ପ୍ରମୂଖ ଖବର
  • ମୋହନା : ଭାରସାମ୍ୟ ହରାଇ ଓଲଟିଲା ଅଟୋ, ୧୨ ଯାତ୍ରୀ ଆହତ
  • ||
  • ସୁନ୍ଦରଗଡ଼ : ଚଳନ୍ତା ଟ୍ରେଲରରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର ଓ ହେଲପର୍‌
  • ||
  • ବ୍ରହ୍ମପୁର: CBI ଜାଲରେ EPFO ଅଧିକାରୀ, ଡିଜିଟାଲ୍‌ ଦସ୍ତଖତ ପାଇଁ ୧୦ ହଜାର ନେଲା ବେଳେ ଧରାପଡିଲେ
  • ||
  • ସମ୍ବଲପୁର ଜିଲ୍ଲା ଗୋବିନ୍ଦପୁର ଥାନା ଗଡ଼ପୋଷ ଫାଣ୍ଡି ଅଧିନ ମୁଣ୍ଡଲେଷା ଗାଁରେ ହତ୍ୟା, ସ୍ତ୍ରୀକୁ ହାଣିଦେଲା ନୃଶଂସ ସ୍ଵାମୀ
  • ||
  • କଟକ : ଟ୍ରକ୍‌ ପଛରେ ପିଟିହେଲା ବାଇକ୍‌, ଚାଳକ ମୃତ
  • ||
  • ବଲାଙ୍ଗୀର : ବିଦ୍ୟୁତ୍‌ ବିଭାଗର ଅବହେଳା, ଚାଷ ଜମିରୁ ୬ ଫୁଟ ଉଚ୍ଚରେ ଝୁଲୁଛି ଉଚ୍ଚ ସମ୍ପନ୍ନ ବିଦ୍ୟୁତ୍‌ ତାର
  • ||
  • କରିସ୍ମା କପୁରଙ୍କ ପୂର୍ବ ସ୍ୱାମୀ ସଞ୍ଜୟଙ୍କ ଦେହାନ୍ତ, ପୋଲୋ ଖେଳିବା ବେଳେ ହୃଦଘାତ
  • ||
  • ଇରାନ ଉପରେ ଇସ୍ରାଏଲ୍‌ର ଏୟାର ଷ୍ଟ୍ରାଇକ୍‌,ମିଲିଟାରୀ ଏବଂ ନ୍ୟୁକ୍ଲିୟର ବେସ୍ ନଷ୍ଟ,ଅନେକ ବୈଜ୍ଞାନିକ ଏବଂ କମାଣ୍ଡର ମୃତ
  • ||
  • ଭୁବନେଶ୍ୱର : ସାନିଟାରୀ ଦୋକାନରୁ ଲିଟ୍‌, ୨ ଲକ୍ଷ ଟଙ୍କାର ସାମଗ୍ରୀ ନେଇଗଲେ ଦୁର୍ବୃତ୍ତ
  • ||
  • ମୌସୁମୀ ପାଇଁ ରାଜ୍ୟରେ ପାଗ ଅନୁକୂଳ: ୬ ଦିନ ଯାଏ ପ୍ରବଳ ବର୍ଷା ସମ୍ଭାବନା, ୧୫ରୁ ଅଧିକ ବର୍ଷା
  • ||

ବରିଷ୍ଠ ବିଜେଡି ନେତା ପ୍ରସନ୍ନ ଆଚାର୍ଯ୍ୟଙ୍କ ଧର୍ମପତ୍ନୀଙ୍କ ଦେହାନ୍ତ, ଅପରାହ୍ନ ୩ଟାରେ ବରଗଡ଼ରେ ଶେଷକୃତ୍ୟ

Published By : Swapna Ray | June 5, 2025 12:10 PM

ବରଗଡ଼, ୫।୦୬: ହୃଦ୍‌ଘାତରେ ବରିଷ୍ଠ ବିଜେଡି ନେତା ପ୍ରସନ୍ନ ଆଚାର୍ଯ୍ୟଙ୍କ ଧର୍ମପତ୍ନୀ ଚାରୁଶୀଳା ଆଚାର୍ଯ୍ୟଙ୍କର ୬୭ ବର୍ଷ ବୟସରେ ପରଲୋକ ହୋଇଛି । ବରଗଡ଼ ବାସଭବନରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ମୃତ୍ୟୁ ଖବର ଜାଣିବା ପରେ ବିଭିନ୍ନ ବର୍ଗର ବ୍ୟକ୍ତି ବିଶେଷ ତାଙ୍କ ଶେଷ ଦର୍ଶନ ପହଞ୍ଚିଛନ୍ତି । ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି । ଗୁରୁବାର ଅପରାହ୍ନ ୩ଟାରେ ବରଗଡ଼ ସ୍ଵର୍ଗଦ୍ଵାରରେ ଶେଷକୃତ୍ୟ ସମ୍ପନ୍ନ ହେବା ନେଇ ପ୍ରସନ୍ନ ଆଚାର୍ଯ୍ୟଙ୍କ ପୁତୁରା ପୂର୍ବତନ ବିଧାୟକ ଦେବେଶ ଆଚାର୍ଯ୍ୟ ସୂଚନା ଦେଇଛନ୍ତି ।  

୧୯୮୦ ମସିହାରେ ବିଜେଡି ଦଳର ବରିଷ୍ଠ ନେତା ତଥା ରେଢ଼ାଖୋଲ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟ ଶ୍ରୀମତୀ ଚାରୁଶୀଳା ଆଚାର୍ଯ୍ୟଙ୍କୁ ବିବାହ କରିଥିଲେ । ଚାରୁଶୀଳା ଆଚାର୍ଯ୍ୟ ଜଣେ ସ୍ନେହୀ ଓ ଧର୍ମପରାୟଣ ମହିଳା ଥିଲେ । ରାଜନୀତିରେ ମଧ୍ୟ ସେ ପ୍ରସନ୍ନ ଆଚାର୍ଯ୍ୟଙ୍କୁ ସହଯୋଗ କରୁଥିଲେ । ବିଜେପୁର, ପଦ୍ମପୁର ସମେତ ବିଭିନ୍ନ ସ୍ଥାନରେ ହୋଇଥିବା ଉପନିର୍ବାଚନରେ ସାମିଲ ହୋଇଥିଲେ ସେ । ମୃତ୍ୟୁ ପରେ ତାଙ୍କର ଚକ୍ଷୁ ଦାନ କରାଯାଇଥିବା ସୂଚନା ମିଳିଛି । ଶେଷ ଦର୍ଶନ ପାଇଁ ଦଳମତ ନିର୍ବିଶେଷରେ ସମସ୍ତେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.