ପ୍ରମୂଖ ଖବର
  • ମୋହନା : ଭାରସାମ୍ୟ ହରାଇ ଓଲଟିଲା ଅଟୋ, ୧୨ ଯାତ୍ରୀ ଆହତ
  • ||
  • ସୁନ୍ଦରଗଡ଼ : ଚଳନ୍ତା ଟ୍ରେଲରରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର ଓ ହେଲପର୍‌
  • ||
  • ବ୍ରହ୍ମପୁର: CBI ଜାଲରେ EPFO ଅଧିକାରୀ, ଡିଜିଟାଲ୍‌ ଦସ୍ତଖତ ପାଇଁ ୧୦ ହଜାର ନେଲା ବେଳେ ଧରାପଡିଲେ
  • ||
  • ସମ୍ବଲପୁର ଜିଲ୍ଲା ଗୋବିନ୍ଦପୁର ଥାନା ଗଡ଼ପୋଷ ଫାଣ୍ଡି ଅଧିନ ମୁଣ୍ଡଲେଷା ଗାଁରେ ହତ୍ୟା, ସ୍ତ୍ରୀକୁ ହାଣିଦେଲା ନୃଶଂସ ସ୍ଵାମୀ
  • ||
  • କଟକ : ଟ୍ରକ୍‌ ପଛରେ ପିଟିହେଲା ବାଇକ୍‌, ଚାଳକ ମୃତ
  • ||
  • ବଲାଙ୍ଗୀର : ବିଦ୍ୟୁତ୍‌ ବିଭାଗର ଅବହେଳା, ଚାଷ ଜମିରୁ ୬ ଫୁଟ ଉଚ୍ଚରେ ଝୁଲୁଛି ଉଚ୍ଚ ସମ୍ପନ୍ନ ବିଦ୍ୟୁତ୍‌ ତାର
  • ||
  • କରିସ୍ମା କପୁରଙ୍କ ପୂର୍ବ ସ୍ୱାମୀ ସଞ୍ଜୟଙ୍କ ଦେହାନ୍ତ, ପୋଲୋ ଖେଳିବା ବେଳେ ହୃଦଘାତ
  • ||
  • ଇରାନ ଉପରେ ଇସ୍ରାଏଲ୍‌ର ଏୟାର ଷ୍ଟ୍ରାଇକ୍‌,ମିଲିଟାରୀ ଏବଂ ନ୍ୟୁକ୍ଲିୟର ବେସ୍ ନଷ୍ଟ,ଅନେକ ବୈଜ୍ଞାନିକ ଏବଂ କମାଣ୍ଡର ମୃତ
  • ||
  • ଭୁବନେଶ୍ୱର : ସାନିଟାରୀ ଦୋକାନରୁ ଲିଟ୍‌, ୨ ଲକ୍ଷ ଟଙ୍କାର ସାମଗ୍ରୀ ନେଇଗଲେ ଦୁର୍ବୃତ୍ତ
  • ||
  • ମୌସୁମୀ ପାଇଁ ରାଜ୍ୟରେ ପାଗ ଅନୁକୂଳ: ୬ ଦିନ ଯାଏ ପ୍ରବଳ ବର୍ଷା ସମ୍ଭାବନା, ୧୫ରୁ ଅଧିକ ବର୍ଷା
  • ||

ଗାଡ଼ି ମାଲିକଙ୍କୁ ଅସହ୍ୟ ହେଲା ଋଣ ବୋଝ; ଟ୍ରେନ୍ ଆଗକୁ ଡେଇଁ ଆତ୍ମହତ୍ୟା ଅଭିଯୋଗ

Published By : Anindita Ratha | June 11, 2025 1:55 PM

କେନ୍ଦୁଝର ସଦର,୧୧/୦୬: ଋଣ କିସ୍ତି ଶୁଝି ନ ପାରି ଟ୍ରେନ୍ ଆଗକୁ ଡେଇଁ ଆତ୍ମହତ୍ୟା କଲେ ଗାଡ଼ି ମାଲିକ। କେନ୍ଦୁଝର ଜିଲ୍ଲା ସଦର ଥାନା ଅନ୍ତର୍ଗତ ଗୋବର୍ଦ୍ଧନ ଗାଁ ଲୋକନାଥ ଦେଓ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି ।

ସୂଚନା ମୁତାବକ, ମୃତ ଲୋକନାଥ ଦେଓ ସଦର ଥାନା ଅନ୍ତର୍ଗତ କାଦଗଡ  ନିକଟ ଟ୍ରେନ ଲାଇନ୍ ନିକଟରେ ନିଜ ବାଇକ୍ ରଖି ଚଳନ୍ତା ଟ୍ରେନ ଆଗକୁ ଡେଇଁ ପଡ଼ିଥିଲେ । ଫଳରେ ଘଟଣାସ୍ଥଳରେ ହିଁ ତାଙ୍କ  ମୃତ୍ୟୁ ହୋଇଥିଲା।  ଲୋକନାଥର ହାଇୱାକୁ କିଛି ଦିନ ପୂର୍ବରୁ ଫାଇନାନ୍ସ କମ୍ପାନୀ ଟାଣି ନେଇଥିବା ବେଳେ ଅନ୍ୟ ଏକ ଗାଡ଼ି ମଧ୍ୟ କିସ୍ତି ଫେଲ୍ ରହିଛି । ଏଥିରେ ସେ ବିଚଳିତ ହୋଇ ଆତ୍ମହତ୍ୟା କରିଥାଇପାରନ୍ତି ବୋଲି ଅଭିଯୋଗ ହୋଇଛି । ଖବର ପାଇ ସଦର ପୁଲିସ ତଦନ୍ତ ଜାରି ରଖିଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.