ପ୍ରମୂଖ ଖବର
  • ମୋହନା : ଭାରସାମ୍ୟ ହରାଇ ଓଲଟିଲା ଅଟୋ, ୧୨ ଯାତ୍ରୀ ଆହତ
  • ||
  • ସୁନ୍ଦରଗଡ଼ : ଚଳନ୍ତା ଟ୍ରେଲରରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର ଓ ହେଲପର୍‌
  • ||
  • ବ୍ରହ୍ମପୁର: CBI ଜାଲରେ EPFO ଅଧିକାରୀ, ଡିଜିଟାଲ୍‌ ଦସ୍ତଖତ ପାଇଁ ୧୦ ହଜାର ନେଲା ବେଳେ ଧରାପଡିଲେ
  • ||
  • ସମ୍ବଲପୁର ଜିଲ୍ଲା ଗୋବିନ୍ଦପୁର ଥାନା ଗଡ଼ପୋଷ ଫାଣ୍ଡି ଅଧିନ ମୁଣ୍ଡଲେଷା ଗାଁରେ ହତ୍ୟା, ସ୍ତ୍ରୀକୁ ହାଣିଦେଲା ନୃଶଂସ ସ୍ଵାମୀ
  • ||
  • କଟକ : ଟ୍ରକ୍‌ ପଛରେ ପିଟିହେଲା ବାଇକ୍‌, ଚାଳକ ମୃତ
  • ||
  • ବଲାଙ୍ଗୀର : ବିଦ୍ୟୁତ୍‌ ବିଭାଗର ଅବହେଳା, ଚାଷ ଜମିରୁ ୬ ଫୁଟ ଉଚ୍ଚରେ ଝୁଲୁଛି ଉଚ୍ଚ ସମ୍ପନ୍ନ ବିଦ୍ୟୁତ୍‌ ତାର
  • ||
  • କରିସ୍ମା କପୁରଙ୍କ ପୂର୍ବ ସ୍ୱାମୀ ସଞ୍ଜୟଙ୍କ ଦେହାନ୍ତ, ପୋଲୋ ଖେଳିବା ବେଳେ ହୃଦଘାତ
  • ||
  • ଇରାନ ଉପରେ ଇସ୍ରାଏଲ୍‌ର ଏୟାର ଷ୍ଟ୍ରାଇକ୍‌,ମିଲିଟାରୀ ଏବଂ ନ୍ୟୁକ୍ଲିୟର ବେସ୍ ନଷ୍ଟ,ଅନେକ ବୈଜ୍ଞାନିକ ଏବଂ କମାଣ୍ଡର ମୃତ
  • ||
  • ଭୁବନେଶ୍ୱର : ସାନିଟାରୀ ଦୋକାନରୁ ଲିଟ୍‌, ୨ ଲକ୍ଷ ଟଙ୍କାର ସାମଗ୍ରୀ ନେଇଗଲେ ଦୁର୍ବୃତ୍ତ
  • ||
  • ମୌସୁମୀ ପାଇଁ ରାଜ୍ୟରେ ପାଗ ଅନୁକୂଳ: ୬ ଦିନ ଯାଏ ପ୍ରବଳ ବର୍ଷା ସମ୍ଭାବନା, ୧୫ରୁ ଅଧିକ ବର୍ଷା
  • ||

ସାପ କାମୁଡ଼ାରେ ଜଣେ ମୃତ, ଜଣେ ଗୁରୁତର

Published By : Gurupada Nath | May 25, 2025 6:18 PM

ଭଞ୍ଜନଗର,୨୫/୫ :   ଭିନ୍ନ ଭିନ୍ନ ଦୁଇଟି ସ୍ଥାନରେ ସାପ କାମୁଡାରେ ଜଣେ ୯ବର୍ଷର ନାବାଳିକାଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଯୁବତୀ ଗୁରୁତର ଅବସ୍ଥାରେ ଚିକିତ୍ସାଧୀନ ରହିଛନ୍ତି । 

ଭଞ୍ଜନଗର ଥାନା ଅନ୍ତର୍ଗତ ବାଇବାଲି ନିକଟସ୍ଥ ନାରିଙ୍ଗିପଲ୍ଲୀ ଗାଁର ନଟିଆ ପ୍ରଧାନଙ୍କ ୯ବର୍ଷର ଝିଅ ତେଜସ୍ବିନୀ   ଘରେ ଶୋଇଥିବାବେଳେ ବିଷଧର ସାପ କାମୁଡାରେ ଗୁରୁତର ହୋଇଥିଲେ । ତାଙ୍କୁ ଭଞ୍ଜନଗର ମେଡ଼ିକାଲରେ ଭର୍ତ୍ତି କରାଯାଇଥିବାବେଳେ ଚିକିତ୍ସାଧୀନ ଅବସ୍ଥାରେ ତାର ମୃତ୍ୟୁ ଘଟିଥିଲା । ଏ ନେଇ ଭଞ୍ଜନଗର ପୋଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଚଳାଇଛି । 

ସେହିଭଳି ତାରାସିଙ୍ଗି ଥାନା ଅନ୍ତର୍ଗତ ବେରୁହାଁବାଡି  ଗ୍ରାମର ସନ୍ତୋଷ ନାୟକଙ୍କ ୧୮ ବର୍ଷର ଝିଅ ସୁଜାତା ବିଷଧର ସାପ କାମୁଡାରେ ଗୁରୁତର ଅସୁସ୍ଥ ହୋଇପଡ଼ିଥିଲେ । ତାଙ୍କୁ ଭଞ୍ଜନଗର ମେଡ଼ିକାଲରେ ଭର୍ତ୍ତି କରାଯାଇଥିବାବେଳେ ଅବସ୍ଥା ଗୁରୁତର ହେବାରୁ ବ୍ରହ୍ମପୁର ଏମକେସିଜି ମେଡ଼ିକାଲ କଲେଜ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି । 

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.