ପ୍ରମୂଖ ଖବର
  • ଭାରତ ପାଇଁ ଐତିହାସିକ ଦିନ, ଲଞ୍ଚ ହେଲା ଆକ୍ସିଓମ୍‌ -୪ ମିଶନ୍‌, ମହାକାଶ ଗଲେ ଶୁଭାଂଶୁ ଶୁକ୍ଲା
  • ||
  • ଅନୁଗୁଳ : ହାତୀସ୍କ୍ଵାଡ୍ କର୍ମଚାରୀଙ୍କୁ କଚାଡି ମାରିଲା ହାତୀ, କ୍ଷତିପୂରଣ ଦାବି
  • ||
  • ବୌଦ୍ଧ : ବାର୍‌ହା ମାଂସ ଖାଇ ସୋସିଆଲ ମିଡିଆରେ ଭିଡିଓ ପୋଷ୍ଟ କରିବା ପଡ଼ିଲା ମହଙ୍ଗା, ଯୁବକ ଗିରଫ
  • ||
  • ଆକ୍ସିଅମ୍-୪ ମିଶନ୍, ଆଜି ମହାକାଶକୁ ଯିବେ କ୍ୟାପ୍ଟେନ୍ ଶୁଭାଂଶୁ ଶୁକ୍ଳା
  • ||
  • ବାଲେଶ୍ୱର : ଦିନକ ପରେ ହୋଇଥାନ୍ତା ବାହାଘର, ଟ୍ରକ୍‌ ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ
  • ||
  • ୨୮ ଯାଏଁ ରାଜ୍ୟରେ ବଡ଼ ବର୍ଷା, ଆଜି ପାଇଁ ୩ ଜିଲ୍ଲାକୁ ଆଲର୍ଟ
  • ||

୨୦ରେ ଟ୍ବିନସିଟିରେ ସ୍କୁଲ୍ ଛୁଟି, ଘୋଷଣା କଲା ଗଣଶିକ୍ଷା ବିଭାଗ

Published By : Gurupada Nath | June 18, 2025 7:10 PM

ଭୁବନେଶ୍ବର,୧୮/୬ : ଆସନ୍ତା ୨୦ତାରିଖରେ ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ୨୦ ତାରିଖରେ ଟ୍ବିନ୍‌ସିଟିରେ ସ୍କୁଲ ଘୋଷଣା କରାଯାଇଛି । ଭୁବନେଶ୍ବର, କଟକ ମହାନଗରରେ ସମସ୍ତ ସ୍କୁଲ ଛୁଟି ରହିବ । ଏ ନେଇ ଗଣଶିକ୍ଷା ବିଭାଗ ପକ୍ଷରୁ ଖୋର୍ଦ୍ଧା, କଟକ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ଚିଠି କରାଯାଇଛି । ପ୍ରଧାନମନ୍ତ୍ରୀଙ୍କ ଗସ୍ତ ଦୃଷ୍ଟିରୁ ସ୍କୁଲ ଛୁଟି ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ରାଜ୍ୟ ସରକାରଙ୍କ ବର୍ଷ ପୂର୍ତ୍ତି ପାଇଁ ବିପୁଳ ଜନ ସମାଗମ ହେବ । ଟ୍ରାଫିକ୍‌ ସମସ୍ୟା ଆଶଙ୍କା କରି ସ୍କୁଲ୍ ଛୁଟି ପାଇଁ ବିଭାଗ ନିଷ୍ପତ୍ତି ନେଇଛି ।

ସୂଚନାଯୋଗ୍ୟ ଯେ, ଆଉ ଦିନକ ପରେ ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ମୋହନ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ପାଳନ ପାଇଁ ଭୁବନେଶ୍ବର ଜନତା ମଇଦାନରେ ରହିଛି କାର୍ଯ୍ୟକ୍ରମ । ଏହି କାର୍ଯ୍ୟକ୍ରମକୁ ସଫଳ କରିବା ପାଇଁ ସରକାର ଲାଗିପଡ଼ିଛନ୍ତି । ପ୍ରଧାନମନ୍ତ୍ରୀ ବିମାନ ବନ୍ଦରରୁ ଜନତା ମଇଦାନ ପର୍ଯ୍ୟନ୍ତ କରିବେ ରୋଡ୍ ସୋ' । ଏଥିପାଇଁ ମଙ୍ଗଳବାର ଏସ୍‌ପିଜି ପ୍ରଧାନମନ୍ତ୍ରୀ ଗସ୍ତର ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କରିଥିଲେ । ଜନତା ମଇଦାନରେ ପହଞ୍ଚି ରାଜସ୍ବ, ପୂର୍ତ୍ତ ଓ ବାଣିଜ୍ୟ ପରିବହନ ମନ୍ତ୍ରୀ ସମୀକ୍ଷା କରିଥିବାବେଳେ ମୁଖ୍ୟ ଶାସନ ସଚିବ ପ୍ରଧାନମନ୍ତ୍ରୀ ଗସ୍ତର ପ୍ରସ୍ତୁତି ନେଇ ସମୀକ୍ଷା କରିଥିଲେ ।  

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.