ପ୍ରମୂଖ ଖବର
  • ମୋହନା : ଭାରସାମ୍ୟ ହରାଇ ଓଲଟିଲା ଅଟୋ, ୧୨ ଯାତ୍ରୀ ଆହତ
  • ||
  • ସୁନ୍ଦରଗଡ଼ : ଚଳନ୍ତା ଟ୍ରେଲରରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର ଓ ହେଲପର୍‌
  • ||
  • ବ୍ରହ୍ମପୁର: CBI ଜାଲରେ EPFO ଅଧିକାରୀ, ଡିଜିଟାଲ୍‌ ଦସ୍ତଖତ ପାଇଁ ୧୦ ହଜାର ନେଲା ବେଳେ ଧରାପଡିଲେ
  • ||
  • ସମ୍ବଲପୁର ଜିଲ୍ଲା ଗୋବିନ୍ଦପୁର ଥାନା ଗଡ଼ପୋଷ ଫାଣ୍ଡି ଅଧିନ ମୁଣ୍ଡଲେଷା ଗାଁରେ ହତ୍ୟା, ସ୍ତ୍ରୀକୁ ହାଣିଦେଲା ନୃଶଂସ ସ୍ଵାମୀ
  • ||
  • କଟକ : ଟ୍ରକ୍‌ ପଛରେ ପିଟିହେଲା ବାଇକ୍‌, ଚାଳକ ମୃତ
  • ||
  • ବଲାଙ୍ଗୀର : ବିଦ୍ୟୁତ୍‌ ବିଭାଗର ଅବହେଳା, ଚାଷ ଜମିରୁ ୬ ଫୁଟ ଉଚ୍ଚରେ ଝୁଲୁଛି ଉଚ୍ଚ ସମ୍ପନ୍ନ ବିଦ୍ୟୁତ୍‌ ତାର
  • ||
  • କରିସ୍ମା କପୁରଙ୍କ ପୂର୍ବ ସ୍ୱାମୀ ସଞ୍ଜୟଙ୍କ ଦେହାନ୍ତ, ପୋଲୋ ଖେଳିବା ବେଳେ ହୃଦଘାତ
  • ||
  • ଇରାନ ଉପରେ ଇସ୍ରାଏଲ୍‌ର ଏୟାର ଷ୍ଟ୍ରାଇକ୍‌,ମିଲିଟାରୀ ଏବଂ ନ୍ୟୁକ୍ଲିୟର ବେସ୍ ନଷ୍ଟ,ଅନେକ ବୈଜ୍ଞାନିକ ଏବଂ କମାଣ୍ଡର ମୃତ
  • ||
  • ଭୁବନେଶ୍ୱର : ସାନିଟାରୀ ଦୋକାନରୁ ଲିଟ୍‌, ୨ ଲକ୍ଷ ଟଙ୍କାର ସାମଗ୍ରୀ ନେଇଗଲେ ଦୁର୍ବୃତ୍ତ
  • ||
  • ମୌସୁମୀ ପାଇଁ ରାଜ୍ୟରେ ପାଗ ଅନୁକୂଳ: ୬ ଦିନ ଯାଏ ପ୍ରବଳ ବର୍ଷା ସମ୍ଭାବନା, ୧୫ରୁ ଅଧିକ ବର୍ଷା
  • ||

ଗାଁ କୁ ନାହିଁ ପକ୍କା ରାସ୍ତା; ଖଟିଆରେ ବୁହା ହେଲେ ଗର୍ଭବତୀ

Published By : Bijay Swain | June 11, 2025 10:31 PM

ଧର୍ମଗଡ଼, ୧୧/୦୬(ଆପ୍ର): ଗାଁ କୁ ଭଲ ରାସ୍ତା ଖଣ୍ଡେ ନ ଥିବାରୁ ଯାଇ ପାରିଲାନି ଆମ୍ବୁଲାନ୍ସ । ଯାହା ଫଳରେ ଜଣେ ଗର୍ଭବତୀ ମହିଳାଙ୍କୁ ଖଟିଆରେ ବୋହି ୨ କିଲୋମିଟର ଦୂରରେ ଛିଡ଼ା ହୋଇଥିବା ଆମ୍ବୁଲାନ୍ସ ପର୍ଯ୍ୟନ୍ତ ନେଇ ଛାଡ଼ିଲେ ପରିବାର ଲୋକେ । ଏଭଳି ଦୁଃଖଦ ଚିତ୍ର ସାମ୍ନାକୁ ଆସିଛି କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ବ୍ଲକ୍ ଧଅଁରପୁର ପଞ୍ଚାୟତ ଆମ୍ବଗୁଡ଼ା ମାଳପଡ଼ା ଗ୍ରାମରୁ । 

