ପ୍ରମୂଖ ଖବର
  • ଭାରତ ପାଇଁ ଐତିହାସିକ ଦିନ, ଲଞ୍ଚ ହେଲା ଆକ୍ସିଓମ୍‌ -୪ ମିଶନ୍‌, ମହାକାଶ ଗଲେ ଶୁଭାଂଶୁ ଶୁକ୍ଲା
  • ||
  • ଅନୁଗୁଳ : ହାତୀସ୍କ୍ଵାଡ୍ କର୍ମଚାରୀଙ୍କୁ କଚାଡି ମାରିଲା ହାତୀ, କ୍ଷତିପୂରଣ ଦାବି
  • ||
  • ବୌଦ୍ଧ : ବାର୍‌ହା ମାଂସ ଖାଇ ସୋସିଆଲ ମିଡିଆରେ ଭିଡିଓ ପୋଷ୍ଟ କରିବା ପଡ଼ିଲା ମହଙ୍ଗା, ଯୁବକ ଗିରଫ
  • ||
  • ଆକ୍ସିଅମ୍-୪ ମିଶନ୍, ଆଜି ମହାକାଶକୁ ଯିବେ କ୍ୟାପ୍ଟେନ୍ ଶୁଭାଂଶୁ ଶୁକ୍ଳା
  • ||
  • ବାଲେଶ୍ୱର : ଦିନକ ପରେ ହୋଇଥାନ୍ତା ବାହାଘର, ଟ୍ରକ୍‌ ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ
  • ||
  • ୨୮ ଯାଏଁ ରାଜ୍ୟରେ ବଡ଼ ବର୍ଷା, ଆଜି ପାଇଁ ୩ ଜିଲ୍ଲାକୁ ଆଲର୍ଟ
  • ||

ବିକାଶ ମେଳାରେ ଯୁବ ସମାବେଶ

Published By : Gurupada Nath | June 18, 2025 5:19 PM

ନବରଙ୍ଗପୁର, ୧୮/୬ : ନବରଙ୍ଗପୁର ମଣ୍ଡେଇ ପଡ଼ିଆଠାରେ ବିକାଶ ମେଳା ଅବସରରେ  ଯୁବ ସମାବେଶ ଅନୁଷ୍ଠିତ ହୋଇଯାଇଛି । ବିକାଶମେଳା ୨୦୨୫କାର୍ଯ୍ୟକ୍ରମରେ ସମଗ୍ର ଶିକ୍ଷା ପକ୍ଷରୁ ନିପୁଣ ଓଡ଼ିଶା ଓ ଦକ୍ଷତା ବିକାଶ ବିଭାଗ ତରଫରୁ ବିଭାଗୀୟ ବିଭିନ୍ନ ଯୋଜନା ବିଷୟରେ ଏକ ତଥ୍ୟ ଭିତ୍ତିକ ସୂଚନା ଭିଡ଼ିଓ ମାଧ୍ୟମରେ ପ୍ରଦର୍ଶନ କରାଯାଇଥିଲା। ନନ୍ଦାହାଣ୍ଡି ଗୋଷ୍ଠୀ ସମ୍ବଳ ଶିକ୍ଷକ ସୁରଜ ପାତ୍ର ନିପୁଣ ଓଡ଼ିଶା ଉପରେ ବିଭିନ୍ନ ସରକାରୀ ସୁଚନା ପ୍ରଦାନ କରିଥିଲେ।

ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ ଜିଲ୍ଲା ଶିକ୍ଷାଧିକାରୀ ଛତ୍ରପତି ସାହୁ, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ମନୋଜ କୁମାର ବେହେରାଙ୍କ ସମେତ ୧୦ଟି ବ୍ଳକର ଗୋଷ୍ଠୀ ଶିକ୍ଷାଧିକାରୀ, ଅତିରିକ୍ତ ଗୋଷ୍ଠୀ ଶିକ୍ଷାଧିକାରୀ, ସି.ଆର୍. ସି.ସି, ଶିକ୍ଷକ, ଶିକ୍ଷୟିତ୍ରୀ, ଜିଲ୍ଲା ସମଗ୍ର ଶିକ୍ଷା କାର୍ଯ୍ୟାଳୟର ସମସ୍ତ କାର୍ଯ୍ୟକର୍ତ୍ତା, ଏକଲବ୍ୟ ବିଦ୍ୟାଳୟ, ମଡେଲ ଡିଗ୍ରୀ ମହାବିଦ୍ୟାଳୟ ଓ ପଲି ଟେକ୍ନିକ ମହାବିଦ୍ୟାଳୟର ଛାତ୍ରଛାତ୍ରୀ। ଶିକ୍ଷା ବିଭାଗର ବିଗତ ବର୍ଷର ଉପଲବଧି ଗୁଡିକ ଉପସ୍ଥାପନ କରାଯାଇଥିଲା । ଜିଲ୍ଲା ନିୟୋଜନ ଓ ଦକ୍ଷତା ବିକାଶ ଅଧିକାରୀ ଆନନ୍ଦ ପଲେଇଙ୍କ ଦ୍ୱାରା ନିୟୋଜନ ଓ ଦକ୍ଷତା ବିକାଶ କ୍ଷେତ୍ରରେ ନିଆଯାଉଥିବା ବିଭିନ୍ନ ପଦକ୍ଷେପ ସମ୍ପର୍କରେ ବିବରଣୀ ପ୍ରଦାନ କରିଥିଲେ।

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.