ପ୍ରମୂଖ ଖବର
  • ମୋହନା : ଭାରସାମ୍ୟ ହରାଇ ଓଲଟିଲା ଅଟୋ, ୧୨ ଯାତ୍ରୀ ଆହତ
  • ||
  • ସୁନ୍ଦରଗଡ଼ : ଚଳନ୍ତା ଟ୍ରେଲରରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର ଓ ହେଲପର୍‌
  • ||
  • ବ୍ରହ୍ମପୁର: CBI ଜାଲରେ EPFO ଅଧିକାରୀ, ଡିଜିଟାଲ୍‌ ଦସ୍ତଖତ ପାଇଁ ୧୦ ହଜାର ନେଲା ବେଳେ ଧରାପଡିଲେ
  • ||
  • ସମ୍ବଲପୁର ଜିଲ୍ଲା ଗୋବିନ୍ଦପୁର ଥାନା ଗଡ଼ପୋଷ ଫାଣ୍ଡି ଅଧିନ ମୁଣ୍ଡଲେଷା ଗାଁରେ ହତ୍ୟା, ସ୍ତ୍ରୀକୁ ହାଣିଦେଲା ନୃଶଂସ ସ୍ଵାମୀ
  • ||
  • କଟକ : ଟ୍ରକ୍‌ ପଛରେ ପିଟିହେଲା ବାଇକ୍‌, ଚାଳକ ମୃତ
  • ||
  • ବଲାଙ୍ଗୀର : ବିଦ୍ୟୁତ୍‌ ବିଭାଗର ଅବହେଳା, ଚାଷ ଜମିରୁ ୬ ଫୁଟ ଉଚ୍ଚରେ ଝୁଲୁଛି ଉଚ୍ଚ ସମ୍ପନ୍ନ ବିଦ୍ୟୁତ୍‌ ତାର
  • ||
  • କରିସ୍ମା କପୁରଙ୍କ ପୂର୍ବ ସ୍ୱାମୀ ସଞ୍ଜୟଙ୍କ ଦେହାନ୍ତ, ପୋଲୋ ଖେଳିବା ବେଳେ ହୃଦଘାତ
  • ||
  • ଇରାନ ଉପରେ ଇସ୍ରାଏଲ୍‌ର ଏୟାର ଷ୍ଟ୍ରାଇକ୍‌,ମିଲିଟାରୀ ଏବଂ ନ୍ୟୁକ୍ଲିୟର ବେସ୍ ନଷ୍ଟ,ଅନେକ ବୈଜ୍ଞାନିକ ଏବଂ କମାଣ୍ଡର ମୃତ
  • ||
  • ଭୁବନେଶ୍ୱର : ସାନିଟାରୀ ଦୋକାନରୁ ଲିଟ୍‌, ୨ ଲକ୍ଷ ଟଙ୍କାର ସାମଗ୍ରୀ ନେଇଗଲେ ଦୁର୍ବୃତ୍ତ
  • ||
  • ମୌସୁମୀ ପାଇଁ ରାଜ୍ୟରେ ପାଗ ଅନୁକୂଳ: ୬ ଦିନ ଯାଏ ପ୍ରବଳ ବର୍ଷା ସମ୍ଭାବନା, ୧୫ରୁ ଅଧିକ ବର୍ଷା
  • ||

୬ଷ୍ଠ ଜିଲ୍ଲା ପରିଷଦର ଅଷ୍ଟମ ବୈଠକ, ଫୋକସ୍‌ରେ କୃଷି, ଶିକ୍ଷା, ପାନୀୟ ଜଳ

Published By : Ankita S | May 20, 2025 1:40 PM

ନୂଆପଡ଼ା,୨୦/୦୫: ଦୂର ହେବ ପାନୀୟ ଜଳ ସମସ୍ୟା । ଯାତାୟତ ସମସ୍ୟା ବି ଦେବ ଦୂର । ରାସ୍ତା ମରାମତି ସହ ଉନ୍ନତ ପ୍ରଣାଳୀରେ କୃଷି ଓ ଶିକ୍ଷା ବ୍ୟବସ୍ଥାକୁ ଗୁରୁତ୍ୱ । ନୂଆପଡ଼ା ଜିଲ୍ଲା ସ୍ଥାନୀୟ ସଦଭାବନା ସଭାଗୃହରେ ଷଷ୍ଠ ଜିଲ୍ଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ ହୋଇଛି । ଜିଲ୍ଲା ପରିଷଦ ଅଧ୍ୟକ୍ଷା ଡଲି ମାଝିଙ୍କ ଅଧ୍ୟକ୍ଷତାରେ ବୈଠକ ଆୟୋଜିତ ହୋଇଛି । 

ସୂଚନା ଅନୁାଯାୟୀ, ଏହି ବୈଠକରେ କଳାହାଣ୍ଡି ସାଂସଦ ମାଲବିକା ଦେବୀ, ଖଡ଼ିଆଳ ବିଧାୟକ ଅଧିରାଜ ପାଣିଗ୍ରାହୀ, ନୂଆପଡ଼ା ବିଧାୟକ ପ୍ରତିନିଧି ରମାକାନ୍ତସିଂ ଠାକୁର, ଜିଲ୍ଲା ପରିଷଦ ଉପାଧ୍ୟକ୍ଷା ଦୀପିକା ଦୀପ, ନୂଆପଡ଼ା ବ୍ଳକ ଅଧ୍ୟକ୍ଷା ତରେଶ୍ୱରୀ ସାହୁ, କୋମନା ବ୍ଳକ ଅଧ୍ୟକ୍ଷା ଅନୁଶୟା କୁମ୍ଭାର, ଜିଲ୍ଲା ପରିଷଦ ସଭ୍ୟ ଅବନୀ ରଞ୍ଜନ ଯୋଶୀ, ଭାନୁପ୍ରତାପସିଂ ମାଝି, ମୁରଲୀଧର ଭୋଇ, ଭରତଲାଲ ରାଉତ, ମାଲ୍ୟବନ୍ତ ସୁନା, ଚିତ୍ତରଞ୍ଜନ ବେହେରା, ଡିଏଫଓ ଅଜିଜ ଖାନ୍ ପ୍ରମୁଖ ଉପସ୍ଥିତ ଥିଲେ । ଏହି ମିଟିଂରେ କୃଷି, ଶିକ୍ଷା, ପାନୀୟ ଜଳ, ରାସ୍ତା ଉପରେ ଆଲୋଚନା ହୋଇଥିଲା । ଗ୍ରୀଷ୍ମ ଋତୁରେ ପାନୀୟ ଜଳ ଓ ବିଦ୍ୟୁତ୍ ସମସ୍ୟାର ସମାଧାନ ପାଇଁ ଗୁରୁତ୍ୱ ଦେଇଥିଲେ । ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଲମ୍ବୋଦର ଧରୁଆ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.