ପ୍ରମୂଖ ଖବର
  • ମୋହନା : ଭାରସାମ୍ୟ ହରାଇ ଓଲଟିଲା ଅଟୋ, ୧୨ ଯାତ୍ରୀ ଆହତ
  • ||
  • ସୁନ୍ଦରଗଡ଼ : ଚଳନ୍ତା ଟ୍ରେଲରରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର ଓ ହେଲପର୍‌
  • ||
  • ବ୍ରହ୍ମପୁର: CBI ଜାଲରେ EPFO ଅଧିକାରୀ, ଡିଜିଟାଲ୍‌ ଦସ୍ତଖତ ପାଇଁ ୧୦ ହଜାର ନେଲା ବେଳେ ଧରାପଡିଲେ
  • ||
  • ସମ୍ବଲପୁର ଜିଲ୍ଲା ଗୋବିନ୍ଦପୁର ଥାନା ଗଡ଼ପୋଷ ଫାଣ୍ଡି ଅଧିନ ମୁଣ୍ଡଲେଷା ଗାଁରେ ହତ୍ୟା, ସ୍ତ୍ରୀକୁ ହାଣିଦେଲା ନୃଶଂସ ସ୍ଵାମୀ
  • ||
  • କଟକ : ଟ୍ରକ୍‌ ପଛରେ ପିଟିହେଲା ବାଇକ୍‌, ଚାଳକ ମୃତ
  • ||
  • ବଲାଙ୍ଗୀର : ବିଦ୍ୟୁତ୍‌ ବିଭାଗର ଅବହେଳା, ଚାଷ ଜମିରୁ ୬ ଫୁଟ ଉଚ୍ଚରେ ଝୁଲୁଛି ଉଚ୍ଚ ସମ୍ପନ୍ନ ବିଦ୍ୟୁତ୍‌ ତାର
  • ||
  • କରିସ୍ମା କପୁରଙ୍କ ପୂର୍ବ ସ୍ୱାମୀ ସଞ୍ଜୟଙ୍କ ଦେହାନ୍ତ, ପୋଲୋ ଖେଳିବା ବେଳେ ହୃଦଘାତ
  • ||
  • ଇରାନ ଉପରେ ଇସ୍ରାଏଲ୍‌ର ଏୟାର ଷ୍ଟ୍ରାଇକ୍‌,ମିଲିଟାରୀ ଏବଂ ନ୍ୟୁକ୍ଲିୟର ବେସ୍ ନଷ୍ଟ,ଅନେକ ବୈଜ୍ଞାନିକ ଏବଂ କମାଣ୍ଡର ମୃତ
  • ||
  • ଭୁବନେଶ୍ୱର : ସାନିଟାରୀ ଦୋକାନରୁ ଲିଟ୍‌, ୨ ଲକ୍ଷ ଟଙ୍କାର ସାମଗ୍ରୀ ନେଇଗଲେ ଦୁର୍ବୃତ୍ତ
  • ||
  • ମୌସୁମୀ ପାଇଁ ରାଜ୍ୟରେ ପାଗ ଅନୁକୂଳ: ୬ ଦିନ ଯାଏ ପ୍ରବଳ ବର୍ଷା ସମ୍ଭାବନା, ୧୫ରୁ ଅଧିକ ବର୍ଷା
  • ||

ଟ୍ରକ୍‌କୁ ପଛରୁ ପିଟିଲା ଟ୍ରକ୍‌, ଚକା ତଳେ ପଡ଼ି ଡ୍ରାଇଭର ମୃତ

Published By : Harapriya Sethi | June 8, 2025 9:22 AM

ବାଙ୍ଗିରିପୋଷି,୦୮/୦୬: ମୟୂରଭଞ୍ଜ ଜିଲ୍ଲା ବାଙ୍ଗିରିପୋଷି ଥାନା ଅନ୍ତର୍ଗତ ଜଗନ୍ନାଥଖୁଣ୍ଟା ଓଭର ବ୍ରିଜ୍‌ ଉପରେ ମର୍ମନ୍ତୁଦ ଦୁର୍ଘଟଣା । ଟ୍ରକ୍‌କୁ ପଛରୁ ପିଟିଲା ଆଉ ଏକ ଟ୍ରକ୍‌ । ଦୁର୍ଘଟଣାରେ ଚାଲିଗଲା ଚାଳକଙ୍କ ଜୀବନ । ମୃତ ଡ୍ରାଇଭର ଜଣକ ପଶ୍ଚିମବଙ୍ଗ ଗଡବେତା ଅଞ୍ଚଳର ସମୀର ଦାସ ବୋଲି ଜଣାପଡିଛି।

ସୂଚନା ଅନୁସାରେ, ଏକ ମାଲ୍‌ ବୋଝେଇ ଟ୍ରକ୍‌ ଚଣ୍ଡିଖୋଲରୁ ଦୁର୍ଗାପୁର ଯାଉଥିବା ସମୟରେ ୧୮ନଂ ଜାତୀୟ ରାଜପଥ ଜଗନ୍ନାଥଖୁଣ୍ଟା ଓଭର ବ୍ରିଜ୍‌ ଉପରେ ଆଉ ଏକ ଟ୍ରକ୍‌କୁ ପଛପଟୁ ଧକ୍କା ଦେଇଥିଲା। ଫଳରେ ଡ୍ରାଇଭର ଜଣକ ନିଜ ଗାଡିର ଚକା ତଳେ ପଡ଼ି ଯାଇଥିଲେ । ଚକ ଚଢ଼ିଯିବାରୁ ତାଙ୍କର ମୃତ୍ୟୁ ହୋଇଛି। ଘଟଣାସ୍ଥଳରେ ବାଙ୍ଗିରିପୋଷି ପୁଲିସ୍ ପହଞ୍ଚି ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ଏହା ସହ ଘଟଣାର ତଦନ୍ତ ଜାରି ରଖିଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.