ପ୍ରମୂଖ ଖବର
  • ଭାରତ ପାଇଁ ଐତିହାସିକ ଦିନ, ଲଞ୍ଚ ହେଲା ଆକ୍ସିଓମ୍‌ -୪ ମିଶନ୍‌, ମହାକାଶ ଗଲେ ଶୁଭାଂଶୁ ଶୁକ୍ଲା
  • ||
  • ଅନୁଗୁଳ : ହାତୀସ୍କ୍ଵାଡ୍ କର୍ମଚାରୀଙ୍କୁ କଚାଡି ମାରିଲା ହାତୀ, କ୍ଷତିପୂରଣ ଦାବି
  • ||
  • ବୌଦ୍ଧ : ବାର୍‌ହା ମାଂସ ଖାଇ ସୋସିଆଲ ମିଡିଆରେ ଭିଡିଓ ପୋଷ୍ଟ କରିବା ପଡ଼ିଲା ମହଙ୍ଗା, ଯୁବକ ଗିରଫ
  • ||
  • ଆକ୍ସିଅମ୍-୪ ମିଶନ୍, ଆଜି ମହାକାଶକୁ ଯିବେ କ୍ୟାପ୍ଟେନ୍ ଶୁଭାଂଶୁ ଶୁକ୍ଳା
  • ||
  • ବାଲେଶ୍ୱର : ଦିନକ ପରେ ହୋଇଥାନ୍ତା ବାହାଘର, ଟ୍ରକ୍‌ ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ
  • ||
  • ୨୮ ଯାଏଁ ରାଜ୍ୟରେ ବଡ଼ ବର୍ଷା, ଆଜି ପାଇଁ ୩ ଜିଲ୍ଲାକୁ ଆଲର୍ଟ
  • ||

ଚିକିତ୍ସାଧୀନ ଅବସ୍ଥାରେ ମହିଳାଙ୍କ ମୃତ୍ୟୁ ଅଭିଯୋଗ, ଉତ୍ୟକ୍ତ ଲୋକଙ୍କ ପକ୍ଷରୁ ରାସ୍ତାରୋକ

Published By : Harapriya Sethi | June 22, 2025 10:50 AM

ପୁରୀ, ୨୨/୦୬: ରୋଗୀ ମୃତ୍ୟୁକୁ ନେଇ ଉତ୍ତେଜନା । ପୁରୀ ଅଠରନଳା ସ୍ଥିତ ଏକ ଘରୋଇ ହସ୍ପିଟାଲରେ ରୋଗୀ ମୃତ୍ୟୁକୁ ନେଇ ଉତ୍ତେଜନା ଲାଗିରହିଛି । ଏପିରିକି ଅଠରନଳା ନିକଟରେ ଉତ୍ୟକ୍ତ ଲୋକଙ୍କ ପକ୍ଷରୁ ରାସ୍ତାରୋକ କରାଯାଇଛି । ସ୍ଥାନୀୟ ପ୍ରଶାସନ ପହଞ୍ଚି ଉତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରୁଛି ।

ଖବର ଅନୁଯାୟୀ, ପୁରୀ ଅଠରନଳା ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସା ନିମନ୍ତେ ଏକ ମହିଳା ରୋଗୀ ଭର୍ତ୍ତି ହୋଇଥିଲେ । ହେଲେ ପରବର୍ତ୍ତୀ ସମୟରେ ସେହି ରୋଗୀଙ୍କର ମୃତ୍ୟୁ ହୋଇଯାଇଥିଲା । ଯାହାପରେ ମୃତକଙ୍କ ସମ୍ପର୍କୀୟ ଚିକିତ୍ସା ଅବହେଳାରୁ ମୃତ୍ୟୁ ହୋଇଥିବା ଅଭିଯୋଗ କରିଥିଲେ । ଏପରିକି ସଂପୃକ୍ତ ହସ୍ପିଟାଲ କର୍ତ୍ତୃପକ୍ଷଙ୍କୁ ଦାୟୀ କରିଥିଲେ ରୋଗୀଙ୍କ ପରିବାର । ଉଭୟ ଡାକ୍ତର ଓ ମେଡିକାଲ କର୍ତ୍ତୃପକ୍ଷଙ୍କ ଅବହେଳା ଲାଗି ମହିଳାଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି । ତେଣୁ ତୁରନ୍ତ ପରିବାରକୁ ନ୍ୟାୟ ଦାବିରେ ଉତ୍ୟକ୍ତ ଲୋକଙ୍କ ପକ୍ଷରୁ ରାସ୍ତାରୋକ କରାଯାଇଛି । ଯାହାଫଳରେ ଉକ୍ତ ରାସ୍ତାରେ ଅନେକ ଗାଡ଼ିମୋଟର ଅଟକି ରହିଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.