ପ୍ରମୂଖ ଖବର
  • ଭାରତ ପାଇଁ ଐତିହାସିକ ଦିନ, ଲଞ୍ଚ ହେଲା ଆକ୍ସିଓମ୍‌ -୪ ମିଶନ୍‌, ମହାକାଶ ଗଲେ ଶୁଭାଂଶୁ ଶୁକ୍ଲା
  • ||
  • ଅନୁଗୁଳ : ହାତୀସ୍କ୍ଵାଡ୍ କର୍ମଚାରୀଙ୍କୁ କଚାଡି ମାରିଲା ହାତୀ, କ୍ଷତିପୂରଣ ଦାବି
  • ||
  • ବୌଦ୍ଧ : ବାର୍‌ହା ମାଂସ ଖାଇ ସୋସିଆଲ ମିଡିଆରେ ଭିଡିଓ ପୋଷ୍ଟ କରିବା ପଡ଼ିଲା ମହଙ୍ଗା, ଯୁବକ ଗିରଫ
  • ||
  • ଆକ୍ସିଅମ୍-୪ ମିଶନ୍, ଆଜି ମହାକାଶକୁ ଯିବେ କ୍ୟାପ୍ଟେନ୍ ଶୁଭାଂଶୁ ଶୁକ୍ଳା
  • ||
  • ବାଲେଶ୍ୱର : ଦିନକ ପରେ ହୋଇଥାନ୍ତା ବାହାଘର, ଟ୍ରକ୍‌ ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ
  • ||
  • ୨୮ ଯାଏଁ ରାଜ୍ୟରେ ବଡ଼ ବର୍ଷା, ଆଜି ପାଇଁ ୩ ଜିଲ୍ଲାକୁ ଆଲର୍ଟ
  • ||

ରଜକୁ ଭିଜାଇବ ବର୍ଷା: ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାରେ ବର୍ଷା ସମ୍ଭାବନା, ୭ ଜିଲ୍ଲାକୁ ଆଲର୍ଟ ଜାରି

Published By : Prameya | June 14, 2025 7:49 AM

ଭୁବନେଶ୍ୱର,୧୪/୦୬: ରଜକୁ ଭିଜାଇବ ବର୍ଷା । ମୌସୁମୀ ସକ୍ରିୟ ଥିବାରୁ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ହେବ । ଆଭ୍ୟନ୍ତରୀଣ ଓଡ଼ିଶା ଓ  ଉପକୂଳ ଓଡ଼ିଶାରେ ବର୍ଷା ସହିତ ପବନ ବି ବହିପାରେ । ତେବେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ଆଶଙ୍କା ଅଛି ବୋଲି ପାଣିପାଗ ବିଭାଗ ଆକଳନ  କରିଛି । 

ଶନିବାର କୋରାପୁଟ, ମାଲକାନଗିରି, କଳାହାଣ୍ଡି, କନ୍ଧମାଳ,  ରାୟଗଡ଼ା, ଗଞ୍ଜାମ ଓ ନବରଙ୍ଗପୁରରେ ପ୍ରବଳ ବର୍ଷା ହୋଇପାରେ ।  ୩୦ରୁ ୪୦ କିମି ବେଗରେ ପବନ ବି ବହିବ । ବାଲେଶ୍ୱର, ଭଦ୍ରକ,  ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର,  ମୟୂରଭଞ୍ଜ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଜପତି, ସୋନପୁର, ବୌଦ୍ଧ,  ନୂଆପଡ଼ା ଓ ବଲାଙ୍ଗୀରରେ ଝଡ଼ବର୍ଷା ହୋଇପାରେ । 

ରବିବାର କୋରାପୁଟ,  ମାଲକାନଗିରି, ରାୟଗଡ଼ା, ନବରଙ୍ଗପୁର ଓ ଗଜପତିରେ ଭାରି ବର୍ଷା  ହୋଇପାରେ । ଆଭ୍ୟନ୍ତରୀଣ ଓଡ଼ିଶା ଓ ଉପକୂଳ ଓଡ଼ିଶା ସମେତ ବିଭିନ୍ନ  ସ୍ଥାନରେ ବର୍ଷା ସମ୍ଭାବନା ଅଛି । 

୧୬ ତାରିଖରେ ସୁନ୍ଦରଗଡ଼ ଓ କେନ୍ଦୁଝରରେ  ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ମୟୂରଭଞ୍ଜ, ବାଲେଶ୍ୱର,  ଭଦ୍ରକ, ଯାଜପୁର, ଢେଙ୍କାନାଳ, ନବରଙ୍ଗପୁର, ଗଜପତି, ରାୟଗଡ଼ା  ଓ କୋରାପୁଟରେ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ  କରିଛି । 

୧୭ ତାରିଖରେ ମଧ୍ୟ ଏହି ସବୁ ସ୍ଥାନରେ ବର୍ଷା ହୋଇପାରେ ।  ୧୮ରେ ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜର କିଛି ସ୍ଥାନରେ ପ୍ରବଳ  ବର୍ଷା ହୋଇପାରେ । 

ଶୁକ୍ରବାର କେନ୍ଦୁଝରରେ ୧୩.୮ମିମି, ମାଲକାନଗିରିରେ  ୧୨.୨ ଓ କେନ୍ଦ୍ରାପଡ଼ାରେ ୬ ମିମି ବର୍ଷା ହୋଇଛି

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.