ପ୍ରମୂଖ ଖବର
  • ଭାରତ ପାଇଁ ଐତିହାସିକ ଦିନ, ଲଞ୍ଚ ହେଲା ଆକ୍ସିଓମ୍‌ -୪ ମିଶନ୍‌, ମହାକାଶ ଗଲେ ଶୁଭାଂଶୁ ଶୁକ୍ଲା
  • ||
  • ଅନୁଗୁଳ : ହାତୀସ୍କ୍ଵାଡ୍ କର୍ମଚାରୀଙ୍କୁ କଚାଡି ମାରିଲା ହାତୀ, କ୍ଷତିପୂରଣ ଦାବି
  • ||
  • ବୌଦ୍ଧ : ବାର୍‌ହା ମାଂସ ଖାଇ ସୋସିଆଲ ମିଡିଆରେ ଭିଡିଓ ପୋଷ୍ଟ କରିବା ପଡ଼ିଲା ମହଙ୍ଗା, ଯୁବକ ଗିରଫ
  • ||
  • ଆକ୍ସିଅମ୍-୪ ମିଶନ୍, ଆଜି ମହାକାଶକୁ ଯିବେ କ୍ୟାପ୍ଟେନ୍ ଶୁଭାଂଶୁ ଶୁକ୍ଳା
  • ||
  • ବାଲେଶ୍ୱର : ଦିନକ ପରେ ହୋଇଥାନ୍ତା ବାହାଘର, ଟ୍ରକ୍‌ ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ
  • ||
  • ୨୮ ଯାଏଁ ରାଜ୍ୟରେ ବଡ଼ ବର୍ଷା, ଆଜି ପାଇଁ ୩ ଜିଲ୍ଲାକୁ ଆଲର୍ଟ
  • ||

ଆସନ୍ତା ୨୨ରେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ହେବ ଅସ୍ତ୍ରୋପଚାର

Published By : Suraj Kumar | June 18, 2025 6:11 PM

ଭୁବନେଶ୍ବର, ୧୮।୬ :  ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଅସ୍ତ୍ରୋପଚାର ହେବ। ଆସନ୍ତା  ୨୨ ରେ ନବୀନଙ୍କ ହେବ ଅସ୍ତ୍ରୋପଚାର। ସର୍ଭାଇକାଲ ଆର୍ଥ୍ରାଇଟସ୍ ଅସ୍ତ୍ରୋପଚାର କରାଯିବ। ବିଶେଷଜ୍ଞଙ୍କ ପରାମର୍ଶ କ୍ରମେ ଏହି  ଅସ୍ତ୍ରୋପଚାର କରାଯିବ। ଏ ନେଇ ବୁଧବାର  ନବୀନ ପଟ୍ଟନାୟକ  ସୂଚନା ଦେଇଛନ୍ତି। 

ସାମାଜିକ ଗଣମାଧ୍ୟମ ‘ଏକ୍ସ’ରେ ପୋଷ୍ଟ କରି ନବୀନ ପଟ୍ଟନାୟକ ସୂଚନା ଦେଇଛନ୍ତି,  ବିଶେଷଜ୍ଞଙ୍କ ପରାମର୍ଶ ଅନୁଯାୟୀ ଚଳିତ ମାସର ୨୨ ତାରିଖରେ ମୁମ୍ବାଇର କୋକିଲାବେନ ଧୀରୁଭାଇ ଅମ୍ବାନୀ ହସ୍ପିଟାଲରେ ସର୍ଭାଇକାଲ୍ ଆର୍ଥ୍ରାଇଟିସ୍‌ର ସର୍ଜରୀ କରାଇବି। ମୋର ବ୍ୟକ୍ତିଗତ ଡାକ୍ତର ରମାକାନ୍ତ ପଣ୍ଡା ମୁମ୍ବାଇରେ ଏସବୁ ବୁଝୁଛନ୍ତି। ତାଙ୍କ ତତ୍ତ୍ଵାବଧାନରେ ମୋର ଚିକିତ୍ସା ହେବ। ପ୍ରଭୁ ଜଗନ୍ନାଥଙ୍କ ଆଶୀର୍ବାଦ ଏବଂ ଓଡ଼ିଶାର ଭାଇଭଉଣୀମାନଙ୍କ ଶୁଭକାମନା ସହିତ, ଆପଣ ସମସ୍ତଙ୍କ ସେବା ଜାରି ରଖିବା ପାଇଁ ସୁସ୍ଥ ହୋଇ ଶୀଘ୍ର ଫେରିବାକୁ ଅପେକ୍ଷା କରୁଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.