ପ୍ରମୂଖ ଖବର
  • ଭାରତ ପାଇଁ ଐତିହାସିକ ଦିନ, ଲଞ୍ଚ ହେଲା ଆକ୍ସିଓମ୍‌ -୪ ମିଶନ୍‌, ମହାକାଶ ଗଲେ ଶୁଭାଂଶୁ ଶୁକ୍ଲା
  • ||
  • ଅନୁଗୁଳ : ହାତୀସ୍କ୍ଵାଡ୍ କର୍ମଚାରୀଙ୍କୁ କଚାଡି ମାରିଲା ହାତୀ, କ୍ଷତିପୂରଣ ଦାବି
  • ||
  • ବୌଦ୍ଧ : ବାର୍‌ହା ମାଂସ ଖାଇ ସୋସିଆଲ ମିଡିଆରେ ଭିଡିଓ ପୋଷ୍ଟ କରିବା ପଡ଼ିଲା ମହଙ୍ଗା, ଯୁବକ ଗିରଫ
  • ||
  • ଆକ୍ସିଅମ୍-୪ ମିଶନ୍, ଆଜି ମହାକାଶକୁ ଯିବେ କ୍ୟାପ୍ଟେନ୍ ଶୁଭାଂଶୁ ଶୁକ୍ଳା
  • ||
  • ବାଲେଶ୍ୱର : ଦିନକ ପରେ ହୋଇଥାନ୍ତା ବାହାଘର, ଟ୍ରକ୍‌ ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ
  • ||
  • ୨୮ ଯାଏଁ ରାଜ୍ୟରେ ବଡ଼ ବର୍ଷା, ଆଜି ପାଇଁ ୩ ଜିଲ୍ଲାକୁ ଆଲର୍ଟ
  • ||

୨୫ରେ ଆଉ ଏକ ଘୂର୍ଣ୍ଣିବଳୟ, ୨୭ ଯାଏ ପ୍ରବଳ ବର୍ଷା ସମ୍ଭାବନା: ଆଜି ୨୪ ଜିଲ୍ଲାକୁ ୟେଲୋ ଆଲର୍ଟ

Published By : Prameya | June 23, 2025 7:39 AM

ଭୁବନେଶ୍ୱର,୨୩/୦୬: ଆସନ୍ତା ୨୫ ତାରିଖରେ ବଙ୍ଗୋପାସାଗର ଉପରେ ଗାଙ୍ଗେୟ ପଶ୍ଚିମବଙ୍ଗ ଓ ସଂଲଗ୍ନ  ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ । ଏହା  ପ୍ରଭାବରେ ରାଜ୍ୟରେ ବର୍ଷା ସମ୍ଭାବନା ଅଛି । ଏହା ଅଧିକ ଘନୀଭୂତ ହୋଇ ଲଘୁଚାପ ରୂପ ନେଇପାରେ ବୋଲି ପାଣିପାଗ ବିଶେଷଜ୍ଞ ପୂର୍ବାନୁମାନ କରିଛନ୍ତି । 

ସୋମବାର  ସୁନ୍ଦରଗଡ଼,  ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼,  ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ,  ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ,  ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି,  ଭଦ୍ରକ, କନ୍ଧମାଳ, ରାୟଗଡ଼ା ଓ କୋରାପୁଟରେ ବର୍ଷା ସମ୍ଭାବନା  ଅଛି । ୩୦ରୁ ୪୦ କିମି ବେଗରେ ପବନ ବି ବହିପାରେ । 

୨୪ ତାରିଖରେ କେନ୍ଦୁଝର, ମୟୂରଭଞ୍ଜ ଓ  ବାଲେଶ୍ୱରର ଗୋଟିଏ ବା ଦୁଇଟି ସ୍ଥାନରେ ଭାରୀ  ବର୍ଷା ସମ୍ଭାବନା ଅଛି । ୨୫ ତାରିଖରେ ୫ ଜିଲ୍ଲା ପାଇଁ  ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । କେନ୍ଦୁଝର, ମୟୂରଭଞ୍ଜ  ଓ ବାଲେଶ୍ୱର, ଗଜପତି ଓ ଗଞ୍ଜାମ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ପୁରୀ,  ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ, ରାୟଗଡ଼ା, କୋରାପୁଟ,  କଳାହାଣ୍ଡି, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡ଼ାରେ ଅଧିକ  ବର୍ଷା ହୋଇପାରେ । 




୨୬ ତାରିଖରେ କେନ୍ଦୁଝର,  ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଅନୁଗୁଳ, ଢେଙ୍କାନାଳ  ଓ ଯାଜପୁରରେ ପ୍ରବଳରୁ ଅତିପ୍ରବଳ ବର୍ଷା ଆଶଙ୍କା ଅଛି । ଆସନ୍ତା ୨୭ ତାରିଖ ଯାଏ ରାଜ୍ୟରେ ପ୍ରବଳ ବର୍ଷା ହୋଇପାରେ। ଅଧିକାଂଶ ସ୍ଥାନରେ ବଜ୍ରପାତ ସହ ଝଡ଼ବର୍ଷା ସମ୍ଭାବନା ରହିଛି। ସେହିଭଳି ଉପକୂଳ ଓ ଆଭ୍ୟନ୍ତୀରଣ ଓଡ଼ିଶାର  ବିଭିନ୍ନ ସ୍ଥାନରେ ଅଧିକ ବର୍ଷା ହେବ ବୋଲି ପାଣିପାଗ  ବିଭାଗ ପୂର୍ବାନୁମାନ କରିଛି

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.