ପ୍ରମୂଖ ଖବର
  • ମୋହନା : ଭାରସାମ୍ୟ ହରାଇ ଓଲଟିଲା ଅଟୋ, ୧୨ ଯାତ୍ରୀ ଆହତ
  • ||
  • ସୁନ୍ଦରଗଡ଼ : ଚଳନ୍ତା ଟ୍ରେଲରରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର ଓ ହେଲପର୍‌
  • ||
  • ବ୍ରହ୍ମପୁର: CBI ଜାଲରେ EPFO ଅଧିକାରୀ, ଡିଜିଟାଲ୍‌ ଦସ୍ତଖତ ପାଇଁ ୧୦ ହଜାର ନେଲା ବେଳେ ଧରାପଡିଲେ
  • ||
  • ସମ୍ବଲପୁର ଜିଲ୍ଲା ଗୋବିନ୍ଦପୁର ଥାନା ଗଡ଼ପୋଷ ଫାଣ୍ଡି ଅଧିନ ମୁଣ୍ଡଲେଷା ଗାଁରେ ହତ୍ୟା, ସ୍ତ୍ରୀକୁ ହାଣିଦେଲା ନୃଶଂସ ସ୍ଵାମୀ
  • ||
  • କଟକ : ଟ୍ରକ୍‌ ପଛରେ ପିଟିହେଲା ବାଇକ୍‌, ଚାଳକ ମୃତ
  • ||
  • ବଲାଙ୍ଗୀର : ବିଦ୍ୟୁତ୍‌ ବିଭାଗର ଅବହେଳା, ଚାଷ ଜମିରୁ ୬ ଫୁଟ ଉଚ୍ଚରେ ଝୁଲୁଛି ଉଚ୍ଚ ସମ୍ପନ୍ନ ବିଦ୍ୟୁତ୍‌ ତାର
  • ||
  • କରିସ୍ମା କପୁରଙ୍କ ପୂର୍ବ ସ୍ୱାମୀ ସଞ୍ଜୟଙ୍କ ଦେହାନ୍ତ, ପୋଲୋ ଖେଳିବା ବେଳେ ହୃଦଘାତ
  • ||
  • ଇରାନ ଉପରେ ଇସ୍ରାଏଲ୍‌ର ଏୟାର ଷ୍ଟ୍ରାଇକ୍‌,ମିଲିଟାରୀ ଏବଂ ନ୍ୟୁକ୍ଲିୟର ବେସ୍ ନଷ୍ଟ,ଅନେକ ବୈଜ୍ଞାନିକ ଏବଂ କମାଣ୍ଡର ମୃତ
  • ||
  • ଭୁବନେଶ୍ୱର : ସାନିଟାରୀ ଦୋକାନରୁ ଲିଟ୍‌, ୨ ଲକ୍ଷ ଟଙ୍କାର ସାମଗ୍ରୀ ନେଇଗଲେ ଦୁର୍ବୃତ୍ତ
  • ||
  • ମୌସୁମୀ ପାଇଁ ରାଜ୍ୟରେ ପାଗ ଅନୁକୂଳ: ୬ ଦିନ ଯାଏ ପ୍ରବଳ ବର୍ଷା ସମ୍ଭାବନା, ୧୫ରୁ ଅଧିକ ବର୍ଷା
  • ||

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍, ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

Published By : Rasmita Pradhan | May 20, 2025 9:35 AM

ନୂଆପଡ଼ା, ୨୦।୫ : ନୂଆପଡ଼ା ଏକତା ଛକରେ ଦୁର୍ଘଟଣା। ଟ୍ରାଫିକ୍ ସିଗନାଲ୍ ଅତିକ୍ରମ କରିବା ବେଳେ ବାଇକ୍‌କୁ ଧକ୍କା ଦେଲା ଟ୍ରକ୍। ସ୍ତ୍ରୀ ମୃତ ସ୍ଵାମୀ ଗୁରୁତର । ମୃତକ ଜଣଙ୍କ ହେଉଛନ୍ତି କୋମନା ଥାନା ରେଙ୍ଗାବାହାଲ ଗାଁର ରୁକ୍ମଣୀ ସାହୁ। ସେପଟେ ସ୍ଵାମୀ ଛବିଲାଲ ସାହୁ ଗୁରୁତର ଅବସ୍ଥାରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି।

ସୂଚନାନୁଯାୟୀ, ମଙ୍ଗଳବାର ସକାଳ ୯ଟାରେ କୋମନା ଥାନା ରେଙ୍ଗାବାହାଲ ଗାଁର ଛବିଲାଲ ଓ ସ୍ତ୍ରୀ ରୁକ୍ମଣୀ ଏକ ବାଇକ୍ ଯୋଗେ ଖରିଆରରୋଡ଼ ପଟେ ଯାଉଥିଲେ । ନୂଆପଡ଼ା ଏକତା ଛକରେ ଟ୍ରାଫିକ୍ ସିଗନାଲ ଅତିକ୍ରମ କରିବା ବେଳେ ଏକ ଟ୍ରକ୍ ବାଇକ୍‌କୁ ପଛପଟୁ ଧକ୍କା ଦେଇଥିଲା । ଫଳରେ ରୁକ୍ମଣୀ ଗାଡ଼ିରୁ ଛିଟକି ପଡ଼ିଥିଲେ। ତାଙ୍କ ମୁଣ୍ଡ ଉପରେ ଟ୍ରକ୍ ଚଢ଼ି ଯାଇଥିଲା। ଘଟଣାସ୍ଥଳରେ ରୁକ୍ମଣୀଙ୍କ ମୃତ୍ୟୁ ହୋଇଥିଲା। ସେପଟେ ସ୍ଵାମୀ ଛବିଲାଲ ସାହୁ ଗୁରୁତର ହୋଇଥିଲେ। ନୂଆପଡ଼ା ଆଇଆଇସି ଗଙ୍ଗାଧର ମେହେର ଘଟଣା ସ୍ଥଳରେ ପହଞ୍ଚି ଛବିଲାଲଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ରୁକ୍ମଣୀଙ୍କ ଶବ ବ୍ୟଚ୍ଛେଦ ପାଇଁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଯାଇଛି । ଶବ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯିବ ବୋଲି ପୁଲିସ ସୂଚନା ଦେଇଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.