ପ୍ରମୂଖ ଖବର
  • ଭାରତ ପାଇଁ ଐତିହାସିକ ଦିନ, ଲଞ୍ଚ ହେଲା ଆକ୍ସିଓମ୍‌ -୪ ମିଶନ୍‌, ମହାକାଶ ଗଲେ ଶୁଭାଂଶୁ ଶୁକ୍ଲା
  • ||
  • ଅନୁଗୁଳ : ହାତୀସ୍କ୍ଵାଡ୍ କର୍ମଚାରୀଙ୍କୁ କଚାଡି ମାରିଲା ହାତୀ, କ୍ଷତିପୂରଣ ଦାବି
  • ||
  • ବୌଦ୍ଧ : ବାର୍‌ହା ମାଂସ ଖାଇ ସୋସିଆଲ ମିଡିଆରେ ଭିଡିଓ ପୋଷ୍ଟ କରିବା ପଡ଼ିଲା ମହଙ୍ଗା, ଯୁବକ ଗିରଫ
  • ||
  • ଆକ୍ସିଅମ୍-୪ ମିଶନ୍, ଆଜି ମହାକାଶକୁ ଯିବେ କ୍ୟାପ୍ଟେନ୍ ଶୁଭାଂଶୁ ଶୁକ୍ଳା
  • ||
  • ବାଲେଶ୍ୱର : ଦିନକ ପରେ ହୋଇଥାନ୍ତା ବାହାଘର, ଟ୍ରକ୍‌ ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ
  • ||
  • ୨୮ ଯାଏଁ ରାଜ୍ୟରେ ବଡ଼ ବର୍ଷା, ଆଜି ପାଇଁ ୩ ଜିଲ୍ଲାକୁ ଆଲର୍ଟ
  • ||

ବାଇକ୍‌କୁ ପଛରୁ ପିଟିଲା ଟ୍ରକ୍‌; ୨ ମୃତ, ଜଣେ ଗୁରୁତର

Published By : Harapriya Sethi | June 23, 2025 8:33 AM

ସୁନ୍ଦରଗଡ଼, ୨୩/୦୬: ସୁନ୍ଦରଗଡ଼ ସଦର ଥାନା ଅନ୍ତର୍ଗତ ବ୍ରାହ୍ମଣୀପାଲି ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବାଇକ୍‌କୁ ପଛରୁ ପିଟିଲା ଟ୍ରକ୍‌ । ଏହି ଦୁର୍ଘଟଣାରେ ୨ ଜଣଙ୍କ ମତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି । ମୃତକ ଭେଡାବାହାଲ ଗ୍ରାମର ଶୁଭମ ବାରିକ ଏବଂ ତ୍ରୀଲୋଚନ ସେଠ । 

ସୂଚନା ମୁତାବକ, ଭେଡାବାହାଲ ଗ୍ରାମର ୩ ଜଣ ଯୁବକ କୌଣସି କାମରେ ବାଇକ୍ ଯୋଗେ ବ୍ରାହ୍ମଣୀପାଲି ଗାଁକୁ ଯାଇଥିଲେ । ରାସ୍ତାରେ ଯିବା ବେଳେ ଏକ ଟ୍ରକ୍‌ ଉକ୍ତ ବାଇକ୍‌କୁ ପଛରୁ ଧକ୍କା ଦେଇଥିଲା । ଫଳରେ ବାଇକ୍‌ରେ ଯାଉଥିବା ୩ ଜଣ ଛିଟିକି ପଡ଼ିଥିଲେ । ଘଟଣାସ୍ଥଳରେ ଶୁଭମ ବାରିକ ଏବଂ ତ୍ରୀଲୋଚନ ସେଠଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଥିଲେ । ଗୁରୁତରଙ୍କୁ ଉଦ୍ଧାର କରି ସୁନ୍ଦରଗଡ଼ ମେଡିକାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି । 


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.