ପ୍ରମୂଖ ଖବର
  • ଭାରତ ପାଇଁ ଐତିହାସିକ ଦିନ, ଲଞ୍ଚ ହେଲା ଆକ୍ସିଓମ୍‌ -୪ ମିଶନ୍‌, ମହାକାଶ ଗଲେ ଶୁଭାଂଶୁ ଶୁକ୍ଲା
  • ||
  • ଅନୁଗୁଳ : ହାତୀସ୍କ୍ଵାଡ୍ କର୍ମଚାରୀଙ୍କୁ କଚାଡି ମାରିଲା ହାତୀ, କ୍ଷତିପୂରଣ ଦାବି
  • ||
  • ବୌଦ୍ଧ : ବାର୍‌ହା ମାଂସ ଖାଇ ସୋସିଆଲ ମିଡିଆରେ ଭିଡିଓ ପୋଷ୍ଟ କରିବା ପଡ଼ିଲା ମହଙ୍ଗା, ଯୁବକ ଗିରଫ
  • ||
  • ଆକ୍ସିଅମ୍-୪ ମିଶନ୍, ଆଜି ମହାକାଶକୁ ଯିବେ କ୍ୟାପ୍ଟେନ୍ ଶୁଭାଂଶୁ ଶୁକ୍ଳା
  • ||
  • ବାଲେଶ୍ୱର : ଦିନକ ପରେ ହୋଇଥାନ୍ତା ବାହାଘର, ଟ୍ରକ୍‌ ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ
  • ||
  • ୨୮ ଯାଏଁ ରାଜ୍ୟରେ ବଡ଼ ବର୍ଷା, ଆଜି ପାଇଁ ୩ ଜିଲ୍ଲାକୁ ଆଲର୍ଟ
  • ||

ରାମଚନ୍ଦ୍ରପୁର ଗ୍ରାମରେ ମହିଳାଙ୍କୁ ଛୁରାମାଡ଼, ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି

Published By : Anindita Ratha | June 22, 2025 10:06 AM

ଖଲ୍ଲିକୋଟ,୨୨/୦୬: ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ରାମଚନ୍ଦ୍ରପୁର ଗ୍ରାମରେ ଅଭାବନୀୟ । ଶନିବାର ବିଳମ୍ବିତ ରାତିରେ ମହିଳାଙ୍କୁ ଛୁରାମାଡ଼ ଅଭିଯୋଗ। ଗୁରୁତର ଅବସ୍ଥାରେ ମହିଳା ଜଣଙ୍କୁ ପ୍ରଥମେ ଖଲ୍ଲିକୋଟ୍ ମେଡିକାଲ ପରେ ବ୍ରହ୍ମପୁର ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ଗୁରୁତର ମହିଳା ଜଣଙ୍କ ରାମଚନ୍ଦ୍ରପୁର ଗାଁର କନ୍ଧ ତରେଇଙ୍କ ପତ୍ନୀ ଗେହ୍ଲି ତରେଇ ବୋଲି ଜଣାପଡ଼ିଛି । 

ସୂଚନା ଅନୁଯାୟୀ, ଗତକାଲି ବିଳମ୍ବିତ ରାତି ପ୍ରାୟ ୨ଟା ସମୟରେ ଗେହ୍ଲି ପରିସ୍ରା କରିବାକୁ ବାହାରକୁ ବାହାରିବା ସମୟରେ ପୂର୍ବରୁ ଛକି ରହିଥିବା କିଛି ଦୁର୍ବୃତ୍ତ ହଠାତ୍ ତାଙ୍କୁ ଧାରୁଆ ଅସ୍ତ୍ରରେ ଆକ୍ରମଣ କରିଥିଲେ । ଯାହା ଫଳରେ ଗେହ୍ଲି ଦୁଇ ହାତ ସହ ଦେହର ବିଭିନ୍ନ ସ୍ଥାନରେ ଗଭୀର ଆଘାତ ଲାଗିଥିଲା । ତୁରନ୍ତ ପରିବାର ଲୋକେ ତାଙ୍କୁ ଉଦ୍ଧାର କରି ଖଲ୍ଲିକୋଟ୍ ମେଡିକାଲକୁ ଚିକିତ୍ସା ପାଇଁ ନେଇଥିଲେ । ହେଲେ ସେଠାରେ ପ୍ରାଥମିକ ଚିକିତ୍ସା କରାଯାଇ ଗେହ୍ଲିଙ୍କୁ ବ୍ରହ୍ମପୁର ବଡ଼ ମେଡ଼ିକାଲକୁ ସ୍ଥାନାନ୍ତର କରାଯାଇଛି । ସେଠାରେ ତାଙ୍କର ଚିକିତ୍ସା ଚାଲୁଛି । ସେପଟେ ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିବା ବେଳେ ଆକ୍ରମଣର କାରଣ ଅସ୍ପଷ୍ଟ ରହିଛି ।










Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.