ପ୍ରମୂଖ ଖବର
  • ଭାରତ ପାଇଁ ଐତିହାସିକ ଦିନ, ଲଞ୍ଚ ହେଲା ଆକ୍ସିଓମ୍‌ -୪ ମିଶନ୍‌, ମହାକାଶ ଗଲେ ଶୁଭାଂଶୁ ଶୁକ୍ଲା
  • ||
  • ଅନୁଗୁଳ : ହାତୀସ୍କ୍ଵାଡ୍ କର୍ମଚାରୀଙ୍କୁ କଚାଡି ମାରିଲା ହାତୀ, କ୍ଷତିପୂରଣ ଦାବି
  • ||
  • ବୌଦ୍ଧ : ବାର୍‌ହା ମାଂସ ଖାଇ ସୋସିଆଲ ମିଡିଆରେ ଭିଡିଓ ପୋଷ୍ଟ କରିବା ପଡ଼ିଲା ମହଙ୍ଗା, ଯୁବକ ଗିରଫ
  • ||
  • ଆକ୍ସିଅମ୍-୪ ମିଶନ୍, ଆଜି ମହାକାଶକୁ ଯିବେ କ୍ୟାପ୍ଟେନ୍ ଶୁଭାଂଶୁ ଶୁକ୍ଳା
  • ||
  • ବାଲେଶ୍ୱର : ଦିନକ ପରେ ହୋଇଥାନ୍ତା ବାହାଘର, ଟ୍ରକ୍‌ ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ
  • ||
  • ୨୮ ଯାଏଁ ରାଜ୍ୟରେ ବଡ଼ ବର୍ଷା, ଆଜି ପାଇଁ ୩ ଜିଲ୍ଲାକୁ ଆଲର୍ଟ
  • ||

ରାଜ୍ୟରେ ବିଶେଷ ବର୍ଷା ସମ୍ଭାବନା ନାହିଁ , ଆସନ୍ତା ୩ ଦିନ କାଁ ଭାଁ ବର୍ଷା

Published By : Rasmita Pradhan | June 21, 2025 7:37 AM

ଭୁବନେଶ୍ୱର, ୨୧/୬ : ବର୍ତ୍ତମାନ ରାଜ୍ୟରେ ବିଶେଷ ବର୍ଷା ସମ୍ଭାବନା ନାହିଁ । ଆସନ୍ତା ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣ ବର୍ଷା ହୋଇପାରେ । ମାତ୍ର ବଡ଼ ବର୍ଷା କିମ୍ବା ବିସ୍ତୃତ ଅଞ୍ଚଳ ଭିଜିବା ସମ୍ଭାବନା ନାହିଁ । ଉତ୍ତର ଓଡ଼ିଶାର କିଛି ଜାଗାରେ ଘଡ଼ଘଡ଼ି ସହ ୩୦-୪୦ କିମି ବେଗରେ ପବନ ଆଶଙ୍କା ନେଇ ସତର୍କ ସୂଚନା ଜାରି କରାଯାଇଛି । ଭୁବନେଶ୍ୱର ପାଣିପାଗ କେନ୍ଦ୍ର ଅନୁସାରେ ବର୍ତ୍ତମାନ ବର୍ଷା ପ୍ରକୋପ କମ୍‌ ରହିବ । ତେବେ ୨୪ରୁ ବର୍ଷା ପରିମାଣ ସାମାନ୍ୟ ବଢ଼ିବା ସହ ରାଜ୍ୟର ଅନେକ ସ୍ଥାନରେ ବର୍ଷା ହୋଇପାରେ । 

ଏପରିକି ଉତ୍ତର ଓଡ଼ିଶାର କିଛି ଜିଲ୍ଲାର ସ୍ଥାନେ ସ୍ଥାନେ ୨୪ରୁ ପ୍ରବଳ ବର୍ଷା ଆଶଙ୍କା ଅଛି । ୨୬ରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ହୋଇପାରେ । ଶୁକ୍ରବାର ଦିନତମାମ ରାଜ୍ୟରେ ବିଶେଷ ବର୍ଷା ନଥିଲା । ଭୁବନେଶ୍ୱର ସମେତ ଅନେକ ସ୍ଥାନରେ ପାଗ ଆଂଶିକ ମେଘୁଆ ଥିଲେ ମଧ୍ୟ ପାଗ ଶୁଖିଲା ଥିଲା । ସୁନ୍ଦରଗଡ଼ରେ କାଁ ଭାଁ ହାଲୁକା ବର୍ଷା ହୋଇଥିଲା । ବୌଦ୍ଧ ଓ କୋରାପୁଟ ତାପମାତ୍ରା ୩୬ ଡିଗ୍ରୀ ସେଲସିୟସ୍‌ ଟପିଥିଲା । ଉପକୂଳ ଓଡ଼ିଶାରେ ଭୁବନେଶ୍ୱର ୩୩.୧ ଓ କଟକ ୩୩.୮ ଡିଗ୍ରୀ ଥିବାବେଳେ ଗୁଳୁଗୁଳି ପ୍ରକୋପ ଅଧିକ ଥିଲା।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.