ସୂଚନା ମତେ ମଙ୍ଗଳବାର ଦିନ ସନ୍ଧ୍ୟା ସମୟରେ ଗ୍ରାମର ଦାମୋଦର ମାଝୀଙ୍କ ସ୍ତ୍ରୀ ଗୋମତୀ ମାଝୀଙ୍କ ପ୍ରସବ ବେଦନା ହେବାରୁ ୧୦୮ ଆମ୍ବୁଲାନ୍ସକୁ ଯୋଗାଯୋଗ କରିଥିଲେ । ତେବେ କାଦୁଅ ରାସ୍ତା ଯୋଗୁଁ ଆମ୍ବୁଲାନ୍ସ ଆମ୍ବଗୁଡା ନିକଟ ୨ କିଲୋମିଟର ଦୂର ମୁଖ୍ୟ ରାସ୍ତାରେ ଅଟକି ରହିଥିଲା । ଏପଟେ ପ୍ରସବ ଯନ୍ତ୍ରଣାରେ ଛଟପଟ ହେଉଥାନ୍ତି ଗର୍ଭବତୀ ମହିଳା । ପରିବାର ଲୋକେ କୌଣସି ଉପାୟ ନ ପାଇ ରାତି ଦଶ ଘଣ୍ଟା ସମୟରେ ଆଶାକର୍ମୀ ଓ ସମ୍ପର୍କୀୟଙ୍କ ସହଯୋଗରେ ଏକ ଖଟିଆରେ ବୋହି ଆମ୍ବୁଲାନ୍ସ ପର୍ଯ୍ୟନ୍ତ ନେଇଥିଲେ । ସେଠାରୁ ଆମ୍ବୁଲାନ୍ସ ଯୋଗେ ପର୍ଲା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ନେଇ  ଭର୍ତି କରାଯାଇଥିଲା । 

ଡ଼ାକ୍ତରଖାନାରେ ଏକ ଶିଶୁ କନ୍ୟା ଜନ୍ମ ପରେ ପରିବାର ଲୋକେ ଏକ ଭଡ଼ା ଗାଡ଼ି ସାହାଯ୍ୟରେ ଗାଁକୁ ଫେରିଥିଲେ ମଧ୍ୟ ଗାଡ଼ି ଡ୍ରାଇଭର କାଦୁଅ ରାସ୍ତାରେ ଯିବାକୁ ମନା କରି ସେହିଠାରେ ଛାଡ଼ି ଯାଇଥିଲା । ସେଠାରୁ ପୁଣି ମା ଓ ନବଜାତ ଶିଶୁକୁ ଖଟିଆରେ ବୋହି ଘରକୁ ଆଣି ଥିଲେ । ତେବେ ସରକାର ଗ୍ରାମାଞ୍ଚଳ ରାସ୍ତା ଉନ୍ନତିକରଣ ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିଲେ ମଧ୍ୟ ଉକ୍ତ ଗ୍ରାମ ଅବହେଳିତ ହୋଇ ରହିଛି । 

ଦୀର୍ଘବର୍ଷ ହେବ  ପକ୍କା ରାସ୍ତା ପାଇଁ ସ୍ଥାନୀୟ ବିଧାୟକ, ଜନ ପ୍ରତିନିଧିଙ୍କୁ ଗୁହାରି କରିଥିଲେ ମଧ୍ୟ କୌଣସି ସୁଫଳ ମିଳିନଥିବା କହିଛନ୍ତି ଗ୍ରାମର ରବି ମାଝୀ, ଧୁସାସନ ମାଝୀ, ମେଘନାଦ ମାଝୀ, ସସ୍ମିତା ଧାରୁଆ, ଓଷା ମାଝୀ, ଚନ୍ଦ୍ରକଳା ମାଝୀ । ଅତୀତରେ ମଧ୍ୟ ଅନେକ ରୋଗୀଙ୍କୁ ଖଟିଆରେ ବୋହି ଡାକ୍ତରଖାନା ନେଇଥିବା ପ୍ରକାଶ କରନ୍ତି ମାଳପଡ଼ା ବାସି । ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେଇ ମୁଖ୍ୟ ରାସ୍ତାରୁ ପଡ଼ା ପର୍ଯ୍ୟନ୍ତ ପକ୍କା ରାସ୍ତା ନିର୍ମାଣ କରିବାକୁ ଦାବି ହେଉଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.