରୀଙ୍କ ପାଇଁ ଦୈନିକ ରନ୍ଧନ ସାମଗ୍ରୀ ମୂଲ୍ୟ ୨ ଟଙ୍କା ୯୨ ପଇସା ରାଜ୍ୟ ସରକାର ବୃଦ୍ଧି କରିଛନ୍ତି । 

ସୂଚନାଯୋଗ୍ୟ ଯେ, କେନ୍ଦ୍ର ସରକାର ଓ ରାଜ୍ୟ ସରକାରଙ୍କ ଭାଗିଦାରୀରେ ପିଏମ୍‌ ପୋଷଣ ଯୋଜନା ବର୍ତ୍ତମାନ ରାଜ୍ୟରେ କାର୍ଯ୍ୟକାରୀ କରାଯାଉଛି । ଭାରତ ସରକାରଙ୍କ ପକ୍ଷରୁ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ଛାତ୍ରଛାତ୍ରୀଙ୍କ ନିମନ୍ତେ ମୁଣ୍ଡ ପିଛା ଦୈନିକ ୬ ଟଙ୍କା ୭୮ ପଇସା ଓ ୧୦ ଟଙ୍କା ୧୭ ପଇସା ମେ' ୧ରୁ ରନ୍ଧନ ସାମଗ୍ରୀ ଖର୍ଚ୍ଚ ବାବଦକୁ ପ୍ରଦାନ କରାଯାଉଛି । ବର୍ତ୍ତମାନ ରାଜ୍ୟ ସରକାର ଅତିରିକ୍ତ ରନ୍ଧନ ସାମଗ୍ରୀ ଖର୍ଚ୍ଚ ପାଇଁ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ଛାତ୍ରଛାତ୍ରୀଙ୍କ ନିମନ୍ତେ ମୁଣ୍ଡ ପିଛା ଦୈନିକ ୧ ଟଙ୍କା ୪୫ ପଇସା ଓ ୧ ଟଙ୍କା ୬୫ ପଇସା ପ୍ରଦାନ କରୁଛନ୍ତି । ଆଜି ମଧ୍ୟାହ୍ନ ଭୋଜନ ଖର୍ଚ୍ଚ ବୃଦ୍ଧି ପରେ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ଛାତ୍ରଛାତ୍ରୀଙ୍କ ପାଇଁ ମୁଣ୍ଡ ପିଛା ଦୈନିକ ଯଥାକ୍ରମେ ୧୧ ଟଙ୍କା ୧୫ ପଇସା ଓ ୧୪ ଟଙ୍କା ୭୪ ପଇସା ରନ୍ଧନ ସାମଗ୍ରୀ ନିମନ୍ତେ ଖର୍ଚ୍ଚ କରାଯିବ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.