ପ୍ରମୂଖ ଖବର
  • ଭାରତ ପାଇଁ ଐତିହାସିକ ଦିନ, ଲଞ୍ଚ ହେଲା ଆକ୍ସିଓମ୍‌ -୪ ମିଶନ୍‌, ମହାକାଶ ଗଲେ ଶୁଭାଂଶୁ ଶୁକ୍ଲା
  • ||
  • ଅନୁଗୁଳ : ହାତୀସ୍କ୍ଵାଡ୍ କର୍ମଚାରୀଙ୍କୁ କଚାଡି ମାରିଲା ହାତୀ, କ୍ଷତିପୂରଣ ଦାବି
  • ||
  • ବୌଦ୍ଧ : ବାର୍‌ହା ମାଂସ ଖାଇ ସୋସିଆଲ ମିଡିଆରେ ଭିଡିଓ ପୋଷ୍ଟ କରିବା ପଡ଼ିଲା ମହଙ୍ଗା, ଯୁବକ ଗିରଫ
  • ||
  • ଆକ୍ସିଅମ୍-୪ ମିଶନ୍, ଆଜି ମହାକାଶକୁ ଯିବେ କ୍ୟାପ୍ଟେନ୍ ଶୁଭାଂଶୁ ଶୁକ୍ଳା
  • ||
  • ବାଲେଶ୍ୱର : ଦିନକ ପରେ ହୋଇଥାନ୍ତା ବାହାଘର, ଟ୍ରକ୍‌ ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ
  • ||
  • ୨୮ ଯାଏଁ ରାଜ୍ୟରେ ବଡ଼ ବର୍ଷା, ଆଜି ପାଇଁ ୩ ଜିଲ୍ଲାକୁ ଆଲର୍ଟ
  • ||

ଯୁବତୀଙ୍କୁ ଦୁଷ୍କର୍ମ ପରେ ହତ୍ୟା ଅଭିଯୋଗ

Published By : Rasmita Pradhan | June 17, 2025 12:22 PM

ହରିଚନ୍ଦନପୁର, ୧୭/୬ : ଯୁବତୀଙ୍କୁ ଦୁଷ୍କର୍ମ ପରେ ହତ୍ୟା ଅଭିଯୋଗ। କେନ୍ଦୁଝର ଜିଲ୍ଲା ହରିଚନ୍ଦନପୁର ବ୍ଲକ ପଣ୍ଡାପଡ଼ା ଥାନା ଅଞ୍ଚଳରେ ଏଭଳି ଅଭାବନୀୟ ଘଟଣା ଘଟିଛି। ପ୍ରେମ ବ୍ୟାପାରରୁ ଯୁବତୀଙ୍କୁ ଦୁଷ୍କର୍ମ ପରେ ମାରି ଟାଙ୍ଗି ଦେଇଥିବା ସନ୍ଦେହ କରାଯାଉଛି। 

ସୂଚନାନୁଯାୟୀ, ମଙ୍ଗଳବାର ସକାଳେ ପଣ୍ଡାପଡ଼ା ଥାନା ଅଞ୍ଚଳର ଜଣେ ଯୁବତୀଙ୍କ ମୃତଦେହ ଘର ପଛପଟେ ଥିବା ସଜନା ଗଛରେ ଝୁଲୁଥିବା ସ୍ଥାନୀୟ ଲୋକେ ଦେଖିଥିଲେ। ଏନେଇ ପଣ୍ଡାପଡା ପୁଲିସ ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରି ତଦନ୍ତ ଆରମ୍ଭ କରିଛି। ଘଟଣାସ୍ଥଳରେ ଏକ ପିନ୍ଧା ଡ୍ରେସ୍ ପଡ଼ିଛି। ପାରିପାର୍ଶ୍ଵିକ ସ୍ଥିତିରୁ ଯୁବତୀଙ୍କୁ ଦୁଷ୍କର୍ମ ପରେ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି। ଦୁର୍ବୃତ୍ତ ଜଣଙ୍କ ବ୍ୟସ୍ତତା ଭିତରେ ଡ୍ରେସ୍ ଛାଡ଼ି ଚାଲିଯାଇଥିବା କୁହାଯାଉଛି। 


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.