ପ୍ରମୂଖ ଖବର
  • ଭାରତ ପାଇଁ ଐତିହାସିକ ଦିନ, ଲଞ୍ଚ ହେଲା ଆକ୍ସିଓମ୍‌ -୪ ମିଶନ୍‌, ମହାକାଶ ଗଲେ ଶୁଭାଂଶୁ ଶୁକ୍ଲା
  • ||
  • ଅନୁଗୁଳ : ହାତୀସ୍କ୍ଵାଡ୍ କର୍ମଚାରୀଙ୍କୁ କଚାଡି ମାରିଲା ହାତୀ, କ୍ଷତିପୂରଣ ଦାବି
  • ||
  • ବୌଦ୍ଧ : ବାର୍‌ହା ମାଂସ ଖାଇ ସୋସିଆଲ ମିଡିଆରେ ଭିଡିଓ ପୋଷ୍ଟ କରିବା ପଡ଼ିଲା ମହଙ୍ଗା, ଯୁବକ ଗିରଫ
  • ||
  • ଆକ୍ସିଅମ୍-୪ ମିଶନ୍, ଆଜି ମହାକାଶକୁ ଯିବେ କ୍ୟାପ୍ଟେନ୍ ଶୁଭାଂଶୁ ଶୁକ୍ଳା
  • ||
  • ବାଲେଶ୍ୱର : ଦିନକ ପରେ ହୋଇଥାନ୍ତା ବାହାଘର, ଟ୍ରକ୍‌ ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ
  • ||
  • ୨୮ ଯାଏଁ ରାଜ୍ୟରେ ବଡ଼ ବର୍ଷା, ଆଜି ପାଇଁ ୩ ଜିଲ୍ଲାକୁ ଆଲର୍ଟ
  • ||

ସିଡିଏ ମାର୍କେଟ୍ କମ୍ପ୍ଲେକ୍ସରେ ଗଡ଼ିଲା ମୁଣ୍ଡ, ଦୋକାନ କର୍ମଚାରୀଙ୍କ ତଣ୍ଟି କାଟି ନିର୍ମମ ହତ୍ୟା

Published By : Harapriya Sethi | June 18, 2025 3:09 PM

କଟକ, ୧୮/୦୬: କଟକ ବକ୍ସି ବଜାର ସ୍ଥିତ ସିଡିଏ ମାର୍କେଟ୍ କମ୍ପ୍ଲେକ୍ସରେ ହତ୍ୟାକାଣ୍ଡ । ଦୁର୍ବୃତ୍ତମାନେ ଜଣେ ଦୋକାନ କର୍ମଚାରୀଙ୍କ ତଣ୍ଟି କାଟି ନିର୍ମମ ଭାବେ ହତ୍ୟା କରିଛନ୍ତି । ମୃତକ ହେଉଛନ୍ତି ଆଶୋକ ବାରିକ (୫୪ ବର୍ଷ) ଏବଂ ତାଙ୍କ ଘର ବାଦାମବାଡ଼ି ଶଙ୍କରପୁର ମଙ୍ଗଳା ଲେନ୍‌ ଅଞ୍ଚଳରେ ବୋଲି ଜଣାପଡ଼ିଛି । ହତ୍ୟାକାଣ୍ଡର କାରଣ ଅସ୍ପଷ୍ଟ ରହିଥିବା ବେଳେ ଘଟଣାସ୍ଥଳରେ କ୍ୟାଣ୍ଟନମେଣ୍ଟ ଥାନା ପୁଲିସ ପହଞ୍ଚି ତଦନ୍ତ ଚଳାଇଛି । 

ସୂଚନା ମୁତାବକ, ଦୁର୍ବୃତ୍ତମାନେ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ହୋଟେଲର ବାରଣ୍ଡାରେ ଆଶୋକ ବାରିକଙ୍କୁ ହତ୍ୟା କରି ଫେରାର ହୋଇ ଯାଇଥିବାର ଖବର ମିଳିଛି । ହତ୍ୟାକାଣ୍ଡର କାରଣ ଓ ଅଭିଯୁକ୍ତଙ୍କ ବାବଦରେ କୌଣସି ସ୍ପଷ୍ଟ ସୂଚନା ମିଳିପାରିନାହିଁ। ଖବର ପାଇ ବୁଧବାର ସକାଳେ କ୍ୟାଣ୍ଟନମେଣ୍ଟ ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ଏସସିବି ମେଡିକାଲ ପଠାଇଛି । ପୁଲିସ ସହ ସାଇଣ୍ଟିଫିକ ଟିମ୍‌ ମିଶି ସନ୍ଧାନୀ କୁକୁର ସାହାଯ୍ୟରେ ତଦନ୍ତ ଚଳାଇଛି । ରାଜ୍ୟ ପୁଲିସ ମୁଖ୍ୟାଳୟଠାରୁ ଅଳ୍ପ ଦୂରରେ ଏହି ହତ୍ୟାକାଣ୍ଡ ଘଟିଥିବାରୁ ପୁଲିସକୁ ଅପରାଧୀଙ୍କ ଖୋଲା ଚ୍ୟାଲେଞ୍ଜ ହୋଇଛି । ଘଟଣାସ୍ଥଳରେ ନିଶାଆଡ୍ଡା ଚାଲିଥିବାରୁ ନିଶାଶକ୍ତମାନେ କୌଣସି ଘଟଣାକୁ ନେଇ ଏହି କାଣ୍ଡ ଘଟାଇ ଥାଇ ପାରନ୍ତି ବୋଲି ଆଲୋଚନା ହେଉଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.