ପ୍ରମୂଖ ଖବର
  • ଭାରତ ପାଇଁ ଐତିହାସିକ ଦିନ, ଲଞ୍ଚ ହେଲା ଆକ୍ସିଓମ୍‌ -୪ ମିଶନ୍‌, ମହାକାଶ ଗଲେ ଶୁଭାଂଶୁ ଶୁକ୍ଲା
  • ||
  • ଅନୁଗୁଳ : ହାତୀସ୍କ୍ଵାଡ୍ କର୍ମଚାରୀଙ୍କୁ କଚାଡି ମାରିଲା ହାତୀ, କ୍ଷତିପୂରଣ ଦାବି
  • ||
  • ବୌଦ୍ଧ : ବାର୍‌ହା ମାଂସ ଖାଇ ସୋସିଆଲ ମିଡିଆରେ ଭିଡିଓ ପୋଷ୍ଟ କରିବା ପଡ଼ିଲା ମହଙ୍ଗା, ଯୁବକ ଗିରଫ
  • ||
  • ଆକ୍ସିଅମ୍-୪ ମିଶନ୍, ଆଜି ମହାକାଶକୁ ଯିବେ କ୍ୟାପ୍ଟେନ୍ ଶୁଭାଂଶୁ ଶୁକ୍ଳା
  • ||
  • ବାଲେଶ୍ୱର : ଦିନକ ପରେ ହୋଇଥାନ୍ତା ବାହାଘର, ଟ୍ରକ୍‌ ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ
  • ||
  • ୨୮ ଯାଏଁ ରାଜ୍ୟରେ ବଡ଼ ବର୍ଷା, ଆଜି ପାଇଁ ୩ ଜିଲ୍ଲାକୁ ଆଲର୍ଟ
  • ||

ଜୁଆ ଆଡ୍ଡାରେ ଚଢାଉ, ନଗଦ ୬୩ ହଜାରରୁ ଉର୍ଦ୍ଧ୍ଵ ଟଙ୍କା ଜବତ, ୮ ଜୁଆଡ଼ି ଗିରଫ

Published By : Rasmita Pradhan | June 17, 2025 1:37 PM

ଖଲ୍ଲିକୋଟ, ୧୭/୦୬ : ରଜରେ ଚାଲିଥିଲା ଜୁଆ ଖେଳ। ଅତର୍କିତ ଚଢାଉ କଲା ପୁଲିସ। ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଭରସା ଗ୍ରାମ ନିକଟରେ ଚାଲିଥିବା ଜୁଆ ଆଡ୍ଡା ଉପରେ ପୁଲିସ ଚଢ଼ାଉ କରିଛି। ୮ ଜଣ ଜୁଆଡ଼ିଙ୍କୁ ଧରିବାରେ ସଫଳ ହୋଇଛି। 

ସୂଚନା ଅନୁଯାୟୀ, ସୋମବାର ସନ୍ଧ୍ୟାରେ ଭରସା ଗ୍ରାମ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ବିଶେଷ ସୂତ୍ରରୁ ଖବର ପାଇ ଥାନା ଅଧିକାରୀ ରମେଶ କୁମାର ପ୍ରଧାନଙ୍କ ନିର୍ଦ୍ଦେଶ କ୍ରମେ ପୁଲିସ ଟିମ୍ ଚଢାଉ କରିଥିଲା। ଏହି ସମୟରେ ନଗଦ ୬୩ ହଜାର ୨୧୦ ଟଙ୍କା ଜବତ କରିବା ସହ ୮ ଜଣ ଜୁଆଡ଼ିଙ୍କୁ ଧରିବାରେ ସଫଳ ହୋଇଥିଲା। ଏନେଇ ଖଲ୍ଲିକୋଟ ଥାନାରେ ଏକ ମାମଲା ରୁଜୁ ହୋଇଛି। ଏନେଇ ଥାନା ଅଧିକାରୀ ରମେଶ କୁମାର ପ୍ରଧାନ ସୂଚନା ଦେଇଛନ୍ତି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.