ପ୍ରମୂଖ ଖବର
  • ଭାରତ ପାଇଁ ଐତିହାସିକ ଦିନ, ଲଞ୍ଚ ହେଲା ଆକ୍ସିଓମ୍‌ -୪ ମିଶନ୍‌, ମହାକାଶ ଗଲେ ଶୁଭାଂଶୁ ଶୁକ୍ଲା
  • ||
  • ଅନୁଗୁଳ : ହାତୀସ୍କ୍ଵାଡ୍ କର୍ମଚାରୀଙ୍କୁ କଚାଡି ମାରିଲା ହାତୀ, କ୍ଷତିପୂରଣ ଦାବି
  • ||
  • ବୌଦ୍ଧ : ବାର୍‌ହା ମାଂସ ଖାଇ ସୋସିଆଲ ମିଡିଆରେ ଭିଡିଓ ପୋଷ୍ଟ କରିବା ପଡ଼ିଲା ମହଙ୍ଗା, ଯୁବକ ଗିରଫ
  • ||
  • ଆକ୍ସିଅମ୍-୪ ମିଶନ୍, ଆଜି ମହାକାଶକୁ ଯିବେ କ୍ୟାପ୍ଟେନ୍ ଶୁଭାଂଶୁ ଶୁକ୍ଳା
  • ||
  • ବାଲେଶ୍ୱର : ଦିନକ ପରେ ହୋଇଥାନ୍ତା ବାହାଘର, ଟ୍ରକ୍‌ ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ
  • ||
  • ୨୮ ଯାଏଁ ରାଜ୍ୟରେ ବଡ଼ ବର୍ଷା, ଆଜି ପାଇଁ ୩ ଜିଲ୍ଲାକୁ ଆଲର୍ଟ
  • ||

ପାରିବାରିକ କଳହର କରୁଣ ପରିଣତି, ସ୍ୱାମୀକୁ ହତ୍ୟା କଲା ନୃଶଂସ ସ୍ତ୍ରୀ

Published By : Harapriya Sethi | June 18, 2025 7:52 AM

ଆସିକା,୧୮/୦୬: ଗଞ୍ଜାମ ଜିଲ୍ଲା ଧରାକୋଟ ଥାନା ମୁଣ୍ଡମରାଇ ଗାଁରେ ଅଭାବନୀୟ ଘଟଣା । ପାରିବାରିକ କଳହକୁ କେନ୍ଦ୍ରକରି ସ୍ୱାମୀକୁ ହତ୍ୟା କଲା ନୃଶଂସ ସ୍ତ୍ରୀ । ମୃତ ସ୍ୱାମୀ ଜଣଙ୍କ ହେଲେ ଅମର ନାୟକ । ସ୍ୱାମୀଙ୍କୁ ହତ୍ୟା କରିବା ପରେ ଆତ୍ମହତ୍ୟାର ରୂପ ଦେବାକୁ ପ୍ରୟାସ କରିଥିଲା ଅଭିଯୁକ୍ତ ସ୍ତ୍ରୀ । ପୁଲିସ ସ୍ତ୍ରୀ ଅଞ୍ଜନାକୁ ଅଟକ ରଖି ପଚରାଉଚରା କରୁଛି ।

ସୂଚନା ମୁତାବକ, ମୁଣ୍ଡମରାଇ ଗାଁର ଅମର ନାୟକ ଓ ତାଙ୍କ ସ୍ତ୍ରୀ ଅଞ୍ଜନା ନାୟକଙ୍କ ମଧ୍ୟରେ ଝଗଡ଼ା ଲାଗିରୁହେ । ମଙ୍ଗଳବାର ବିଳମ୍ବିତ ରାତିରେ କୌଣସି କାରଣକୁ ନେଇ ଉଭୟଙ୍କ ମଧ୍ୟରେ ବଚସା ହୋଇଥିଲା । ଦେଖୁ ଦେଖୁ ବଚସା ଏତେ ବଢିଯାଇଥିଲା ମାର୍‌ପିଟ୍‌ ପର୍ଯ୍ୟନ୍ତ କଥା ଯାଇଥିଲା । ଶେଷରେ ସ୍ତ୍ରୀ ଅଞ୍ଜନା ଉତକ୍ଷିପ୍ତ ହୋଇ ସ୍ୱାମୀ ଅମରକୁ ଶ୍ୱାସରୁଦ୍ଧ କରି ହତ୍ୟା କରିଥିଲା । ଏହା ପରେ ହତ୍ୟାକୁ ଆତ୍ମହତ୍ୟାର ରୂପ ଦେବାକୁ ମଧ୍ୟ ପ୍ରୟାସ କରିଥିବା ଅଭିଯୋଗ ହୋଇଛି । ଏହି ଘଟଣା ସମ୍ପର୍କରେ ଖବର ପାଇ ଧରାକୋଟ ପୁଲିସ ଘଟଣାସ୍ଥଳରେ ପହଞ୍ଚି ହତ୍ୟାକାରୀ ସ୍ତ୍ରୀକୁ ଅଟକ ରଖି ପଚରାଉଚରା କରୁଛି । ଏହା ସହିତ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ଆସିକା ମେଡିକାଲକୁ ପଠାଇଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.