ପ୍ରମୂଖ ଖବର
  • ଭାରତ ପାଇଁ ଐତିହାସିକ ଦିନ, ଲଞ୍ଚ ହେଲା ଆକ୍ସିଓମ୍‌ -୪ ମିଶନ୍‌, ମହାକାଶ ଗଲେ ଶୁଭାଂଶୁ ଶୁକ୍ଲା
  • ||
  • ଅନୁଗୁଳ : ହାତୀସ୍କ୍ଵାଡ୍ କର୍ମଚାରୀଙ୍କୁ କଚାଡି ମାରିଲା ହାତୀ, କ୍ଷତିପୂରଣ ଦାବି
  • ||
  • ବୌଦ୍ଧ : ବାର୍‌ହା ମାଂସ ଖାଇ ସୋସିଆଲ ମିଡିଆରେ ଭିଡିଓ ପୋଷ୍ଟ କରିବା ପଡ଼ିଲା ମହଙ୍ଗା, ଯୁବକ ଗିରଫ
  • ||
  • ଆକ୍ସିଅମ୍-୪ ମିଶନ୍, ଆଜି ମହାକାଶକୁ ଯିବେ କ୍ୟାପ୍ଟେନ୍ ଶୁଭାଂଶୁ ଶୁକ୍ଳା
  • ||
  • ବାଲେଶ୍ୱର : ଦିନକ ପରେ ହୋଇଥାନ୍ତା ବାହାଘର, ଟ୍ରକ୍‌ ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ
  • ||
  • ୨୮ ଯାଏଁ ରାଜ୍ୟରେ ବଡ଼ ବର୍ଷା, ଆଜି ପାଇଁ ୩ ଜିଲ୍ଲାକୁ ଆଲର୍ଟ
  • ||

ମାନସିକ ଚାପ, ଅବସାଦରୁ ମୁକ୍ତି ଦିଏ ଯୋଗ : ଶିକ୍ଷାମନ୍ତ୍ରୀ

Published By : Ankita S | June 21, 2025 3:14 PM

ଫୁଲବାଣୀ,୨୧/୦୬: ଯୋଗକୁ ବିଶ୍ୱବ୍ୟାପୀ ପ୍ରୋତ୍ସାହିତ କରିବା ଉଦ୍ଦେଶ୍ୟରେ ପାଳିତ ହୋଇଛି  ଅନ୍ତର୍ଜାତୀୟ ଯୋଗ ଦିବସ । ଚଳିତ ବର୍ଷର ବିଷୟବସ୍ତୁ ରହିଛି  “ ଏକ ପୃଥିବୀ, ଏକ ସ୍ୱାସ୍ଥ୍ୟ ପାଇଁ ଯୋଗ" । ଏହାକୁ ନେଇ ସ୍ଥାନୀୟ କୋରୋନେସନ୍ ପଡ଼ିଆ ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଇଛି ।  ବିଦ୍ୟାଳୟ ଓ ଗଣଶିକ୍ଷା , ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ, ସଂଖ୍ୟାଲଘୁ ସମ୍ପ୍ରଦାୟ ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଛନ୍ତି ।  ଯୋଗ ମାଧ୍ୟମରେ ମଣିଷ ମାନସିକ ଚାପ, ଅବସାଦ ଓ ବିଭିନ୍ନ ରୋଗରୁ ମୁକ୍ତି ମିଳିଥାଏ । ଯୋଗର ଉପକାରିତା ବିଷୟରେ ଅବଗତ ହୋଇ ଏହାକୁ ଜୀବନର ଅଂଶ କରବା ପାଇଁ ସେ ଆହ୍ବାନ ଦେଇଛନ୍ତି ଶିକ୍ଷାମନ୍ତ୍ରୀ । 

ଫୁଲବାଣୀ ବିଧାୟକ ଉମା ଚରଣ ମଲ୍ଲିକ ଏବଂ ଜି ଉଦୟଗିରି ବିଧାୟକ ପ୍ରଫୁଲ ଚନ୍ଦ୍ର ପ୍ରଧାନ ଏହାକୁ ଦୈନନ୍ଦିନ ଜୀବନରେ ସାମିଲ କରିବାକୁ ପରାମର୍ଶ ଦେଇଥିଲେ । ଯୋଗଗୁରୁ ପ୍ରଶାନ୍ତ କୁମାର ଦାସଙ୍କ ତତ୍ତ୍ୱାବଧାନରେ ଛାତ୍ରୀ ଅନୁପମା ନନ୍ଦ, ଶ୍ରବଣ କୁମାର ରଣା ଓ ଅନ୍ୟମାନେ ଯୋଗମୁଦ୍ରା କରିଥିଲେ । 

ଜିଲ୍ଲାପାଳ ଅମ୍ରିତ୍ ଋତୁରାଜ ସ୍ୱାଗତ ଭାଷଣ ପ୍ରଦାନ କରିଥିବା ବେଳେ ଅତିରିକ୍ତ ଜିଲ୍ଲାପାଳ (ରାଜସ୍ବ) ରମେଶ ଚନ୍ଦ୍ର ଜେନା ଧନ୍ୟବାଦ ଅର୍ପଣ କରିଥିଲେ । ଏ ଅବସରରେ ଶିକ୍ଷାମନ୍ତ୍ରୀ ନିତ୍ୟାନନ୍ଦ  ଗଣ୍ଡ ଏବଂ ଅନ୍ୟ ଅତିଥି ମାନେ ବୃକ୍ଷରୋପଣ କରିଥିଲେ । କାର୍ଯ୍ୟକ୍ରମରେ ଆରକ୍ଷୀ ଅଧୀକ୍ଷକ ହରିଶ ବି. ସି, ଅତିରିକ୍ତ ଜିଲ୍ଲାପାଳ କୁଶଳ ଚନ୍ଦ୍ର ନାଏକ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଶମ୍ଭୁନାଥ ନନ୍ଦୀଙ୍କ ସମେତ ଜନ ପ୍ରତିନିଧି, ସରକାରୀ ଅଧିକାରୀ, କର୍ମଚାରୀ,ଛାତ୍ରଛାତ୍ରୀ ଓ ବହୁସଂଖ୍ୟାରେ ଜନସାଧାରଣ ଯୋଗ ଦେଇଥିଲେ ।


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.