ପ୍ରମୂଖ ଖବର
  • ଭାରତ ପାଇଁ ଐତିହାସିକ ଦିନ, ଲଞ୍ଚ ହେଲା ଆକ୍ସିଓମ୍‌ -୪ ମିଶନ୍‌, ମହାକାଶ ଗଲେ ଶୁଭାଂଶୁ ଶୁକ୍ଲା
  • ||
  • ଅନୁଗୁଳ : ହାତୀସ୍କ୍ଵାଡ୍ କର୍ମଚାରୀଙ୍କୁ କଚାଡି ମାରିଲା ହାତୀ, କ୍ଷତିପୂରଣ ଦାବି
  • ||
  • ବୌଦ୍ଧ : ବାର୍‌ହା ମାଂସ ଖାଇ ସୋସିଆଲ ମିଡିଆରେ ଭିଡିଓ ପୋଷ୍ଟ କରିବା ପଡ଼ିଲା ମହଙ୍ଗା, ଯୁବକ ଗିରଫ
  • ||
  • ଆକ୍ସିଅମ୍-୪ ମିଶନ୍, ଆଜି ମହାକାଶକୁ ଯିବେ କ୍ୟାପ୍ଟେନ୍ ଶୁଭାଂଶୁ ଶୁକ୍ଳା
  • ||
  • ବାଲେଶ୍ୱର : ଦିନକ ପରେ ହୋଇଥାନ୍ତା ବାହାଘର, ଟ୍ରକ୍‌ ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ
  • ||
  • ୨୮ ଯାଏଁ ରାଜ୍ୟରେ ବଡ଼ ବର୍ଷା, ଆଜି ପାଇଁ ୩ ଜିଲ୍ଲାକୁ ଆଲର୍ଟ
  • ||

ଆସନ୍ତା ୭ ଦିନ ଯାଏଁ ରାଜ୍ୟରେ ବର୍ଷା ସହ ବଜ୍ରପାତ ସମ୍ଭାବନା

Published By : Suraj Kumar | June 12, 2025 8:29 PM

ଭୁବନେଶ୍ବର,୧୨।୬ ଆଗାମୀ ୭ ଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର । ଆଗାମୀ ୪୮ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ ଏବଂ ଏହାସହ ବିଜୁଳି ଘଡଘଡି ମଧ୍ୟ ଜାରିରହିବ । ବର୍ଷା ବିଜୁଳି ସହ ୩୦ ରୁ ୪୦ କିଲୋମିଟର ପ୍ରତି ଘଣ୍ଟା ବେଗରେ ଝଟକା ପବନ ମଧ୍ୟ ପ୍ରବାହିତ ହେବା ନେଇ ଆକଳନ କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର ।

 ଏବେ ମୌସୁମୀ ପାଇଁ ରାଜ୍ୟରେ ପାଗ ଅନୁକୂଳ ରହିଛି । କିଛି ଦିନ ମଧ୍ୟରେ ସଂପୂର୍ଣ୍ଣ ରାଜ୍ୟକୁ ଛୁଇଁବ ମୌସୁମୀ । ଆଗାମୀ ୪୮ ଘଣ୍ଟା ମଧ୍ୟରେ ରାଜ୍ୟର କିଛି ସ୍ଥାନରେ ପ୍ରବଳ ରୁ ଅତିପ୍ରବଳ ବର୍ଷା ହେବ । କଟକ, ଖୋର୍ଦ୍ଧା, ନୟାଗଡ଼ ସହ ଗଞ୍ଜାମ, ଗଜପତି ଓ କନ୍ଧମାଳ ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର। ସେହିଭଳି ଶୁକ୍ରବାର ମୟୂରଭଞ୍ଜ, ବାଲେଶ୍ଵର, ଭଦ୍ରକ, କେନ୍ଦ୍ରାପଡ଼ା ସହ ରାୟଗଡ଼ା, ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷା ସହ ବିଜୁଳି ଘଡଘଡି ସ୍ଥିତି ଦେଖିବାକୁ ମିଳିବ । ଏହାସହ ୩୦ ରୁ ୪୦ କିଲୋମିଟର ପ୍ରତି ଘଣ୍ଟା ବେଗରେ ଝଟକା ପବନ ବୋହିବା ନେଇ ପୂର୍ବାନୁମାନ ହୋଇଛି । ସେହିଭଳି ଆଗାମୀ ୩ ଦିନ ଯାଏଁ ରାଜ୍ୟର ସମସ୍ତ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ । ସେହିଭଳି ଆସନ୍ତା ୩ଦିନ ଯାଏଁ ଦିନ ତାପମାତ୍ରା ୩ ରୁ ୪ ଡିଗ୍ରୀ ସେଲସିଏସ କମିବା ନେଇ ଆକଳନ ହୋଇଛି ବୋଲି   ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦ୍ଦେଶିକା  ମନୋରମା ମହାନ୍ତି କହିଛନ୍ତି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.